୩ ଦିନ ପରେ ୪ ଡିଗ୍ରୀ ବଢ଼ିବ ତାତି: ରବିବାର ୮ ଜିଲ୍ଲାକୁ ହିଟୱେଭ୍‍ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟକୁ ପୁଣି ଥରେ ଗ୍ରୀଷ୍ମଲହରୀ ଫେରିବ। ୩ ଦିନ ପରେ ପୁଣି ତାପମାତ୍ରା ବଢ଼଼ିବ ଓ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଯିବ। ବାତ୍ୟା ଅସାନୀ ଯୋଗୁଁ ଅନେକ ସ୍ଥାନରେ ତାପମାତ୍ରା ତଳମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ କାଳବୈଶାଖୀ ଯୋଗୁଁ ମଧ୍ୟ ତାପମାତ୍ରା ବୃଦ୍ଧି ହୋଇପାରୁନି। ହେଲେ ଶନିବାର ପରଠାରୁ କାଳବୈଶାଖୀ ପ୍ରକୋପ କମିବା ସହିତ ତାପମାତ୍ରା ବୃଦ୍ଧି ଆରମ୍ଭ ହେବ। ଯାହାଦ୍ୱାରା ରାଜ୍ୟକୁ ପୁଣି ଥରେ ଗ୍ରୀଷ୍ମଲହରୀ ଫେରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। […]

ଭୁବନେଶ୍ୱର: ରାଜ୍ୟକୁ ପୁଣି ଥରେ ଗ୍ରୀଷ୍ମଲହରୀ ଫେରିବ। ୩ ଦିନ ପରେ ପୁଣି ତାପମାତ୍ରା ବଢ଼଼ିବ ଓ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଯିବ। ବାତ୍ୟା ଅସାନୀ ଯୋଗୁଁ ଅନେକ ସ୍ଥାନରେ ତାପମାତ୍ରା ତଳମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ କାଳବୈଶାଖୀ ଯୋଗୁଁ ମଧ୍ୟ ତାପମାତ୍ରା ବୃଦ୍ଧି ହୋଇପାରୁନି। ହେଲେ ଶନିବାର ପରଠାରୁ କାଳବୈଶାଖୀ ପ୍ରକୋପ କମିବା ସହିତ ତାପମାତ୍ରା ବୃଦ୍ଧି ଆରମ୍ଭ ହେବ। ଯାହାଦ୍ୱାରା ରାଜ୍ୟକୁ ପୁଣି ଥରେ ଗ୍ରୀଷ୍ମଲହରୀ ଫେରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ମାତ୍ର ୩ ଦିନ ପରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୩-୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଗତକାଲି ୪୨.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ସାଜିଥିବା ବେଳେ ଖୁବଶୀଘ୍ର ଏହା ବୃଦ୍ଧି ହେବ ବୋଲି ଆକଳନ କରାଯାଇଛି। ଗୁରୁବାର ରାଜ୍ୟର ୧୫ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଅଧିକ ରହିବାର ଆଶଙ୍କା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ବୃଦ୍ଧି ହୋଇ ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ସେହିପରି ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ କୋରାପୁଟରେ ମଧ୍ୟ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର କିଛି ଅଂଶ, ସମଗ୍ର ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ, ତଥା ସମଗ୍ର ଆଣ୍ଡାମାନ ସାଗର ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର