ନନ୍ଦନକାନନରେ ପର୍ଯ୍ଯଟକଙ୍କୁ ମାଡ଼ ଘଟଣା: ୩ ଅଭିଯୁକ୍ତ ଗିରଫ

The Sakala Picture
Published On

ଭୁବନେଶ୍ୱର: ନନ୍ଦନକାନନରେ ପର୍ଯ୍ଯଟକଙ୍କୁ ସଫାରି ବସ୍ କର୍ମଚାରୀଙ୍କ ମାଡ଼ ଘଟଣାରେ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛି ପୁଲିସ। ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଛି ନନ୍ଦନକାନନ ପୁଲିସ । ଗିରଫ ୩ ଜଣ ହେଉଛନ୍ତି ସନ୍ତୋଷ ସାହୁ, କାହ୍ନା ମହାପାତ୍ର ଓ ଅମନ ପାଟ୍ଟଶାଣୀ । ଗିରଫ ୩ ଯୁବକ ଦାରୁଠେଙ୍ଗ ଗ୍ରାମର ବୋଲି ସୂଚନା ମିଳିଛି । ସୂଚନା ଅନୁସାରେ ଛତିଶଗଡ଼ରୁ ୨୬ ଜଣ ପର୍ଯ୍ଯଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ । ସଫାରିରେ ବୁଲିବା ପାଇଁ […]

ଭୁବନେଶ୍ୱର: ନନ୍ଦନକାନନରେ ପର୍ଯ୍ଯଟକଙ୍କୁ ସଫାରି ବସ୍ କର୍ମଚାରୀଙ୍କ ମାଡ଼ ଘଟଣାରେ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛି ପୁଲିସ। ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଛି ନନ୍ଦନକାନନ ପୁଲିସ । ଗିରଫ ୩ ଜଣ ହେଉଛନ୍ତି ସନ୍ତୋଷ ସାହୁ, କାହ୍ନା ମହାପାତ୍ର ଓ ଅମନ ପାଟ୍ଟଶାଣୀ । ଗିରଫ ୩ ଯୁବକ ଦାରୁଠେଙ୍ଗ ଗ୍ରାମର ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସୂଚନା ଅନୁସାରେ ଛତିଶଗଡ଼ରୁ ୨୬ ଜଣ ପର୍ଯ୍ଯଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ । ସଫାରିରେ ବୁଲିବା ପାଇଁ ଦିନ ୨ଟାରେ ଟିକେଟ କାଟିଥିଲେ । ମାତ୍ର ୩ ଘଣ୍ଟା କାଳ ଅପେକ୍ଷା ପରେ ମଧ୍ୟ ସଫାରି ନମିଳିବାରୁ କର୍ମଚାରୀଙ୍କ ସହିତ ବଚସା ହୋଇଥିଲା । ପରେ ଉତକ୍ଷିପ୍ତ ହୋଇ ପର୍ୟ୍ୟଟକଙ୍କୁ ଆକ୍ରମଣ କରିଥିଲେ ସଫାରି କର୍ମଚାରୀ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ତେବେ ଏହି ଘଟଣାରେ ଅଧିକ ତଦନ୍ତ ପାଇଁ ରେଞ୍ଜ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଥିଲା । ଆବଶ୍ୟକ ପଡ଼ିଲେ ସଫାରି ବସ୍ ଓ ବ୍ୟାଟେରୀ ଚଳିତ ଗାଡ଼ିକୁ ଟେଣ୍ଡର ପ୍ରକ୍ରିୟାରେ ନେଇଥିବା ଘରୋଇ ସଂସ୍ଥାର ଲାଇସେନ୍ସକୁ ବାତିଲ କରାଯିବ ବୋଲି ସୂଚନା ଦେଇଛନ୍ତି ନନ୍ଦନକାନନ ଉପନିର୍ଦ୍ଦେଶକ । ନନ୍ଦନକାନନରେ କୌଣସି ସମସ୍ୟା ହେଲେ କର୍ତ୍ତୃପକ୍ଷଙ୍କୁ ଜଣାଇବାକୁ ପର୍ୟ୍ୟଟକଙ୍କୁ ଜଣାଯାଇଛି । ଏହାସହ ପ୍ରାଣୀ ଉଦ୍ୟାନରେ ଥିବା ସଫାରୀ, ବୋଟିଂ, ପାର୍କିଂରେ ବିଶୃଙ୍ଖଳା ହେଲେ ଆଇନକୁ ହାତକୁ ନ ନେବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

23 May 2022 By The Sakala

ନନ୍ଦନକାନନରେ ପର୍ଯ୍ଯଟକଙ୍କୁ ମାଡ଼ ଘଟଣା: ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ନନ୍ଦନକାନନରେ ପର୍ଯ୍ଯଟକଙ୍କୁ ସଫାରି ବସ୍ କର୍ମଚାରୀଙ୍କ ମାଡ଼ ଘଟଣାରେ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛି ପୁଲିସ। ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଛି ନନ୍ଦନକାନନ ପୁଲିସ । ଗିରଫ ୩ ଜଣ ହେଉଛନ୍ତି ସନ୍ତୋଷ ସାହୁ, କାହ୍ନା ମହାପାତ୍ର ଓ ଅମନ ପାଟ୍ଟଶାଣୀ । ଗିରଫ ୩ ଯୁବକ ଦାରୁଠେଙ୍ଗ ଗ୍ରାମର ବୋଲି ସୂଚନା ମିଳିଛି ।

ସୂଚନା ଅନୁସାରେ ଛତିଶଗଡ଼ରୁ ୨୬ ଜଣ ପର୍ଯ୍ଯଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ । ସଫାରିରେ ବୁଲିବା ପାଇଁ ଦିନ ୨ଟାରେ ଟିକେଟ କାଟିଥିଲେ । ମାତ୍ର ୩ ଘଣ୍ଟା କାଳ ଅପେକ୍ଷା ପରେ ମଧ୍ୟ ସଫାରି ନମିଳିବାରୁ କର୍ମଚାରୀଙ୍କ ସହିତ ବଚସା ହୋଇଥିଲା । ପରେ ଉତକ୍ଷିପ୍ତ ହୋଇ ପର୍ୟ୍ୟଟକଙ୍କୁ ଆକ୍ରମଣ କରିଥିଲେ ସଫାରି କର୍ମଚାରୀ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

ତେବେ ଏହି ଘଟଣାରେ ଅଧିକ ତଦନ୍ତ ପାଇଁ ରେଞ୍ଜ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଥିଲା । ଆବଶ୍ୟକ ପଡ଼ିଲେ ସଫାରି ବସ୍ ଓ ବ୍ୟାଟେରୀ ଚଳିତ ଗାଡ଼ିକୁ ଟେଣ୍ଡର ପ୍ରକ୍ରିୟାରେ ନେଇଥିବା ଘରୋଇ ସଂସ୍ଥାର ଲାଇସେନ୍ସକୁ ବାତିଲ କରାଯିବ ବୋଲି ସୂଚନା ଦେଇଛନ୍ତି ନନ୍ଦନକାନନ ଉପନିର୍ଦ୍ଦେଶକ । ନନ୍ଦନକାନନରେ କୌଣସି ସମସ୍ୟା ହେଲେ କର୍ତ୍ତୃପକ୍ଷଙ୍କୁ ଜଣାଇବାକୁ ପର୍ୟ୍ୟଟକଙ୍କୁ ଜଣାଯାଇଛି । ଏହାସହ ପ୍ରାଣୀ ଉଦ୍ୟାନରେ ଥିବା ସଫାରୀ, ବୋଟିଂ, ପାର୍କିଂରେ ବିଶୃଙ୍ଖଳା ହେଲେ ଆଇନକୁ ହାତକୁ ନ ନେବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି ।

https://www.thesakala.in/latest-odisha-news/tourists-beaten-in-nandankanan-3-accused-arrested/article-11817
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର