କିଟ୍‍ ବିଶ୍ୱବିଦ୍ୟାଳୟ ପରିସରରେ ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ (ଆଇଆଇଏଲ୍‍)ର ଭିତ୍ତିପ୍ରସ୍ତର ସ୍ଥାପନ

The Sakala Picture
Published On

ଭୁବନେଶ୍ବର : ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ (ଆଇଆଇଏଲ୍‍)ର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୁପ୍ରିମ୍‍କୋର୍ଟ ବିଚାରପତି ଜଷ୍ଟିସ୍‍ ଉଦୟ ଉମେଶ ଲଳିତ, ଜଷ୍ଟିସ୍‍ ଭୂଷଣ ରାମକ୍ରିଷ୍ଣା ଗଭାଇ, ଜଷ୍ଟିସ୍‍ ଭି ରାମସୁବ୍ରମଣ୍ୟମ୍‍, ବାର୍‍ କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ ତଥା ବାର୍‍ କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ ଟ୍ରଷ୍ଟର ଅଧ୍ୟକ୍ଷ ମନନ କୁମାର ମିଶ୍ର, ଓଡ଼ିଶାର ଆଡ୍‍ଭୋକେଟ୍‍ ଜେନେରାଲ ତଥା ଓଡ଼ିଶା ବାର୍‍ କାଉନ୍‍ସିଲ୍‍ ସ୍ୱତନ୍ତ୍ର କମିଟି ଅଧ୍ୟକ୍ଷ […]

ଭୁବନେଶ୍ବର : ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ (ଆଇଆଇଏଲ୍‍)ର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୁପ୍ରିମ୍‍କୋର୍ଟ ବିଚାରପତି ଜଷ୍ଟିସ୍‍ ଉଦୟ ଉମେଶ ଲଳିତ, ଜଷ୍ଟିସ୍‍ ଭୂଷଣ ରାମକ୍ରିଷ୍ଣା ଗଭାଇ, ଜଷ୍ଟିସ୍‍ ଭି ରାମସୁବ୍ରମଣ୍ୟମ୍‍, ବାର୍‍ କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ ତଥା ବାର୍‍ କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ ଟ୍ରଷ୍ଟର ଅଧ୍ୟକ୍ଷ ମନନ କୁମାର ମିଶ୍ର, ଓଡ଼ିଶାର ଆଡ୍‍ଭୋକେଟ୍‍ ଜେନେରାଲ ତଥା ଓଡ଼ିଶା ବାର୍‍ କାଉନ୍‍ସିଲ୍‍ ସ୍ୱତନ୍ତ୍ର କମିଟି ଅଧ୍ୟକ୍ଷ ଅଶୋକ ପରିଜା, ବିଶିଷ୍ଟ ଆଇନ ଶିକ୍ଷାବିତ୍‌ ଏଲ୍‌.ଏନ୍‌. ମିଶ୍ର, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

ଆଇଆଇଏଲ୍‍ ପ୍ରତିଷ୍ଠା ହେବା ଦ୍ୱାରା ଓଡ଼ିଶାର ଶିକ୍ଷା ମାନଚିତ୍ରରେ ଆଇନ୍‍ ଶିକ୍ଷା କ୍ଷେତ୍ରରେ ପ୍ରଭାବ ପକାଇବ। ନିରନ୍ତର ଆଇନ୍‍ଶିକ୍ଷା, ବୃତ୍ତିଗତ ଦକ୍ଷତା ବିକାଶ କାର୍ଯ୍ୟକ୍ରମ, ରିଫ୍ରେସର୍‍ କୋର୍ସ ଏବଂ ମଧ୍ୟସ୍ଥତା ଓ ଆପୋଷ ବୁଝାମଣା ଭଳି ବିକଳ୍ପ ବିବାଦ ସମାଧାନ ବିଧି ପାଇଁ ଶିକ୍ଷଣ ପାଠ୍ୟକ୍ରମ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଆଇଆଲଏଲ୍‍ରେ ଚାଲୁ ରହିବ। ବିଭିନ୍ନ ଶିକ୍ଷଣ କେନ୍ଦ୍ର ଅଧୀନରେ ଆଇଆଇଏଲ୍‍ ଆଇନ୍‍, ନ୍ୟାୟ ଓ ସାମାଜିକ ବିକାଶର ସମସ୍ତ ଦିଗରେ ଗବେଷଣା କରିବ। ଆଇନ୍‍ ତାଲିମ ନେଉଥିବା ଆଇନ୍‍ଜୀବି ଏବଂ ନିରନ୍ତର ଆଇନ୍‍ ଶିକ୍ଷା ଉଦ୍ଦେଶ୍ୟରେ ଆଇନ୍‍ ଶିକ୍ଷା ପାଇଁ ବିଭିନ୍ନ ପ୍ରକାର ଆଇନ୍‍ ବିଷୟ ଉପରେ କେସ୍‍ବହି, ପତ୍ରିକା, ଡାଇଜେଷ୍ଟ ଓ ସମ୍ବାଦପତ୍ର (ଉଭୟ ଛାପା ଓ ଅନଲାଇନ୍‍) ଆଇଆଇଏଲ୍‍ ଦ୍ୱାରା ପ୍ରକାଶ କରାଯିବାକୁ ଯୋଜନା ପ୍ରସ୍ତୁତ ହୋଇଛି। ନିରନ୍ତର ଆଇନ୍‍ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଆଇଆଇଏଲ୍‍ ଏକ ମଡେଲ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ‘ଲ ଟିଚର୍ସ ଟ୍ରେନିଂ ଓ ରିସର୍ଚ୍ଚ’ ଭାବେ କାର୍ଯ୍ୟ କରିବ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ସମଗ୍ର ଭାରତରେ ଏଭଳି ଅନୁଷ୍ଠାନ ହେଉଛି ପ୍ରଥମ। ଭୁବନେଶ୍ୱରରେ ଆଇଆଇଏଲ୍‍ ପ୍ରତିଷ୍ଠା ନେଇ କିଟ୍‍ ଓ ବିସିଆଇ ଟ୍ରଷ୍ଟ ମଧ୍ୟରେ ପୂର୍ବରୁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା। ଏହି ବୁଝାମଣା ପତ୍ର ଅନୁସାରେ ଭୁବନେଶ୍ୱରରେ କିଟ୍‍ ଆବଶ୍ୟକ ଜମି ଯୋଗାଇ ଦେବା ସହ ୧.୫ ଲକ୍ଷ ବର୍ଗଫୁଟ ଜମିରେ ପ୍ରସ୍ତାବିତ ଆଇଆଇଏଲ୍‍ ଭିତ୍ତିଭୂମି ନିର୍ମାଣର ୪୦ ପ୍ରତିଶତ ଖର୍ଚ୍ଚ ବହନ କରିବ। ଶେଷରେ ଓଡ଼ିଶା ବାର୍‌ କାଉନ୍‌ସିଲ୍‌ ସ୍ପେଶିଆଲ୍‌ କମିଟି ସଦସ୍ୟ ମାନସ ରଞ୍ଜନ ମହପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ୟ୍ୟକ୍ରମରେ ବିସିଆଇ ତଥା ବିସିଆଇ ଟ୍ରଷ୍ଟର କର୍ମକର୍ତ୍ତା ଓ ସଦସ୍ୟଙ୍କ ସମେତ ଭାରତର ବହୁ ବିଶିଷ୍ଟ ଆଇନଜ୍ଞ ଉପସ୍ଥିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର