ଶକ୍ତିହରାଇଲା ବାତ୍ୟା ‘ଆସାନି’ : ଆସନ୍ତାକାଲି ସକାଳ ସୁଦ୍ଧା ନେବ ଅବପାତର ରୂପ

The Sakala Picture
Published On

ଭୁବନେଶ୍ବର : ସିଭିୟର ସାଇକ୍ଲୋନିକ ଷ୍ଟର୍ମ ‘ଅସାନି’ ଗତ ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଧିରେ ଧିରେ ଦୁର୍ବଳ ହୋଇଛି। ଆଜି ରାତିରେ ଗଭୀର ଅବପାତ ଏବଂ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେବ ବାତ୍ୟା ଅସାନି। ବର୍ତ୍ତମାନ ଉତ୍ତର-ପଶ୍ଚିମ ଦିଗରେ ‘ଅସାନି’ ଗତ କରୁଛି । ଘଣ୍ଟାପ୍ରତି ୬ କିମି ବେଗରେ ବାତ୍ୟା ଗତି କରୁଛି । ଗୋପାଳପୁରଠାରୁ ଦକ୍ଷିଣ-ପଶ୍ଚିମରେ ୫୦୦ କିମି ଦୂରରେ କେନ୍ଦ୍ରୀଭୂତ । ପୁରୀଠାରୁ ଦକ୍ଷିଣ-ପଶ୍ଚିମରେ ୫୦୦ […]

ଭୁବନେଶ୍ବର : ସିଭିୟର ସାଇକ୍ଲୋନିକ ଷ୍ଟର୍ମ ‘ଅସାନି’ ଗତ ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଧିରେ ଧିରେ ଦୁର୍ବଳ ହୋଇଛି। ଆଜି ରାତିରେ ଗଭୀର ଅବପାତ ଏବଂ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେବ ବାତ୍ୟା ଅସାନି। ବର୍ତ୍ତମାନ ଉତ୍ତର-ପଶ୍ଚିମ ଦିଗରେ ‘ଅସାନି’ ଗତ କରୁଛି । ଘଣ୍ଟାପ୍ରତି ୬ କିମି ବେଗରେ ବାତ୍ୟା ଗତି କରୁଛି । ଗୋପାଳପୁରଠାରୁ ଦକ୍ଷିଣ-ପଶ୍ଚିମରେ ୫୦୦ କିମି ଦୂରରେ କେନ୍ଦ୍ରୀଭୂତ । ପୁରୀଠାରୁ ଦକ୍ଷିଣ-ପଶ୍ଚିମରେ ୫୦୦ କିମି ଦୂରରେ କେନ୍ଦ୍ରୀଭୂତ । ମଛଲିପଟ୍ଟନମଠାରୁ ୪୦ କିଲୋମିଟର ଓ କାକିନାଡାଠାରୁ ୧୪୦ କିଲୋମିଟର ଦୂରରେ ରହିଛି ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

ଗତ ୬ ଘଂଟା ଧରି ୬ କିଲୋମିଟର ବେଗରେ ଆଗକୁ ବଢୁଛି ।ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରର ନର୍ସାପୁର, ୟନମ୍, କାକିନାଡ. ଟୁନି ଓ ବିଶାଖାପାଟନମ୍ ଉପକୂଳ ଦେଇ ପୁଣି ସମୁଦ୍ରରେ ଗତି କରିବ ।କାକିନାଡାଠାରେ ପବନର ବେଗ ୭୦ରୁ ୮୦ କିଲୋମିଟର ରହିବ । ଏହା ପ୍ରଭାବରେ ଆଜି ଆନ୍ଧ୍ର ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଓଡ଼ିଶା ଉପକୂଳଠାରୁ ବାତ୍ୟା ସମୁଦ୍ର ମଧ୍ୟରେ ବହୁ ଦୂରରେ ଅତିକ୍ରମ କରିବ । ସେତେବେଳକୁ ଏହା ଏହା ଅବପାତର ରୂପ ନେଇସାରିଥିବ ।ଆସନ୍ତା ୧୩ ତାରିଖରୁ ରାଜ୍ୟରେ ପାଗ ବଦଳିବ ।ତେବେ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା । ବାତ୍ୟା ଦୁର୍ବଳ ହେଉଥିବାରୁ ରାଜ୍ୟରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ । ବାତ୍ୟା ଦୁର୍ବଳ ହୋଇ କାଲି ଅବପାତର ରୂପ ନେବା ସମ୍ଭାବନା । ହେଲେ ଏହାର ପ୍ରଭାବରେ ରାଜ୍ୟର ୧୦ ଜିଲ୍ଲାରେ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

ମାଲକାନଗିରି, କୋରାପୁଟ,ରାୟଗଡା, ଗଞ୍ଜାମ,ନବରଙ୍ଗପୁର, ଗଜପତି ,କେଉଁଝର, ମୟୁରଭଞ୍ଜଓ ପୁରୀରେ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ ୧୨ ତାରିଖ ରାତି ଯାଏଁ ସମୁଦ୍ର ଅଶାନ୍ତ ରହିବ ଆସନ୍ତା କିଛି ଘଣ୍ଟା ରେ ଓଡିଶା ଉପକୂଳବର୍ତ୍ତୀ ଜିଲ୍ଳା ଗୁଡିକରେ ୪୦ ରୁ ୫୦ କିମି ଏବଂ ଝଟକା ପବନ ୬୦ କିମି ବେଗରେ ପବନ ବହିପାରେ।ଗୋପାଳପୁର ବନ୍ଦର ପାଇଁ ୩ନମ୍ବର ବିପଦ ସଂକେତ ଜାରି କରାଯାଇଥିବା ବେଳେ ପୁରୀ, ଚାନ୍ଦବାଲି/ଧାମରା ଏବଂ ପାରାଦ୍ୱୀପ ବନ୍ଦର ପାଇଁ ୨ନମ୍ବର ବିପଦ ସଂକେତ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

11 May 2022 By The Sakala

ଶକ୍ତିହରାଇଲା ବାତ୍ୟା ‘ଆସାନି’ : ଆସନ୍ତାକାଲି ସକାଳ ସୁଦ୍ଧା ନେବ ଅବପାତର ରୂପ

ଭୁବନେଶ୍ବର : ସିଭିୟର ସାଇକ୍ଲୋନିକ ଷ୍ଟର୍ମ ‘ଅସାନି’ ଗତ ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଧିରେ ଧିରେ ଦୁର୍ବଳ ହୋଇଛି। ଆଜି ରାତିରେ ଗଭୀର ଅବପାତ ଏବଂ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେବ ବାତ୍ୟା ଅସାନି। ବର୍ତ୍ତମାନ ଉତ୍ତର-ପଶ୍ଚିମ ଦିଗରେ ‘ଅସାନି’ ଗତ କରୁଛି । ଘଣ୍ଟାପ୍ରତି ୬ କିମି ବେଗରେ ବାତ୍ୟା ଗତି କରୁଛି । ଗୋପାଳପୁରଠାରୁ ଦକ୍ଷିଣ-ପଶ୍ଚିମରେ ୫୦୦ କିମି ଦୂରରେ କେନ୍ଦ୍ରୀଭୂତ । ପୁରୀଠାରୁ ଦକ୍ଷିଣ-ପଶ୍ଚିମରେ ୫୦୦ କିମି ଦୂରରେ କେନ୍ଦ୍ରୀଭୂତ । ମଛଲିପଟ୍ଟନମଠାରୁ ୪୦ କିଲୋମିଟର ଓ କାକିନାଡାଠାରୁ ୧୪୦ କିଲୋମିଟର ଦୂରରେ ରହିଛି ।

ଗତ ୬ ଘଂଟା ଧରି ୬ କିଲୋମିଟର ବେଗରେ ଆଗକୁ ବଢୁଛି ।ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରର ନର୍ସାପୁର, ୟନମ୍, କାକିନାଡ. ଟୁନି ଓ ବିଶାଖାପାଟନମ୍ ଉପକୂଳ ଦେଇ ପୁଣି ସମୁଦ୍ରରେ ଗତି କରିବ ।କାକିନାଡାଠାରେ ପବନର ବେଗ ୭୦ରୁ ୮୦ କିଲୋମିଟର ରହିବ । ଏହା ପ୍ରଭାବରେ ଆଜି ଆନ୍ଧ୍ର ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଓଡ଼ିଶା ଉପକୂଳଠାରୁ ବାତ୍ୟା ସମୁଦ୍ର ମଧ୍ୟରେ ବହୁ ଦୂରରେ ଅତିକ୍ରମ କରିବ । ସେତେବେଳକୁ ଏହା ଏହା ଅବପାତର ରୂପ ନେଇସାରିଥିବ ।ଆସନ୍ତା ୧୩ ତାରିଖରୁ ରାଜ୍ୟରେ ପାଗ ବଦଳିବ ।ତେବେ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା । ବାତ୍ୟା ଦୁର୍ବଳ ହେଉଥିବାରୁ ରାଜ୍ୟରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ । ବାତ୍ୟା ଦୁର୍ବଳ ହୋଇ କାଲି ଅବପାତର ରୂପ ନେବା ସମ୍ଭାବନା । ହେଲେ ଏହାର ପ୍ରଭାବରେ ରାଜ୍ୟର ୧୦ ଜିଲ୍ଲାରେ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ,ରାୟଗଡା, ଗଞ୍ଜାମ,ନବରଙ୍ଗପୁର, ଗଜପତି ,କେଉଁଝର, ମୟୁରଭଞ୍ଜଓ ପୁରୀରେ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ ୧୨ ତାରିଖ ରାତି ଯାଏଁ ସମୁଦ୍ର ଅଶାନ୍ତ ରହିବ ଆସନ୍ତା କିଛି ଘଣ୍ଟା ରେ ଓଡିଶା ଉପକୂଳବର୍ତ୍ତୀ ଜିଲ୍ଳା ଗୁଡିକରେ ୪୦ ରୁ ୫୦ କିମି ଏବଂ ଝଟକା ପବନ ୬୦ କିମି ବେଗରେ ପବନ ବହିପାରେ।ଗୋପାଳପୁର ବନ୍ଦର ପାଇଁ ୩ନମ୍ବର ବିପଦ ସଂକେତ ଜାରି କରାଯାଇଥିବା ବେଳେ ପୁରୀ, ଚାନ୍ଦବାଲି/ଧାମରା ଏବଂ ପାରାଦ୍ୱୀପ ବନ୍ଦର ପାଇଁ ୨ନମ୍ବର ବିପଦ ସଂକେତ ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର