ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ: ଗଣଶିକ୍ଷା ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀ ପାଇଁ ବଡ ଖବର । ଜୁଲାଇ ପହିଲାରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ । ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ରହିଥିବା ବେଳେ ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ରେଜଲ୍ଟ ପ୍ରକାଶ ପାଇବାର ନିର୍ଦ୍ଧାରିତ […]

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀ ପାଇଁ ବଡ ଖବର । ଜୁଲାଇ ପହିଲାରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ । ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ରହିଥିବା ବେଳେ ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ରେଜଲ୍ଟ ପ୍ରକାଶ ପାଇବାର ନିର୍ଦ୍ଧାରିତ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଖୁବ୍‌ ଶୀଘ୍ର ଏ ସମ୍ପର୍କରେ ଜଣାଇ ଦିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ୍‌ ପରୀକ୍ଷା ଦେଇଛନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ରାଜ୍ୟରେ ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଦୁଇ ସପ୍ତାହରେ ଖାତାଦେଖା ସରିଛି । ପରୀକ୍ଷାର୍ଥୀଙ୍କ ମାର୍କ ଅନଲାଇନରେ ଅପଲୋଡ କରାଯାଉଥିବା ବେଳେ, SOSC ଓ ମଧ୍ୟମା ପରୀକ୍ଷାର୍ଥୀଙ୍କ ମାର୍କ ଅଫଲାଇନ ମୋଡରେ ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

25 Jun 2022 By The Sakala

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀ ପାଇଁ ବଡ ଖବର । ଜୁଲାଇ ପହିଲାରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ । ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ରହିଥିବା ବେଳେ ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ରେଜଲ୍ଟ ପ୍ରକାଶ ପାଇବାର ନିର୍ଦ୍ଧାରିତ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଖୁବ୍‌ ଶୀଘ୍ର ଏ ସମ୍ପର୍କରେ ଜଣାଇ ଦିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।

କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ୍‌ ପରୀକ୍ଷା ଦେଇଛନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ରାଜ୍ୟରେ ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଦୁଇ ସପ୍ତାହରେ ଖାତାଦେଖା ସରିଛି । ପରୀକ୍ଷାର୍ଥୀଙ୍କ ମାର୍କ ଅନଲାଇନରେ ଅପଲୋଡ କରାଯାଉଥିବା ବେଳେ, SOSC ଓ ମଧ୍ୟମା ପରୀକ୍ଷାର୍ଥୀଙ୍କ ମାର୍କ ଅଫଲାଇନ ମୋଡରେ ରେକର୍ଡ କରାଯାଇଛି ।

https://www.thesakala.in/latest-odisha-news/matric-examination-results-will-be-released-by-july-first-week/article-12771
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର