‘ମଙ୍କିପକ୍ସ’କୁ ନେଇ କିଛି ଏଭଳି ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର…

The Sakala Picture
Published On

ଭୁବନେଶ୍ବର: ମଙ୍କିପକ୍ସ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସରକାର ସବୁ ରାଜ୍ୟକୁ ଆଡଭାଇଜାରି ଜାରି କରିଛନ୍ତି। ଏଥିରେ ସତର୍କ ରହିବାକୁ କହିଛନ୍ତି। ଭାରତରେ ମଙ୍କିପକ୍ସ ଏଯାଏଁ ଚିହ୍ନଟ ହୋଇନାହିଁ । ଏହା ଏବେ ଆମେରିକାରେ ଦେଖିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ଏନସିପିସି ତରଫରୁ ରାଜ୍ୟକୁ କୌଣସି ଚିଠି ଆସିନାହିଁ ବୋଲି କହିଛନ୍ତି ସ୍ୱାାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ମଙ୍କିପକ୍ସ ଭଳି କିଛି ଲକ୍ଷଣ ଥିଲେ ଅର୍ଥାତ […]

ଭୁବନେଶ୍ବର: ମଙ୍କିପକ୍ସ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସରକାର ସବୁ ରାଜ୍ୟକୁ ଆଡଭାଇଜାରି ଜାରି କରିଛନ୍ତି। ଏଥିରେ ସତର୍କ ରହିବାକୁ କହିଛନ୍ତି। ଭାରତରେ ମଙ୍କିପକ୍ସ ଏଯାଏଁ ଚିହ୍ନଟ ହୋଇନାହିଁ । ଏହା ଏବେ ଆମେରିକାରେ ଦେଖିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ଏନସିପିସି ତରଫରୁ ରାଜ୍ୟକୁ କୌଣସି ଚିଠି ଆସିନାହିଁ ବୋଲି କହିଛନ୍ତି ସ୍ୱାାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ମଙ୍କିପକ୍ସ ଭଳି କିଛି ଲକ୍ଷଣ ଥିଲେ ଅର୍ଥାତ ଜ୍ୱର ହେବା, ଦେହ ମୁଣ୍ଡ ବଥା ହେବା ଓ ଦେହସାରା ଫଳି ଯିବା, ଘା’ ହେବା ତାହା ହେଲେ ପୁନେକୁ ପରୀକ୍ଷା ଲାଗି ନମୂନା ପଠାଯିବ। ତାପରେ ତାହା ଜଣାପଡ଼ିବ ମଙ୍କିପକ୍ସ ହୋଇଛି ନା ନାହିଁ। କିନ୍ତୁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଯେଉଁ ଜାଗାରେ ଏହା ଅଧିକ ପରିମାଣରେ ଦେଖା ଦେଇଛି ସେଠାରେ ଏହାର ଭାଇରଲ କଲଚର ପାଇଁ ପଠାଯାଇଛି। କଲଚରର ତଥ୍ୟ ଆସିବା ପରେ ନିଶ୍ଚିନ୍ତ ଭାବରେ ସ୍ୱାସ୍ଥ୍ୟ ପରାମର୍ଶଦାତାଙ୍କ ଠାରୁ ପରାମର୍ଶ ଗ୍ରହଣ କରାଯିବ ବୋଲି କହିଛନ୍ତି ସ୍ୱାାସ୍ଥ୍ୟ ନିର୍ଦ୍ଦେଶକ ବିିଜୟ ମହାପାତ୍ର । ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସେପରି ରୋଗୀ ଚିିହ୍ନଟ ହୋଇନାହାଁନ୍ତି । କେବଳ ଆମେରିକା ବା ଅନ୍ୟ ଦେଶ ଗୁଡ଼ିକରେ ଏହି ରୋଗୀଙ୍କୁ ଚିହ୍ନଟ କରାଯାଇଥିବା କହିଛନ୍ତି ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

ସୂଚନାଯୋଗ୍ୟ, ପ୍ରାୟ ଦୁଇ ଦଶନ୍ଧି ପରେ ପ୍ରଥମ ଥର ପାଇଁ ଆମେରିକାର ଟେକ୍ସାସରେ ଜଣେ ବ୍ୟକ୍ତି ‘ମଙ୍କିପକ୍ସ’ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହି ଭୂତାଣୁ ଏତେ ପ୍ରଭାବୀ ହୋଇନଥିଲେ ମଧ୍ୟ ଏହା ଜଣଙ୍କଠାରୁ ଆଉ ଜଣଙ୍କୁ ବ୍ୟାପିବାର ଆଶଙ୍କା ରହିଛି। ସାରା ବିଶ୍ୱ ଏବେ କରୋନା ଭଳି ଭୂତାଣୁ ସହ ଲଢ଼ୁଥିବା ବେଳେ ‘ମଙ୍କିପକ୍ସ’କୁ ନେଇ ଏବେ ଲୋକଙ୍କ ଚିନ୍ତା ବଢିଛି। ‘ମଙ୍କିପକ୍ସ’ ଦ୍ୱାରା ଆକ୍ରାନ୍ତ ହୋଇଥିବା ରୋଗୀ ଜଣେ ଆମେରିକୀୟ ବାସିନ୍ଦା, ଯିଏ କିଛି ଦିନ ପୂର୍ବରୁ ନାଇଜେରିଆରୁ ଫେରିଥିଲେ।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (‘ହୁ’) ଅନୁଯାୟୀ ‘ମଙ୍କିପକ୍ସ’ ଏକ ବିରଳ ରୋଗ, ଯାହା ମଧ୍ୟ ଏବଂ ପଶ୍ଚିମ ଆଫ୍ରିକାର ଦୁର୍ଗମ ଅଞ୍ଚଳରେ ଦେଖାଯାଏ। ଏହି ଭୂତାଣୁ ପଶୁମାନଙ୍କ ଶରୀରରେ ବାସ କରନ୍ତି। କିନ୍ତୁ ଏହା ବେଳେବେଳେ ପଶୁମାନଙ୍କଠାରୁ ମଣିଷଙ୍କ ଶରୀରକୁ ଆସିଯାଇଥାଏ। ଏହା ପୂର୍ବରୁ ୨୦୦୩ରେ ଆମେରିକାରେ ‘ମଙ୍କିପକ୍ସ’ ଦ୍ୱାରା ୪୭ଜଣ ଆକ୍ରାନ୍ତ ହୋଇଥିଲେ।

21 May 2022 By The Sakala

‘ମଙ୍କିପକ୍ସ’କୁ ନେଇ କିଛି ଏଭଳି ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର…

ଭୁବନେଶ୍ବର: ମଙ୍କିପକ୍ସ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସରକାର ସବୁ ରାଜ୍ୟକୁ ଆଡଭାଇଜାରି ଜାରି କରିଛନ୍ତି। ଏଥିରେ ସତର୍କ ରହିବାକୁ କହିଛନ୍ତି। ଭାରତରେ ମଙ୍କିପକ୍ସ ଏଯାଏଁ ଚିହ୍ନଟ ହୋଇନାହିଁ । ଏହା ଏବେ ଆମେରିକାରେ ଦେଖିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ଏନସିପିସି ତରଫରୁ ରାଜ୍ୟକୁ କୌଣସି ଚିଠି ଆସିନାହିଁ ବୋଲି କହିଛନ୍ତି ସ୍ୱାାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ମଙ୍କିପକ୍ସ ଭଳି କିଛି ଲକ୍ଷଣ ଥିଲେ ଅର୍ଥାତ ଜ୍ୱର ହେବା, ଦେହ ମୁଣ୍ଡ ବଥା ହେବା ଓ ଦେହସାରା ଫଳି ଯିବା, ଘା’ ହେବା ତାହା ହେଲେ ପୁନେକୁ ପରୀକ୍ଷା ଲାଗି ନମୂନା ପଠାଯିବ। ତାପରେ ତାହା ଜଣାପଡ଼ିବ ମଙ୍କିପକ୍ସ ହୋଇଛି ନା ନାହିଁ। କିନ୍ତୁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଯେଉଁ ଜାଗାରେ ଏହା ଅଧିକ ପରିମାଣରେ ଦେଖା ଦେଇଛି ସେଠାରେ ଏହାର ଭାଇରଲ କଲଚର ପାଇଁ ପଠାଯାଇଛି। କଲଚରର ତଥ୍ୟ ଆସିବା ପରେ ନିଶ୍ଚିନ୍ତ ଭାବରେ ସ୍ୱାସ୍ଥ୍ୟ ପରାମର୍ଶଦାତାଙ୍କ ଠାରୁ ପରାମର୍ଶ ଗ୍ରହଣ କରାଯିବ ବୋଲି କହିଛନ୍ତି ସ୍ୱାାସ୍ଥ୍ୟ ନିର୍ଦ୍ଦେଶକ ବିିଜୟ ମହାପାତ୍ର । ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସେପରି ରୋଗୀ ଚିିହ୍ନଟ ହୋଇନାହାଁନ୍ତି । କେବଳ ଆମେରିକା ବା ଅନ୍ୟ ଦେଶ ଗୁଡ଼ିକରେ ଏହି ରୋଗୀଙ୍କୁ ଚିହ୍ନଟ କରାଯାଇଥିବା କହିଛନ୍ତି ।

ସୂଚନାଯୋଗ୍ୟ, ପ୍ରାୟ ଦୁଇ ଦଶନ୍ଧି ପରେ ପ୍ରଥମ ଥର ପାଇଁ ଆମେରିକାର ଟେକ୍ସାସରେ ଜଣେ ବ୍ୟକ୍ତି ‘ମଙ୍କିପକ୍ସ’ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହି ଭୂତାଣୁ ଏତେ ପ୍ରଭାବୀ ହୋଇନଥିଲେ ମଧ୍ୟ ଏହା ଜଣଙ୍କଠାରୁ ଆଉ ଜଣଙ୍କୁ ବ୍ୟାପିବାର ଆଶଙ୍କା ରହିଛି। ସାରା ବିଶ୍ୱ ଏବେ କରୋନା ଭଳି ଭୂତାଣୁ ସହ ଲଢ଼ୁଥିବା ବେଳେ ‘ମଙ୍କିପକ୍ସ’କୁ ନେଇ ଏବେ ଲୋକଙ୍କ ଚିନ୍ତା ବଢିଛି। ‘ମଙ୍କିପକ୍ସ’ ଦ୍ୱାରା ଆକ୍ରାନ୍ତ ହୋଇଥିବା ରୋଗୀ ଜଣେ ଆମେରିକୀୟ ବାସିନ୍ଦା, ଯିଏ କିଛି ଦିନ ପୂର୍ବରୁ ନାଇଜେରିଆରୁ ଫେରିଥିଲେ।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (‘ହୁ’) ଅନୁଯାୟୀ ‘ମଙ୍କିପକ୍ସ’ ଏକ ବିରଳ ରୋଗ, ଯାହା ମଧ୍ୟ ଏବଂ ପଶ୍ଚିମ ଆଫ୍ରିକାର ଦୁର୍ଗମ ଅଞ୍ଚଳରେ ଦେଖାଯାଏ। ଏହି ଭୂତାଣୁ ପଶୁମାନଙ୍କ ଶରୀରରେ ବାସ କରନ୍ତି। କିନ୍ତୁ ଏହା ବେଳେବେଳେ ପଶୁମାନଙ୍କଠାରୁ ମଣିଷଙ୍କ ଶରୀରକୁ ଆସିଯାଇଥାଏ। ଏହା ପୂର୍ବରୁ ୨୦୦୩ରେ ଆମେରିକାରେ ‘ମଙ୍କିପକ୍ସ’ ଦ୍ୱାରା ୪୭ଜଣ ଆକ୍ରାନ୍ତ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର