ବାତ୍ୟା ଅସାନି ପ୍ରଭାବରେ ରାଜଧାନୀରେ ଲଗାଣ ବର୍ଷା, ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ମେୟର ସୁଲୋଚନା ଦାଶ

The Sakala Picture
Published On

ଭୁବନେଶ୍ୱର: ଦୁର୍ବଳ ହେଲା ଭୀଷଣ ବାତ୍ୟା ’ଅସାନି’ । ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ । ଗତ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିଛି କ୍ଷ ବାତ୍ୟା ଅସାନି ପ୍ରଭାବରେ ରାଜଧାନୀ ଭୁବନେଶ୍ୱରରେ ଜାରି ରହିଛି ଲଗାଣ ବର୍ଷା । ରାଜଧାନୀରେ ଜାରି ରହିଥିବା ଲଗାଣ ବର୍ଷା ମଧ୍ୟରେ ତଳିଆ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କରିଛନ୍ତି ମେୟର […]

ଭୁବନେଶ୍ୱର: ଦୁର୍ବଳ ହେଲା ଭୀଷଣ ବାତ୍ୟା ’ଅସାନି’ । ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ । ଗତ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିଛି କ୍ଷ ବାତ୍ୟା ଅସାନି ପ୍ରଭାବରେ ରାଜଧାନୀ ଭୁବନେଶ୍ୱରରେ ଜାରି ରହିଛି ଲଗାଣ ବର୍ଷା । ରାଜଧାନୀରେ ଜାରି ରହିଥିବା ଲଗାଣ ବର୍ଷା ମଧ୍ୟରେ ତଳିଆ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କରିଛନ୍ତି ମେୟର ସୁଲୋଚନା ଦାଶ । ମେୟରଙ୍କ ସାଙ୍ଗରେ କର୍ପୋରେଟର ଓ ବିଏମସିର ବିଭାଗୀୟ ଯନ୍ତ୍ରୀ ମଧ୍ୟ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ବାତ୍ୟା ‘ଅସାନୀ’କୁ ନେଇ ସେ କହିଛନ୍ତି ଯେ ‘ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ସେଭଳି କୌଣସି ସ୍ଥିତି ଉପୁଜି ନାହିଁ। ପାଣି ଜମା ହୋଇନାହିଁ କି ଅସୁବିଧା ହୋଇନାହିଁ। ସମସ୍ତ ଅଞ୍ଚଳକୁ ମୁଁ ନିଜେ ବୁଲୁଚି ଓ ବିଏମସି ଅଧିକାରୀ ବି ବୁଲି ଦେଖୁଛନ୍ତି। ସମ୍ବେଦନଶୀଳ ଜାଗାରେ ମୋଟର ପମ୍ପ ମହଜୁଦ ରହିଛି। ଯଦି ସମସ୍ୟା ହୁଏ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା କରାଯିବ। ପାଣିପାଗ ବିଭାଗ ଅନୁଯାୟୀ ଖୋର୍ଦ୍ଧା ଜିଲାରେ ବର୍ଷା ହେବ ବୋଲି କୁହାଯାଇଛି। ଯଦି ତଳିଆ ଅଞ୍ଚଳ କି ବସ୍ତିରେ ପାଣି ଜମେ ତେବେ ଲୋକଙ୍କୁ ସ୍ଥାନାନ୍ତର କରିବା ନେଇ ଆଶ୍ରୟସ୍ଥଳ ପ୍ରସ୍ତୁତ ରହିଛି ଓ ଆନୁଷଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି ବୋଲି କହିଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାଶ ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର