୨୦ ଜିଲ୍ଲାକୁ କାଳବୈଶାଖୀ ଭୟ : ଜାରି ହେଲା ୟେଲୋ ଓ୍ଵାର୍ଣ୍ଣିଂ, ରାଜଧାନୀରେ ବଜ୍ରପାତ ସହ ହେବ ବର୍ଷା

The Sakala Picture
Published On

ଭୁବନେଶ୍ବର : ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ଥି ମିଳିଛି। ଆଜି ରାଜ୍ୟର ବହୁତ ଅଞ୍ଚଳରେ ଆକାଶ ମେଘୁଆ ରହିଛି। ଏହାରି ମଧ୍ୟରେ ରାଜ୍ୟରେ ୨୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଦକ୍ଷିଣ-ଉତ୍ତରପ୍ରଦେଶ, ବିହାର ମଧ୍ୟ ଦେଇ ଉତ୍ତର-ବଙ୍ଗଳାଦେଶ ଯାଏଁ ପୂର୍ବ-ପଶ୍ଚିମ ଭାବେ ବାୟୁମଣ୍ଡଳରେ ୦.୯ କିମି ଯାଏଁ ଲମ୍ବିଥିବା ନିମ୍ନ ଚାପ ରେଖା ତଥା ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ରପତ୍ତନ […]

ଭୁବନେଶ୍ବର : ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ଥି ମିଳିଛି। ଆଜି ରାଜ୍ୟର ବହୁତ ଅଞ୍ଚଳରେ ଆକାଶ ମେଘୁଆ ରହିଛି। ଏହାରି ମଧ୍ୟରେ ରାଜ୍ୟରେ ୨୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଦକ୍ଷିଣ-ଉତ୍ତରପ୍ରଦେଶ, ବିହାର ମଧ୍ୟ ଦେଇ ଉତ୍ତର-ବଙ୍ଗଳାଦେଶ ଯାଏଁ ପୂର୍ବ-ପଶ୍ଚିମ ଭାବେ ବାୟୁମଣ୍ଡଳରେ ୦.୯ କିମି ଯାଏଁ ଲମ୍ବିଥିବା ନିମ୍ନ ଚାପ ରେଖା ତଥା ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୧.୫ କିମି ଉଚ୍ଚତାରେ ଥିବା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଏହାର ପ୍ରଭାବରେ ଆକାଶ ମେଘୁଆ ରହିବା ସହ ତାପମାତ୍ର କମ୍ ରହିଛି।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼


ଏଥି ସହିତ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୩୧ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୦ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହିତ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି ।

ସେହିପରି ଘୂର୍ଣ୍ଣିଝଡ଼ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ସନ୍ଧ୍ୟା/ ରାତି ବେଳକୁ ଆକାଶ ମେଘୁଆ ରହିବା ବଜ୍ରପାତ ସହ ବର୍ଷା ହୋଇପାରେ।ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶା ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର