ଅନୁଭବଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

The Sakala Picture
Published On

କଟକ: ଅନୁଭବଙ୍କ ଘର ଛାଡ଼ିବେ ବର୍ଷା ପ୍ରିୟଦର୍ଶିନୀ ! ଅନୁଭବ ମହାନ୍ତିଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କଟକ ଏସଡିଜେଏମ୍‌ କୋର୍ଟ । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ। ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ଏହାସହିତ ବର୍ଷାଙ୍କୁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପ୍ରଥମ […]

କଟକ: ଅନୁଭବଙ୍କ ଘର ଛାଡ଼ିବେ ବର୍ଷା ପ୍ରିୟଦର୍ଶିନୀ ! ଅନୁଭବ ମହାନ୍ତିଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କଟକ ଏସଡିଜେଏମ୍‌ କୋର୍ଟ । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ। ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ଏହାସହିତ ବର୍ଷାଙ୍କୁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୮ରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ

ଗତ ମାସ ୨୪ ତାରିଖରେ ଏହି ମାମଲାର ଶୁଣାଣି ଶେଷ କରି କଟକ ଏସ ଡି ଜେ ଏମ୍ କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ । ନିଜ ପିଟିସନରେ ଅନୁଭବ ଉଲ୍ଲେଖ କରିଥିଲେ କି , ସେ ତାଙ୍କ ପତ୍ନୀ ବର୍ଷାଙ୍କ ପାଇଁ ଭଡା ଘରର ବ୍ୟବସ୍ଥା କରିବେ । ସେ ବାବଦୀୟ ଖର୍ଚ୍ଚକୁ ଭରଣା କରିବାକୁ ମଧ୍ୟ ସେ ରାଜି ଅଛନ୍ତି । ଯେହେତୁ ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନାହିଁ । ତେଣୁ ତାଙ୍କ ଚିକିତ୍ସା ଲାଗି ସେମାନଙ୍କୁ ନିଜ ଘରେ ରହିବାର ଆବଶ୍ୟକତା ରହିଛି ।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

ସୂଚନାଯୋଗ୍ୟ, ବର୍ଷାଙ୍କ ସହ ବିବାଦ ହେବା ପରଠାରୁ ଅନୁଭବ ତାଙ୍କ ବାପା, ମାଆ ଓ ସାନ ଭାଇଙ୍କ ସହ ଅନ୍ୟତ୍ର ଘର ଭଡା ନେଇ ରହୁଛନ୍ତି । ଅନ୍ୟପଟେ ପାରିବାରିକ ହିଂସାର ଶୀକାର ହେଉଥିବା ଅଭିଯୋଗ ଆଣି ବର୍ଷା ପ୍ରଥମେ ଏସଡିଜେଏମ୍ କୋର୍ଟରେ ଏକ ମାମଲା ଦାଏର କରିଥିଲେ । ଉକ୍ତ ଆବେଦନଟି କୋର୍ଟରେ ବିଚାରାଧୀନ ଥିବା ବେଳେ, ଅନୁଭବଙ୍କ ପକ୍ଷରୁ ଆଉ ଦୁଇଟି ପିଟିସନ ଦାୟର ହୋଇଥିଲା  ଯାହାର ରାୟ ଗୁରୁବାର  ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର