ବାତ୍ୟା ‘ଅସାନି’ ପ୍ରଭାବ : ୩ ଦିନ ଧରି ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ୪୦ରୁ ୫୦ କିଲୋମିଟର ବେଗରେ ବହିପାରେ ପବନ

The Sakala Picture
Published On

ଭୁବନେଶ୍ବର : ଆଜିଠୁ ଦୁର୍ବଳ ହେବ ସମୁଦ୍ର ଭିତରେ କମ୍ପମାନ କରୁଥିବା ଭୀଷଣ ବାତ୍ୟା ‘ଅସାନି’ । ଦିଗ ବଦଳିବା ସହ ଏହାର ଦୁର୍ବଳ ହେବା ପ୍ରକ୍ରିୟା ଆରମ୍ଭ ହୋଇଯିବ। ବର୍ତମାନ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦କିମି ରହିଛି। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ୪୯୦  କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି ଭୀଷଣ ବାତ୍ୟା ଅସାନି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିପଥ ବଜାୟ ରଖିବା ସହ […]

ଭୁବନେଶ୍ବର : ଆଜିଠୁ ଦୁର୍ବଳ ହେବ ସମୁଦ୍ର ଭିତରେ କମ୍ପମାନ କରୁଥିବା ଭୀଷଣ ବାତ୍ୟା ‘ଅସାନି’ । ଦିଗ ବଦଳିବା ସହ ଏହାର ଦୁର୍ବଳ ହେବା ପ୍ରକ୍ରିୟା ଆରମ୍ଭ ହୋଇଯିବ। ବର୍ତମାନ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦କିମି ରହିଛି। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ୪୯୦  କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି ଭୀଷଣ ବାତ୍ୟା ଅସାନି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିପଥ ବଜାୟ ରଖିବା ସହ ଆଜି ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପହଞ୍ଚିବାର ସମ୍ଭାବନା ରହିଛି।ଓଡିଶା ଉପକୂଳ ହେବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତ ରେ ପରିଣତ ହୋଇସାରିଥିବ ବୋଲି ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ବାତ୍ୟା ଅତିକ୍ରମ କରିବା ସମୟରେ ଗୋପାଳପୁର ଠାରୁ ୭୮ କିମି ଏବଂ ପୁରୀ ଠାରୁ ୧୫୩ କିମି ଦୂରରେ ରହିବ। ଅସାନି ପ୍ରଭାବରେ ଆଜିଠାରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ଆରମ୍ଭ ହୋଇଯିବ । ଆଜି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ଦିନ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟକୁ ପବନର ମଧ୍ୟ ଡର ନାହିଁ । ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ବାତ୍ୟା ଯୋଗୁଁ ଆସନ୍ତା ୧୨ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ। ବିଶେଷ କରି ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଏହି ଅଞ୍ଚଳକୁ ଯିବା ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏହା ବ୍ୟତୀତ ୧୩ ତାରିଖ ଯାଏ ଓଡ଼ିଶା ଉପକୂଳର ସମୁଦ୍ର ମଧ୍ୟରେ ଆଖପାଖକୁ ନ ଯିବା ପାଇଁ କୁହାଯାଇଛି।୧୩ ତାରିଖରେ ବିଶେଷ ବର୍ଷା ନାହିଁ । ଉତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ। ବାତ୍ୟା ଯୋଗୁଁ ଓଡ଼ିଶାର ସମସ୍ତ ସାମୁଦ୍ରିକ ବନ୍ଦର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।। ଗୋପାଳପୁର ବନ୍ଦର ପାଇଁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବା ବେଳେ ପୁରୀ, ଧାମରା ଓ ପାରାଦୀପ ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର