ଜୁନ୍‍ ଶେଷ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ

The Sakala Picture
Published On

ଭୁବନେଶ୍ୱର : ଚଳିତ ମାସ ଶେଷ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମ ଦଫାରେ ସେ ରୋମ୍‍ଠାରେ ୱାର୍ଲ୍ଡ ଫୁଡ୍‍ ପ୍ରୋଗ୍ରାମ(ଡବ୍ଲ୍ୟୁଏଫ୍‍ପି) ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ କୃଷି, ଖାଦ୍ୟ ନିରାପତ୍ତା ଏବଂ ବିପର୍ଯ୍ୟୟ ପ୍ରଶମନର ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶାର ଉଦ୍ୟମ, ସାମର୍ଥ୍ୟ ଓ ସଫଳତା ଅନ୍ୟମାନଙ୍କ ପାଇଁ କିଭଳି ଅନୁକରଣୀୟ ହୋଇପାରିଛି, ସେ ସମ୍ପର୍କରେ ନିଜର ଅନୁଭୂତି ଓ ଉପଲବ୍ଧି ଅବତାରଣା […]

ଭୁବନେଶ୍ୱର : ଚଳିତ ମାସ ଶେଷ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମ ଦଫାରେ ସେ ରୋମ୍‍ଠାରେ ୱାର୍ଲ୍ଡ ଫୁଡ୍‍ ପ୍ରୋଗ୍ରାମ(ଡବ୍ଲ୍ୟୁଏଫ୍‍ପି) ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ କୃଷି, ଖାଦ୍ୟ ନିରାପତ୍ତା ଏବଂ ବିପର୍ଯ୍ୟୟ ପ୍ରଶମନର ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶାର ଉଦ୍ୟମ, ସାମର୍ଥ୍ୟ ଓ ସଫଳତା ଅନ୍ୟମାନଙ୍କ ପାଇଁ କିଭଳି ଅନୁକରଣୀୟ ହୋଇପାରିଛି, ସେ ସମ୍ପର୍କରେ ନିଜର ଅନୁଭୂତି ଓ ଉପଲବ୍ଧି ଅବତାରଣା କରିବେ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ରୋମ୍‍ଠାରେ ଥିବା ପ୍ରବାସୀ ଓଡ଼ିଆ ସଂଘ ସହିତ ମୁଖ୍ୟମନ୍ତ୍ରୀ ଭାବବିନିମୟ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏତଦ୍‍ବ୍ୟତୀତ ମୁଖ୍ୟମନ୍ତ୍ରୀ ଭାର୍ଟିକାନ୍‍ ସିଟି ଯାଇ ପୋପ୍‍ଙ୍କୁ ସାକ୍ଷାତ କରିବାର ମଧ୍ୟ ସମ୍ଭାବନା ରହିଛି। ବିଦେଶ ଗସ୍ତର ଶେଷ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଦୁବାଇରେ ପହଞ୍ଚିବେ। ସେଠାରେ ଅନୁଷ୍ଠିତ ହେବାକୁ ଥିବା ଏକ ନିବେଶକ ସମ୍ମିଳନୀକୁ ସମ୍ବୋଧିତ କରିବା ସହ ଦୁବାଇରେ ଅବସ୍ଥାନ କରୁଥିବା ଓଡ଼ିଆ ସଂଗଠନର ସଦସ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ଦୀର୍ଘ ଏକ ଦଶନ୍ଧି ପରେ ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରେ ଯିବେ। ଶେଷଥର ପାଇଁ ସେ ୨୦୧୨ରେ ବ୍ରିଟେନ ଗସ୍ତ କରିଥିଲେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର