ଥୋମାସ କପ ବିଜୟୀ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ସମ୍ପର୍ଦ୍ଧିତ କରିଛନ୍ତି। ଏଥିପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯାଇଥିଲା। ପତ୍ଯେକ ଖେଳାଳୀଙ୍କୁ ୧୦ ଲକ୍ଷ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ସମ୍ପର୍ଦ୍ଧିତ କରିଛନ୍ତି। ଏଥିପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯାଇଥିଲା। ପତ୍ଯେକ ଖେଳାଳୀଙ୍କୁ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦନ କରାଯାଇଛି।

ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହିତ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଓଡ଼ିଶା ବ୍ୟାଡମିଣ୍ଟନ ସଂଘର ସଭାପତି ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା, ଭାରତୀୟ ବ୍ୟାଡମିଣ୍ଟନ ଆସୋସିଏସନ୍‍ର କର୍ମକର୍ତ୍ତାଙ୍କ ସମେତ ବହୁ ମାଣ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗରେ ଆସିବ ଆଧୁନିକତା: କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ 'ଏଆଇ' (AI) ସବସ୍କ୍ରିପସନ୍ ପ୍ରସ୍ତାବ

ସୂଚନାଯୋଗ୍ୟ ଯେ, ଗତ କିଛି ବର୍ଷ ହେଲା ରାଜ୍ୟ ସରକାର କ୍ରୀଡ଼ାର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଥିବା ବେଳେ ଓଡ଼ିଶାକୁ ଦେଶର କ୍ରୀଡ଼ା ହବ୍‍ରେ ପରିଣତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ସୁନ୍ଦରଗଡ଼ରେ ସର୍ବ ବୃହତ ହକି ଷ୍ଟାଡିୟମ୍‍ ନିର୍ମାଣ ସହିତ କଳିଙ୍ଗ ଷ୍ଟାଡିୟମ୍‍କୁ ଅନ୍ତର୍ଜାତୀୟ ମ୍ୟାଚ୍‍ ପାଇଁ ପ୍ରସ୍ତୁତ କରାଯାଇଛି। ସେହିପରି କଳିଙ୍ଗ ଷ୍ଟାଡିୟମ୍‍ ଠାରେ ଏକ ବ୍ୟାଡମିଣ୍ଟନ ଏକାଡେମୀ ପ୍ରତିଷ୍ଠା କରିବା ପାଇଁ କାମ ଚାଲିଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ ଯୁବବର୍ଗ ତଥା Gen Z ଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

08 Jun 2022 By The Sakala

ଥୋମାସ କପ ବିଜୟୀ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ସମ୍ପର୍ଦ୍ଧିତ କରିଛନ୍ତି। ଏଥିପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯାଇଥିଲା। ପତ୍ଯେକ ଖେଳାଳୀଙ୍କୁ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦନ କରାଯାଇଛି।

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହିତ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଓଡ଼ିଶା ବ୍ୟାଡମିଣ୍ଟନ ସଂଘର ସଭାପତି ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା, ଭାରତୀୟ ବ୍ୟାଡମିଣ୍ଟନ ଆସୋସିଏସନ୍‍ର କର୍ମକର୍ତ୍ତାଙ୍କ ସମେତ ବହୁ ମାଣ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ରହିଥିଲେ।

ସୂଚନାଯୋଗ୍ୟ ଯେ, ଗତ କିଛି ବର୍ଷ ହେଲା ରାଜ୍ୟ ସରକାର କ୍ରୀଡ଼ାର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଥିବା ବେଳେ ଓଡ଼ିଶାକୁ ଦେଶର କ୍ରୀଡ଼ା ହବ୍‍ରେ ପରିଣତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ସୁନ୍ଦରଗଡ଼ରେ ସର୍ବ ବୃହତ ହକି ଷ୍ଟାଡିୟମ୍‍ ନିର୍ମାଣ ସହିତ କଳିଙ୍ଗ ଷ୍ଟାଡିୟମ୍‍କୁ ଅନ୍ତର୍ଜାତୀୟ ମ୍ୟାଚ୍‍ ପାଇଁ ପ୍ରସ୍ତୁତ କରାଯାଇଛି। ସେହିପରି କଳିଙ୍ଗ ଷ୍ଟାଡିୟମ୍‍ ଠାରେ ଏକ ବ୍ୟାଡମିଣ୍ଟନ ଏକାଡେମୀ ପ୍ରତିଷ୍ଠା କରିବା ପାଇଁ କାମ ଚାଲିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର