ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ରାଷ୍ଟ୍ରପତି ଏବଂ କେନ୍ଦ୍ରମନ୍ତ୍ରୀ ବି ରଖିଛନ୍ତି ସହଭାଗିତା, ଦେଇଛନ୍ତି ସହଯୋଗ ରାଶି, ବିକାଶକୁ କରିଛନ୍ତି ପ୍ରଶଂସା

The Sakala Picture
Published On

ପୁରୀ : ଶ୍ରୀମନ୍ଦିରର ଚତୁଃପାର୍ଶ୍ବକୁ ଦିଆଯାଉଛି ନୂଆରୂପ। ବଡ଼ଦେଉଳର ସୁରକ୍ଷା, ସୌନ୍ଦର୍ଯ୍ୟକରଣ ସାଙ୍ଗକୁ ଦର୍ଶନାର୍ଥୀଙ୍କ ସୁବିଧାକୁ ପ୍ରାଥମିକତା ଦିଆଯାଇ ପରିକ୍ରମା ପ୍ରକଳ୍ପ କାମ ଚାଲିଛି। ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଆଧାର କରି ପ୍ରସ୍ତୁତ ହେଉଛି ଐତିହ୍ୟ କରିଡ଼ର। ପ୍ରତିଟି କାରୁକାର୍ଯ୍ୟରେ ରହିବ ଓଡ଼ିଆ ସଂସ୍କୃତି, ପରମ୍ପରା ଓ ଐତିହ୍ୟର ଛାପ। ଏଥିରେ ପ୍ରତ୍ୟେକ ଓଡ଼ିଆ ଓ ଜଗନ୍ନାଥପ୍ରେମୀଙ୍କୁ ସେମାନଙ୍କ ଅବଦାନ ରଖିବାକୁ ସୁଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି। ଏହା ପରେ […]

ପୁରୀ : ଶ୍ରୀମନ୍ଦିରର ଚତୁଃପାର୍ଶ୍ବକୁ ଦିଆଯାଉଛି ନୂଆରୂପ। ବଡ଼ଦେଉଳର ସୁରକ୍ଷା, ସୌନ୍ଦର୍ଯ୍ୟକରଣ ସାଙ୍ଗକୁ ଦର୍ଶନାର୍ଥୀଙ୍କ ସୁବିଧାକୁ ପ୍ରାଥମିକତା ଦିଆଯାଇ ପରିକ୍ରମା ପ୍ରକଳ୍ପ କାମ ଚାଲିଛି। ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଆଧାର କରି ପ୍ରସ୍ତୁତ ହେଉଛି ଐତିହ୍ୟ କରିଡ଼ର। ପ୍ରତିଟି କାରୁକାର୍ଯ୍ୟରେ ରହିବ ଓଡ଼ିଆ ସଂସ୍କୃତି, ପରମ୍ପରା ଓ ଐତିହ୍ୟର ଛାପ। ଏଥିରେ ପ୍ରତ୍ୟେକ ଓଡ଼ିଆ ଓ ଜଗନ୍ନାଥପ୍ରେମୀଙ୍କୁ ସେମାନଙ୍କ ଅବଦାନ ରଖିବାକୁ ସୁଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି। ଏହା ପରେ ପରିକ୍ରମା ପ୍ରକଳ୍ପ ପ୍ରତି ବଢ଼ିଛି ସହଯୋଗର ହାତ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

କେବଳ ଓଡ଼ିଆ ନୁହେଁ ଦେଶର ଅନେକ ବିଶିଷ୍ଟ ବ୍ୟକ୍ତି ଶ୍ରୀମନ୍ଦିର ବିକାଶକୁ ପ୍ରଶଂସା କରିବା ସହ ସେମାନଙ୍କ ସହଭାଗିତା ରଖିଛନ୍ତି। ଏହି ତାଲିକାରେ ଭାରତର ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାମିଲ ହୋଇଛନ୍ତି। ହେଲେ ଏବେ କିଛି ନ୍ୟସ୍ତସ୍ୱାର୍ଥ ବ୍ୟକ୍ତି ନିଜର ଇଚ୍ଛାକୁ ପୂରଣ କରିବା ଲାଗି ପ୍ରକଳ୍ପକୁ ବିରୋଧ କରୁଛନ୍ତି। ମହାପ୍ରଭୁଙ୍କୁ ବି ନେଇ ସେମାନେ ରାଜନୀତି ଖେଳ ଖେଳୁଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

୨୦୨୧ ଫେବୃୟାରୀ ୨୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିଧାନସଭାରେ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରକଳ୍ପ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହେଲେ କେମିତି ଦେଖାଯିବ ବଡ଼ଦେଉଳ ଚତୁଃପାର୍ଶ୍ବ। ଦର୍ଶନାର୍ଥୀଙ୍କ ପାଇଁ କ’ଣ ରହିବ ସୁବିଧା ସୁଯୋଗ। ଶାନ୍ତଶୀତଳ ପରିବେଶରେ ଶ୍ରଦ୍ଧାଳୁ କିପରି ଭାବ ଭକ୍ତିରେ ଭିଜିଯିବେ। ବିଶ୍ୱବାସୀଙ୍କ ନଜର ଟାଣିବା ଭଳି କିଭଳି ରହିବ ପରିକ୍ରମା ମାର୍ଗ। ବିସ୍ତୃତ ଭାବେ ଏହି ପ୍ରକଳ୍ପର ରୂପରେଖ ସ୍ପଷ୍ଟ କରିଥିଲେ। କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଏବଂ ଏହାର ଚତୁଃପାର୍ଶ୍ବର ଏହି ବିକାଶ ଯୋଜନାକୁ ସମସ୍ତେ ଭୂରି ଭୂରି ପ୍ରଶଂସା କରିଥିଲେ। ସେହିଦିନ ଏଥିରେ ପ୍ରତିଟି ଓଡ଼ିଆ ଓ ଜଗନ୍ନାଥପ୍ରେମୀଙ୍କୁ ସେମାନଙ୍କ ଅବଦାନ ରଖିବାକୁ ସୁଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିଲେ। ଏହା ପରଠାରୁ ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ପରିକ୍ରମା ପ୍ରକଳ୍ପକୁ ପ୍ରଶଂସା କରିବା ସହ ସହଯୋଗର ହାତ ବଢ଼ାଇଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଗତବର୍ଷ ମାର୍ଚ୍ଚ୨୨ ତାରିଖରେ ମହାମହିମ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିଲେ। ଏହି ଅବସରରେ ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ହେବାକୁ ଥିବା ବିକାଶ ସମ୍ପର୍କରେ ତତ୍କାଳୀନ ମୁଖ୍ୟ ପ୍ରଶାସକଙ୍କଠାରୁ ବୁଝିବା ସହ ରାଜ୍ୟ ସରକାରଙ୍କ ଏଭଳି ପଦକ୍ଷେପକୁ ପ୍ରଶଂସା କରିଥିଲେ। ସିଂହଦ୍ୱାର ସମ୍ମୁଖ ଅଞ୍ଚଳକୁ ଭଲ ଭାବେ ଦେଖିବା ସହ ଶ୍ରୀମନ୍ଦିର ବିକାଶରେ ସହଭାଗିତା ରଖିଥିଲେ ରାଷ୍ଟ୍ରପତି। ନିଜ ଦରମାରୁ ୧ଲକ୍ଷ ଟଙ୍କାର ଚେକ୍‍ ତତ୍କାଳୀନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କୁ ପ୍ରଦାନ କରିଥିଲେ। କେବଳ ରାଷ୍ଟ୍ରପତି ନୁହଁନ୍ତି ବିଭିନ୍ନ ସମୟରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆସିଥିବା ବିଶିଷ୍ଟ ବ୍ୟକ୍ତି ନିଜର ସହଭାଗିତା ରଖିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଦରମାରୁ ୧ ଲକ୍ଷ ଟଙ୍କାର ସହଯୋଗ ରାଶି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପ୍ରଦାନ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ସମଗ୍ର ହିନ୍ଦୁ ସମାଜର ଶ୍ରଦ୍ଧାର କେନ୍ଦ୍ର। ସାଢେ ୪ କୋଟି ଓଡ଼ିଆଙ୍କ ହୃଦୟର ସ୍ପନ୍ଦନ ସହ ଯୋଡି ହୋଇଛନ୍ତି। ସମାଜର ଦାୟିତ୍ୱରେ ହିଁ ବଡ଼ଦେଉଳର କାମ ସମ୍ପନ୍ନ ହୋଇଥିଲା। ଶ୍ରୀମନ୍ଦିରର ଉତ୍କୃଷ୍ଟ ବିକାଶ ପାଇଁ ସମଗ୍ର ହିନ୍ଦୁ ସମାଜ ସହଯୋଗର ହାତ ବଢ଼ାନ୍ତୁ ବୋଲି ଆହ୍ୱାନ ଦେଇଥିଲେ ଧର୍ମେନ୍ଦ୍ର।

ସେହିପରି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରତ୍ୟେକ ୫୦ ହଜାର ଟଙ୍କା ଲେଖାଏଁ ସହଯୋଗ ରାଶି ପ୍ରଦାନ କରିଛନ୍ତି। କେବଳ ବ୍ୟକ୍ତିବିଶେଷ ନୁହନ୍ତି, ବିଭିନ୍ନ ଅନୁଷ୍ଠାନ ବି ଶ୍ରୀମନ୍ଦିର ବିକାଶରେ ସହଭାଗିତା ହେବା ପାଇଁ ଆଗେଇ ଆସିଛନ୍ତି। କଳିଙ୍ଗ କମର୍ସିଆଲ କର୍ପୋରେଶନ ଲିମିଟେଡ ଏବଂ ଏମ୍‍ଜିଏମ୍‍ ମିନେରାଲ୍ସ ଲିମିଟେଡ ୧ କୋଟି ଲେଖାଏ ଟଙ୍କାର ଚେକ୍‍ ପ୍ରଦାନ କରିଛନ୍ତି। ବଲିଉଡ୍‍ର ଚର୍ଚ୍ଚିତ ଅଭିନେତ୍ରୀ କଙ୍ଗନା ରଣାୱତ ଏବଂ ଅଭିନେତା ଗୋବିନ୍ଦା ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ବିକାଶକୁ ପ୍ରଶଂସା କରିଛନ୍ତି। ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ, ରାଜ୍ୟର ବିଶିଷ୍ଟ ବ୍ୟକ୍ତି ଏବଂ ଅନୁଷ୍ଠାନ ଶ୍ରୀମନ୍ଦିର ବିକାଶକୁ ପ୍ରଶଂସା କରି ସହଭାଗିତା ରଖିଥିବାବେଳେ ଏବେ ବ୍ୟକ୍ତିଗତ ସ୍ୱାର୍ଥ ପାଇଁ ପ୍ରକଳ୍ପ କାମକୁ ବନ୍ଦ କରିବା ଲାଗି ହୀନ ଷଡ଼ଯନ୍ତ୍ର କରୁଥିବା ଲୋକଙ୍କ ଅସଲମୁଖା ପଦାରେ ପଡ଼ିଛି ବୋଲି ଚର୍ଚ୍ଚା ହେଉଛି।

13 May 2022 By The Sakala

https://www.thesakala.in/latest-odisha-news/srimandir-heritage-corridor-project-the-president-and-union-minister-have-also-contributed/article-11553
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର