ରୋମ୍‌ ଛାଡି ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ରୋମ ଛାଡିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇଟାଲିରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ଡ. ନୀନା ମାଲହୋତ୍ରା ତାଙ୍କୁ ରୋମ୍‌ ଏୟାରପୋର୍ଟରେ ବିଦାୟ ଜଣାଇଥିଲେ । ନୀବନ ଏବେ ଦୁବାଇ ଗସ୍ତରେ ଯାଉଛନ୍ତି । ବିଶ୍ୱରେ ଦୁବାଇ ନିବେଶକାରୀଙ୍କ ଏକ ପ୍ରମୁଖ କେନ୍ଦ୍ରସ୍ଥଳୀ। ସେଠାରେ ଆସନ୍ତା ୨୯ରେ ରହିଛି ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌। ନିବେଶକମାନଙ୍କ ବୈଠକକୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫିକ୍କି ସହଯୋଗରେ ଆୟୋଜିତ ହେଉଥିବା ଏହି ଇନଭେଷ୍ଟର୍ସ ମିଟରେ ଓଡ଼ିଶାରେ ଖଣି, ପେଟ୍ରୋ […]

ଭୁବନେଶ୍ବର: ରୋମ ଛାଡିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇଟାଲିରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ଡ. ନୀନା ମାଲହୋତ୍ରା ତାଙ୍କୁ ରୋମ୍‌ ଏୟାରପୋର୍ଟରେ ବିଦାୟ ଜଣାଇଥିଲେ । ନୀବନ ଏବେ ଦୁବାଇ ଗସ୍ତରେ ଯାଉଛନ୍ତି । ବିଶ୍ୱରେ ଦୁବାଇ ନିବେଶକାରୀଙ୍କ ଏକ ପ୍ରମୁଖ କେନ୍ଦ୍ରସ୍ଥଳୀ। ସେଠାରେ ଆସନ୍ତା ୨୯ରେ ରହିଛି ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌। ନିବେଶକମାନଙ୍କ ବୈଠକକୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫିକ୍କି ସହଯୋଗରେ ଆୟୋଜିତ ହେଉଥିବା ଏହି ଇନଭେଷ୍ଟର୍ସ ମିଟରେ ଓଡ଼ିଶାରେ ଖଣି, ପେଟ୍ରୋ କେମିକାଲ୍ସ, କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସି’ ଫୁଡ୍ ପ୍ରୋସିସିଂ, ଟେକ୍ସଟାଇଲ, ପୋର୍ଟ, ବିମାନ ବନ୍ଦର ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ବ୍ୟାପକ ବ୍ୟବସାୟିକ ସମ୍ଭାବନାକୁ ନେଇ ପୁଞ୍ଜିନିବେଶକଙ୍କୁ ଆକୃଷ୍ଟ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ମଧ୍ୟ-ପ୍ରାଚ୍ୟର ପୁଞ୍ଜିପତିମାନଙ୍କ ସହ ରାଜ୍ୟରେ ପୁଞ୍ଜିନିବେଶ ନେଇ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଏନେଇ ଦୁବାଇ ରାଜରାସ୍ତାରେ ମେକ୍-ଇନ୍-ଓଡ଼ିଶାର ହୋର୍ଡିଂ ବି ଲାଗିଲାଣି । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ପୁଞ୍ଜିନିବେଶ କରିଥିବା ଶିଳ୍ପପତିଙ୍କ ଏକ ଟିମ୍ ମଧ୍ୟ ବୈଠକରେ ଯୋଗ ଦେବେ । କରୋନା ସମୟରେ ବି ରାଜ୍ୟରେ ରେକର୍ଡ ପରିମାଣର ପୁଞ୍ଜିନିବେଶ ହୋଇଛି । ଦୁବାଇରେ ଖାଦ୍ୟ ପ୍ରକ୍ରିୟାକରଣ, ପର୍ଯ୍ଯଟନ ସହିତ ପେଟ୍ରୋ କେମିକାଲ୍ସ, ପେଟ୍ରୋଲିୟମ ସେକ୍ଟର ଏବଂ ଡାଉନଷ୍ଟ୍ରିମ ଇଣ୍ଡଷ୍ଟ୍ରୀ ଉପରେ ଫୋକସ ରହିବ । ଓଡ଼ିଶାରେ ଥିବା ଶିଳ୍ପ ବାତାବରଣ, ଲ୍ୟାଣ୍ଡ ବ୍ୟାଙ୍କ, ଇନଭେଷ୍ଟମେଣ୍ଟକୁ ଗ୍ରାଉଣ୍ଡ ଜିରୋରେ ରୂପାୟନ ପର୍ଯ୍ଯନ୍ତ ସରକାରଙ୍କ ସହଜ ଓ ସମୟ ଉପଯୋଗୀ ବ୍ୟବସ୍ଥା ବାବଦରେ ମୁଖ୍ୟମନ୍ତ୍ରୀ ଓ ଟିମ୍ ଓଡ଼ିଶା ପୁଞ୍ଜପତିଙ୍କ ସହ ଆଲୋଚନା କରିବେ ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବି ଦୁବାଇ ଯାଇଛନ୍ତି। ମୁଖ୍ୟ ସଚିବ ସୁରେଶ ମହାପାତ୍ର, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭି ଭି ଯାଦବ, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ ପାଣ୍ଡିଆନ ଏବଂ ଆବାସିକ କମିଶନର ରବି କାନ୍ତ ପ୍ରମୁଖ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗ ଦେବେ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

ସେହିପରି ଏହି କାର୍ଯ୍ଯକ୍ରମରେ ଯୋଗ ଦେବା ନିମନ୍ତେ ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ, ପୂର୍ବତନ ଶିଳ୍ପମନ୍ତ୍ରୀ ତଥା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଓଡ଼ିଶା ସିନେ ଉନ୍ନୟନ ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ  ଦୁବାଇରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଦୁବାଇରେ ଥିବା ଓଡ଼ିଆ ସମାଜ ଏବଂ ପୁଞ୍ଜିନିବେଶକାରୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି। ଇନଭେଷ୍ଟର୍ସ ମିଟ୍‍ର ଯଥେଷ୍ଟ ପୂର୍ବରୁ ଅତ୍ୟାଧୁନିକ ସହର ଦୁବାଇରେ କାର୍ଯ୍ଯକ୍ରମ ସଂକ୍ରାନ୍ତ ପୋଷ୍ଟର ସଭିଙ୍କ ଧ୍ୟାନ ଆକର୍ଷଣ କରିଛି।

 

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର