ହାଇକୋର୍ଟରେ ଦାୟର ହେଲା ରିଟ୍ ପିଟିସନ: ‘ସେବାୟତମାନେ ବିକାଶ ପାଇଁ ଭିଟାମାଟି ଛାଡିଛନ୍ତି, ପ୍ରକଳ୍ପ ବାଧାପ୍ରାପ୍ତ ହେଲେ ତ୍ୟାଗ ମୂଲ୍ୟହୀନ ହୋଇଯିବ’

The Sakala Picture
Published On

କଟକ: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଏନେଇ ରାଜ୍ୟ ସରକାର ଓ ଏଏସଆଇଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଏର କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଯଥାଶୀଘ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମସ୍ତ ସୁବିଧା ଓ ଉପଯୋଗୀ କାର୍ଯ୍ୟ ସାରିବାକୁ ସେବାୟତ ଆବେଦନ କରିଛନ୍ତି । ବିଶେଷ କରି ସେବାୟତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଉଦ୍ଦିଷ୍ଟ ବିକାଶମୂଳକ କାମ ଶୀଘ୍ର ସାରିବାକୁ ଦାବି କରିଛନ୍ତି । କିଛି ମୁଷ୍ଟିମେୟ […]

କଟକ: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଏନେଇ ରାଜ୍ୟ ସରକାର ଓ ଏଏସଆଇଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଏର କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଯଥାଶୀଘ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମସ୍ତ ସୁବିଧା ଓ ଉପଯୋଗୀ କାର୍ଯ୍ୟ ସାରିବାକୁ ସେବାୟତ ଆବେଦନ କରିଛନ୍ତି । ବିଶେଷ କରି ସେବାୟତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଉଦ୍ଦିଷ୍ଟ ବିକାଶମୂଳକ କାମ ଶୀଘ୍ର ସାରିବାକୁ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

କିଛି ମୁଷ୍ଟିମେୟ ବ୍ୟକ୍ତି ଓ ରାଜନୈତିକ ଦଳ ଏହି ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି। ଏହା ଜନସ୍ୱାର୍ଥ ବିରୋଧୀ ଓ ସେବାୟତଙ୍କ ସ୍ୱାର୍ଥକୁ ଉପେକ୍ଷା । ତେଣୁ ହାଇକୋର୍ଟ ଏଥିରେ ହସ୍ତକ୍ଷେପ କରି ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସେବାୟତ ନିବେଦନ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟଙ୍କ ଆଦେଶ ଅନୁସାରେ ଏଏସଆଇକୁ ରାଜ୍ୟ ସରକାରଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ କହିଛନ୍ତି । କିଛି ମୁଷ୍ଟିମେୟ ଗୋଷ୍ଠୀ ମିଥ୍ୟା ଓ କୁପ୍ରଚାର କରି ପରିକ୍ରମା ପ୍ରକଳ୍ପ ଅଗ୍ରଗତିରେ ବାଧା ସୃଷ୍ଟି କରୁଛନ୍ତି । ଏଥିରେ କିଛି ରାଜନୈତିକ ବ୍ୟକ୍ତି ସହଯୋଗ କରୁଛନ୍ତି, ଯାହାକି ଗ୍ରହଣୀୟ ନୁହେଁ । ତେଣୁ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରାଯିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେବାୟତ ପ୍ରାର୍ଥନା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ଶ୍ରୀମନ୍ଦିରର ସେବାୟତ ରଘୁନାଥ ଗୋଚ୍ଛିକାର, ହଜୁରୀ କୃଷ୍ଣଚନ୍ଦ୍ର ଖୁଣ୍ଟିଆ, ବିନାୟକ ଦାସମହାପାତ୍ର, ହରେକୃଷ୍ଣ ଖୁଣ୍ଟିଆ, ବଟକୃଷ୍ଣ ମୁଦ୍ରା ପ୍ରମୁଖ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରିଛନ୍ତି । ସେବାୟତମାନେ ବିକାଶ ପାଇଁ ଭିଟାମାଟି ଛାଡ଼ିଛନ୍ତି । ପ୍ରକଳ୍ପ ବାଧାପ୍ରାପ୍ତ ହେଲେ ସେମାନଙ୍କ ତ୍ୟାଗ ମୂଲ୍ୟହୀନ ହୋଇଯିବ ବୋଲି ରିଟ୍ ପିଟିସନରେ ଉଲ୍ଲେଖ ରହିଛି ।

ଆହୁରି ପଢ଼ନ୍ତୁ: ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ କଳା ପତାକା ସହ ବାଙ୍କୀରେ ଜୋରଦାର ବିରୋଧ ପ୍ରଦର୍ଶନ

23 May 2022 By The Sakala

ହାଇକୋର୍ଟରେ ଦାୟର ହେଲା ରିଟ୍ ପିଟିସନ: ‘ସେବାୟତମାନେ ବିକାଶ ପାଇଁ ଭିଟାମାଟି ଛାଡିଛନ୍ତି, ପ୍ରକଳ୍ପ ବାଧାପ୍ରାପ୍ତ ହେଲେ ତ୍ୟାଗ ମୂଲ୍ୟହୀନ ହୋଇଯିବ’

କଟକ: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଏନେଇ ରାଜ୍ୟ ସରକାର ଓ ଏଏସଆଇଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଏର କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଯଥାଶୀଘ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମସ୍ତ ସୁବିଧା ଓ ଉପଯୋଗୀ କାର୍ଯ୍ୟ ସାରିବାକୁ ସେବାୟତ ଆବେଦନ କରିଛନ୍ତି । ବିଶେଷ କରି ସେବାୟତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଉଦ୍ଦିଷ୍ଟ ବିକାଶମୂଳକ କାମ ଶୀଘ୍ର ସାରିବାକୁ ଦାବି କରିଛନ୍ତି ।

କିଛି ମୁଷ୍ଟିମେୟ ବ୍ୟକ୍ତି ଓ ରାଜନୈତିକ ଦଳ ଏହି ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି। ଏହା ଜନସ୍ୱାର୍ଥ ବିରୋଧୀ ଓ ସେବାୟତଙ୍କ ସ୍ୱାର୍ଥକୁ ଉପେକ୍ଷା । ତେଣୁ ହାଇକୋର୍ଟ ଏଥିରେ ହସ୍ତକ୍ଷେପ କରି ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସେବାୟତ ନିବେଦନ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟଙ୍କ ଆଦେଶ ଅନୁସାରେ ଏଏସଆଇକୁ ରାଜ୍ୟ ସରକାରଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ କହିଛନ୍ତି । କିଛି ମୁଷ୍ଟିମେୟ ଗୋଷ୍ଠୀ ମିଥ୍ୟା ଓ କୁପ୍ରଚାର କରି ପରିକ୍ରମା ପ୍ରକଳ୍ପ ଅଗ୍ରଗତିରେ ବାଧା ସୃଷ୍ଟି କରୁଛନ୍ତି । ଏଥିରେ କିଛି ରାଜନୈତିକ ବ୍ୟକ୍ତି ସହଯୋଗ କରୁଛନ୍ତି, ଯାହାକି ଗ୍ରହଣୀୟ ନୁହେଁ । ତେଣୁ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରାଯିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେବାୟତ ପ୍ରାର୍ଥନା କରିଛନ୍ତି ।

ଶ୍ରୀମନ୍ଦିରର ସେବାୟତ ରଘୁନାଥ ଗୋଚ୍ଛିକାର, ହଜୁରୀ କୃଷ୍ଣଚନ୍ଦ୍ର ଖୁଣ୍ଟିଆ, ବିନାୟକ ଦାସମହାପାତ୍ର, ହରେକୃଷ୍ଣ ଖୁଣ୍ଟିଆ, ବଟକୃଷ୍ଣ ମୁଦ୍ରା ପ୍ରମୁଖ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରିଛନ୍ତି । ସେବାୟତମାନେ ବିକାଶ ପାଇଁ ଭିଟାମାଟି ଛାଡ଼ିଛନ୍ତି । ପ୍ରକଳ୍ପ ବାଧାପ୍ରାପ୍ତ ହେଲେ ସେମାନଙ୍କ ତ୍ୟାଗ ମୂଲ୍ୟହୀନ ହୋଇଯିବ ବୋଲି ରିଟ୍ ପିଟିସନରେ ଉଲ୍ଲେଖ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର