ରଥଯାତ୍ରା ତୃତୀୟ ସମନ୍ବୟ ବୈଠକ : ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ବର : ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି । ଆସନ୍ତା ଜୁଲାଇ ୧ ତାରିଖରେ ହେବାକୁ ଥିବା ରଥଯାତ୍ରାର ପ୍ରସ୍ତୁତି ନେଇ ଆଜି ରଥଯାତ୍ରା ତୃତୀୟ ସମନ୍ୱୟ କମିଟି ବୈଠକ ପୁରୀ ଟାଉନ୍ ହଲରେ ଅନୁଷ୍ଠିତ ହୋଇଛି । ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥାଯାତ୍ରା ଯେପରି […]

ଭୁବନେଶ୍ବର : ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି । ଆସନ୍ତା ଜୁଲାଇ ୧ ତାରିଖରେ ହେବାକୁ ଥିବା ରଥଯାତ୍ରାର ପ୍ରସ୍ତୁତି ନେଇ ଆଜି ରଥଯାତ୍ରା ତୃତୀୟ ସମନ୍ୱୟ କମିଟି ବୈଠକ ପୁରୀ ଟାଉନ୍ ହଲରେ ଅନୁଷ୍ଠିତ ହୋଇଛି । ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରି କହିଛନ୍ତି ଯେ ଏବର୍ଷ ବହୁତ ଅଧିକ ଭକ୍ତ ଆସିବେ। ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

କୋଭିଡ ସମୟରେ ରଥଯାତ୍ରା ପରିଚଳନାରେ ସେବାୟତ ବନ୍ଧୁମାନେ ଯେପରି ସହଯୋଗ କରିଥିଲେ, ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ, ସେଥିପାଇଁ ସେ ସେବାୟତ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ବୈଠକରେ ଆଇନ ମନ୍ତ୍ରୀ  ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ। ଉନ୍ନୟନ କମିଶନର  ପି.କେ. ଜେନା ରଥାଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ  ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ରାଞ୍ଚଳ ଆର.ଡି.ସି ଧନ୍ୟବାଦ ଅର୍ପଣ କରିଥିଲେ।

ବୈଠକରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ସାଂସଦ ଓ ବିଧାୟକ ପ୍ରମୁଖଙ୍କ ସହିତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ପୁରୀ ଜିଲ୍ଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର