ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ, ଆଜିଠୁ ଜମିବ ପ୍ରଚାର

The Sakala Picture
Published On

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି। ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ସମେତ ମୋଟ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମେ’ ୩୧ରେ ହେବ ବ୍ରଜରାଜନଗର ଉପନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ଜୁନ୍ ୩ ତାରିଖରେ ହେବ ଭୋଟ […]

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି। ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ସମେତ ମୋଟ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମେ’ ୩୧ରେ ହେବ ବ୍ରଜରାଜନଗର ଉପନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ଜୁନ୍ ୩ ତାରିଖରେ ହେବ ଭୋଟ ଗଣତି । ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ଏହି ଆସନ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସେପଟେ ଆଜିଠୁ ଆରମ୍ଭ ହେବ ପ୍ରଚାର । ମଇଦାନକୁ ଓହ୍ଲାଇବେ ଷ୍ଟାର ପ୍ରଚାରକ । ଡୋର ଟୁ ଡୋର କ୍ୟାମ୍ପେନିଂ କରି ଭୋଟ ହାତେଇବାକୁ ଚେଷ୍ଟା କରିବେ ସବୁ ଦଳ । ପ୍ରତି ଘରକୁ ଯାଇ ଲୋକଙ୍କୁ ବୁଝାଇବେ ନେତା ଓ ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ବ୍ରଜରାଜନଗର ବିଜୟ ପାଇଁ ବିଜେଡି ପ୍ଲାନ୍ ପ୍ରସ୍ତୁତ କରିସାରିଛି । ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁରୁଦାୟିତ୍ବ ମିଳିଥିବା ବେଳେ ଅନ୍ୟ ମନ୍ତ୍ରୀ, ବିଧାୟକ, ସାଂସଦଙ୍କୁ ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପଞ୍ଚାୟତ ଓ ପୌର ନିର୍ବାଚନରେ ଲୋକଙ୍କ ଦ୍ବାରା ପ୍ରତ୍ୟାଖ୍ୟାତ ହେବା ପରେ ବ୍ରଜରାଜନଗର ଉପନିର୍ବାଚନକୁ ନେଇ ଆଶା ବାନ୍ଧିଛନ୍ତି ବିରୋଧୀ । ଦଳୀୟ ନେତାଙ୍କୁ ଉତ୍ସାହିତ କରିବାକୁ ପ୍ରଚାରକୁ ଆସିବାକୁ ଅଣ୍ଟା ଭିଡ଼ିଛନ୍ତି କେନ୍ଦ୍ରୀୟ ନେତା । ୨୩ ତାରିଖରୁ କଂଗ୍ରେସ ଜୋରଦାର ପ୍ରଚାର କରିବାକୁ ଥିବା ବେଳେ, ବିଜେପି ବି ନିର୍ବାଚନ ପ୍ରଚାର ଜୋରଦାର କରିବାକୁ ପ୍ଲାନ୍ କରିଛି ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର