ଆଜି ୪ ଜିଲ୍ଲାକୁ ହିଟ୍‍ ୱେଭ୍‍ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ତାତିର ପ୍ରକୋପ ଜାରି ରହିଛି। କ୍ରମାଗତ ଭାବେ ସେଠାରେ ତାପମାତ୍ରା ବୃଦ୍ଧି ହେଉଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଯୋଗୁଁ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ରିବିବାର ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ପାର୍‍ କରିଥିବା ବେଳେ ୪୪.୬ ଡିଗ୍ରୀ ସହ ଟିଟଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ସେହିପରି ୧୦ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ […]

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ତାତିର ପ୍ରକୋପ ଜାରି ରହିଛି। କ୍ରମାଗତ ଭାବେ ସେଠାରେ ତାପମାତ୍ରା ବୃଦ୍ଧି ହେଉଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଯୋଗୁଁ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ରିବିବାର ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ପାର୍‍ କରିଥିବା ବେଳେ ୪୪.୬ ଡିଗ୍ରୀ ସହ ଟିଟଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ସେହିପରି ୧୦ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ସୋନପୁର ୪୪.୫, ବୌଦ୍ଧରେ ୪୪.୩, ବଲାଙ୍ଗୀର ୪୪.୩ ଓ ନୂଆପଡ଼ାରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଛି। ପାଣିପାଗ କେନ୍ଦ୍ରରୁ ମିଳିଥିବା

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ସୂଚନା ଅନୁଯାୟୀ ଆସନ୍ତା ୪-୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାକୁ ନଥିବା ବେଳେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ଲହରି ଦେଖାଯିବ। ଏହାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାକୁ ହିଟ୍‍ ୱେଭ୍‍ ଆଲର୍ଟ ଜାରି କରାଯିବା ସହିତ ଖରାରୁ ମୁକ୍ତି ପାଇବାକୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ବରଗଡ଼ ରହିଥିବା ବେଳେ ଏଠାରେ ତାତିର ପ୍ରକୋପ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ଅନ୍ୟପଟେ ପଶ୍ଚିମ ଓଡ଼ିଶାରେ ତାତି ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ତାତିରୁ ମୁକ୍ତି ମିଳିଛି। ଶନିବାର ରାତିରେ ହୋଇଥିବା କାଳବୈଶାଖୀ ଯୋଗୁଁ ରବିବାର ଉପକୂଳ ଓଡ଼ିଶା ସମେତ ଏହାର ପଶ୍ୱର୍ବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାତି ବିଶେଷ ଅନୁଭୂତ ହୋଇନାହିଁ। ଅଧିକାଂଶ ଜିଲ୍ଲାରେ ୩୪-୩୮ ଡିଗ୍ରୀ ମଧ୍ୟରେ ତାପମାତ୍ରା ରହିବା ଯୋଗୁଁ ସାମନ୍ୟ ଆଶ୍ୱସ୍ତି ମିଳିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ଥିବା ବେଳେ ସୋମବାର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ,କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର