ଟୁରିଷ୍ଟ ବସ୍ ଦୁର୍ଘଟଣା ଘଟଣା: ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭଞ୍ଜନଗର: ଭଞ୍ଜନଗର ଥାନା ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଏହି ଖବର ଜାଣିବା ପରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ସୂଚନା ଅନୁଯାୟୀ,ଏହି ଟୁରିଷ୍ଟ ବସଟି ଦାରିଙ୍ଗବାଡିରୁ କଳିଙ୍ଗାଘାଟି ଦେଇ ଆସୁଥିବା […]

ଭଞ୍ଜନଗର: ଭଞ୍ଜନଗର ଥାନା ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଏହି ଖବର ଜାଣିବା ପରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ସୂଚନା ଅନୁଯାୟୀ,ଏହି ଟୁରିଷ୍ଟ ବସଟି ଦାରିଙ୍ଗବାଡିରୁ କଳିଙ୍ଗାଘାଟି ଦେଇ ଆସୁଥିବା ବେଳେ ଦୁର୍ଗାପ୍ରସାଦଠାରେ ବିଳମ୍ବିତ ରାତିରେ ଦୁର୍ଘଟଣାର ଶିକାର ହୋଇଛି। ବସର ବ୍ରେକ ପାଇପ ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତା କଡ଼ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଓଲଟି ପଡ଼ିଥିଲା ବସ୍‌ । ଖବର ପାଇ ଘଟଣାସ୍ଥଳରେ ଭଞ୍ଜନଗର ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ହାଇଡ୍ରା ମେସିନ ସହାୟତାରେ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ଏହି ବସରେ ଥିବା ସମସ୍ତ ଯାତ୍ରୀ ପଶ୍ଚିମବଙ୍ଗ ହାୱଡା ଜିଲ୍ଲା ଉଦନପୁର ଥାନା ଅଞ୍ଚଳର ହୋଇଥିବା ଜଣାପଡ଼ିଥିଲା।

ଆହୁରି ପଢ଼ନ୍ତୁ: ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ଆହୁରି ୫ ଦିନ ଯାଏ ଛେଚିବ

25 May 2022 By The Sakala

ଟୁରିଷ୍ଟ ବସ୍ ଦୁର୍ଘଟଣା ଘଟଣା: ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖ୍ଯମନ୍ତ୍ରୀ

ଭଞ୍ଜନଗର: ଭଞ୍ଜନଗର ଥାନା ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଏହି ଖବର ଜାଣିବା ପରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁଯାୟୀ,ଏହି ଟୁରିଷ୍ଟ ବସଟି ଦାରିଙ୍ଗବାଡିରୁ କଳିଙ୍ଗାଘାଟି ଦେଇ ଆସୁଥିବା ବେଳେ ଦୁର୍ଗାପ୍ରସାଦଠାରେ ବିଳମ୍ବିତ ରାତିରେ ଦୁର୍ଘଟଣାର ଶିକାର ହୋଇଛି। ବସର ବ୍ରେକ ପାଇପ ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତା କଡ଼ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଓଲଟି ପଡ଼ିଥିଲା ବସ୍‌ । ଖବର ପାଇ ଘଟଣାସ୍ଥଳରେ ଭଞ୍ଜନଗର ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ହାଇଡ୍ରା ମେସିନ ସହାୟତାରେ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ଏହି ବସରେ ଥିବା ସମସ୍ତ ଯାତ୍ରୀ ପଶ୍ଚିମବଙ୍ଗ ହାୱଡା ଜିଲ୍ଲା ଉଦନପୁର ଥାନା ଅଞ୍ଚଳର ହୋଇଥିବା ଜଣାପଡ଼ିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର