ବିଧାନସଭାରେ ସର୍ବସମ୍ମତ କ୍ରମେ ପାରିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

The Sakala Picture
Published On

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି। ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା। ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍‍ ମହାନ୍ତି। ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଏହାପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି […]

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି। ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା। ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍‍ ମହାନ୍ତି। ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଏହାପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ। କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା। ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣ (ଏନ୍ଏମ୍ଏ)କୁ ପଠାଯାଇଥିଲା ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ। ଏନ୍ଏମ୍ଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହା ପରେ କାମ ଆରମ୍ଭ ହେଲା। ଏଏସ୍‍ଆଇ କିଛି ପରାମର୍ଶ ଦେଇଥିଲା ଯାହା ବିଧିବଦ୍ଧ ଭାବରେ ସାମିଲ କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂଶୋଧନ କରାଯାଇଥିଲା। ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରିବା ପରେ, ଓଡ଼ିଶା ବିଧାନସଭା ଦ୍ୱାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ପାସ୍ କରିବା ଏବଂ ପରବର୍ତ୍ତୀ ସମୟରେ ଏନ୍‍ଏମ୍ଏ ଦ୍ୱାରା ଏହି ଯୋଜନା ଅନୁମୋଦନ ହେବାପରେ କାର୍ଯ୍ୟକାରୀ ହେଉଛି। ଆଗକୁ ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଆଶା କରାଯାଉଛି ଯେ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ୍‍।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

25 May 2022 By The Sakala

ବିଧାନସଭାରେ ସର୍ବସମ୍ମତ କ୍ରମେ ପାରିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି। ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା। ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍‍ ମହାନ୍ତି। ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଏହାପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ। କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା। ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା।

ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣ (ଏନ୍ଏମ୍ଏ)କୁ ପଠାଯାଇଥିଲା ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ। ଏନ୍ଏମ୍ଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହା ପରେ କାମ ଆରମ୍ଭ ହେଲା। ଏଏସ୍‍ଆଇ କିଛି ପରାମର୍ଶ ଦେଇଥିଲା ଯାହା ବିଧିବଦ୍ଧ ଭାବରେ ସାମିଲ କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂଶୋଧନ କରାଯାଇଥିଲା। ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରିବା ପରେ, ଓଡ଼ିଶା ବିଧାନସଭା ଦ୍ୱାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ପାସ୍ କରିବା ଏବଂ ପରବର୍ତ୍ତୀ ସମୟରେ ଏନ୍‍ଏମ୍ଏ ଦ୍ୱାରା ଏହି ଯୋଜନା ଅନୁମୋଦନ ହେବାପରେ କାର୍ଯ୍ୟକାରୀ ହେଉଛି। ଆଗକୁ ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଆଶା କରାଯାଉଛି ଯେ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ୍‍।

https://www.thesakala.in/latest-odisha-news/shrimandir-heritage-corridor-project-has-been-prepared-and-approved-by-the-shrimandir-management-committee/article-11887
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର