ରାଜ୍ଯରେ କାଳବୈଶାଖୀ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌‌ ୩୦ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, […]

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌‌ ୩୦ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ କଳାହାଣ୍ଡି।  କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଉପକୂଳ ଓଡିଶା ଓ ଆଭ୍ୟନ୍ତର ଓଡିଶାର ଜିଲ୍ଲାଗୁଡିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଭୟଙ୍କର ରୂପ ନେଉଛି ବାତ୍ୟା 'ଅର୍ଣ୍ଣବ': ଓଡ଼ିଶାରେ ହାଇ ଆଲର୍ଟ ଜାରି, ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର