ରାଜ୍ଯରେ କମିବ ତାତି, କାଲିଠୁ କାଳବୈଶାଖୀ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ସାମାନ୍ଯ ଆଶ୍ୱସ୍ତିକର ଖବର ଆସିଛି।  ଆସନ୍ତାକାଲି ଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ହ୍ରାସ ପାଇପାରେ। ଭାରତୀୟ IMD  ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତାକାଲି ଠାରୁ ତାତି ହ୍ରାସ ପାଇବ। କାଲିଠାରୁ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବାରୁ ତାତି କମିପାରେ। ଗତ ୨ ଦିନ ଧରି ଓଡ଼ିଶା, ଆନ୍ଧ୍ରପ୍ରଦେଶରେ ପ୍ରବଳ […]

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ସାମାନ୍ଯ ଆଶ୍ୱସ୍ତିକର ଖବର ଆସିଛି।  ଆସନ୍ତାକାଲି ଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ହ୍ରାସ ପାଇପାରେ। ଭାରତୀୟ IMD  ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

ସେ କହିଛନ୍ତି ଯେ, ଆସନ୍ତାକାଲି ଠାରୁ ତାତି ହ୍ରାସ ପାଇବ। କାଲିଠାରୁ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବାରୁ ତାତି କମିପାରେ। ଗତ ୨ ଦିନ ଧରି ଓଡ଼ିଶା, ଆନ୍ଧ୍ରପ୍ରଦେଶରେ ପ୍ରବଳ ତାତି ହେଉଛି। ସମୁଦ୍ରରୁ ଯଥେଷ୍ଟ ପରିମାଣର ବାୟୁ ଆସୁ ନ ଥିବାରୁ ଏହି ତାତି ବଢ଼ୁଛି।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ଚଳିତ ବର୍ଷ ଏପ୍ରିଲ, ମେ’, ଜୁନରେ ସ୍ୱାଭାବିକ ଠାରୁ ଅଧିକ ତାତି ରହିପାରେ। ଏହାସହ ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ତୀବ୍ରତା ଅଧିକ ରହିପାରେ। ତେଣୁ ଗ୍ରୀଷ୍ମ ପ୍ରବାହ ପାଇଁ ଲୋକେ ସତର୍କ ରୁହନ୍ତୁ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

ଆସନ୍ତାକାଲି ଠାରୁ ପାରଦ ଖସିବ। ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ଖସିବ। ୨ ତାରିଖରେ କାଳବୈଶାଖୀ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏନେଇ ଗ଼ଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୩ ତାରିଖରେ କାଳବୈଶାଖୀ ବର୍ଷା ନେଇ ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ  ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୪ ତାରିଖରେ ମଧ୍ଯ  କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

01 Apr 2021 By The Sakala

ରାଜ୍ଯରେ କମିବ ତାତି, କାଲିଠୁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ସାମାନ୍ଯ ଆଶ୍ୱସ୍ତିକର ଖବର ଆସିଛି।  ଆସନ୍ତାକାଲି ଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ହ୍ରାସ ପାଇପାରେ। ଭାରତୀୟ IMD  ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଆସନ୍ତାକାଲି ଠାରୁ ତାତି ହ୍ରାସ ପାଇବ। କାଲିଠାରୁ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବାରୁ ତାତି କମିପାରେ। ଗତ ୨ ଦିନ ଧରି ଓଡ଼ିଶା, ଆନ୍ଧ୍ରପ୍ରଦେଶରେ ପ୍ରବଳ ତାତି ହେଉଛି। ସମୁଦ୍ରରୁ ଯଥେଷ୍ଟ ପରିମାଣର ବାୟୁ ଆସୁ ନ ଥିବାରୁ ଏହି ତାତି ବଢ଼ୁଛି।

ଚଳିତ ବର୍ଷ ଏପ୍ରିଲ, ମେ’, ଜୁନରେ ସ୍ୱାଭାବିକ ଠାରୁ ଅଧିକ ତାତି ରହିପାରେ। ଏହାସହ ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ତୀବ୍ରତା ଅଧିକ ରହିପାରେ। ତେଣୁ ଗ୍ରୀଷ୍ମ ପ୍ରବାହ ପାଇଁ ଲୋକେ ସତର୍କ ରୁହନ୍ତୁ।

ଆସନ୍ତାକାଲି ଠାରୁ ପାରଦ ଖସିବ। ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ଖସିବ। ୨ ତାରିଖରେ କାଳବୈଶାଖୀ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏନେଇ ଗ଼ଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୩ ତାରିଖରେ କାଳବୈଶାଖୀ ବର୍ଷା ନେଇ ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ  ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୪ ତାରିଖରେ ମଧ୍ଯ  କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର