ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

The Sakala Picture
Published On

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ରାତି ପାହିଲେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରମାଣିକ ଦର୍ଶନ ପାଇଁ ଧାର୍ଯ୍ୟ ହୋଇଛି । ସକାଳ ୯ରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ ହେବ । ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ରୁ ସାଢେ ୬, ରାତି ୯ରୁ […]

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ରାତି ପାହିଲେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରମାଣିକ ଦର୍ଶନ ପାଇଁ ଧାର୍ଯ୍ୟ ହୋଇଛି । ସକାଳ ୯ରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ ହେବ । ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ରୁ ସାଢେ ୬, ରାତି ୯ରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ । ବିଶେଷ ନୀତି ପାଇଁ ସକାଳ ୧୦ଟା ୩୦ରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଓ ସନ୍ଧ୍ୟା ୬ଟା ୩୦ରୁ ରାତି ୯ ଟା ଯାଏ ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ଯାଏ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ସେହିପରି ପରଦିନ ଉଭାଯାତ୍ରା । ସକାଳ ୪ରୁ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ଗୋଟାଏ ୩୦ ଓ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ଯାଏ ଜଗାଦର୍ଶନ କରିପାରିବେ ଭକ୍ତ । ସକାଳ ୬ଟା ୩୦ରୁ ଦିନ ୧୨ଟା ୩୦, ଅପରାହ୍ନ ଗୋଟାଏ ୩୦ରୁ ୩ଟା ୩୦ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ସମ୍ପାଦନ ପାଇଁ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ସେପଟେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ବନକଲାଗି ନୀତି । ସ୍ବତନ୍ତ୍ର ନୀତିକାନ୍ତି ସହ ଅଣସରର ଅନ୍ତିମ ଦିନରେ ମହାପ୍ରଭୁଙ୍କ ବନକଲାଗି ନୀତି ହେଉଛି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଦୁଇଦିନ ପରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଏଥିପାଇଁ ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ମକଡ୍ରିଲ କରିଛି ପୋଲିସ । ରଥଟଣା, ଭିଡ଼ ନିୟନ୍ତ୍ରଣ‌ ଓ ଆଇନଶୃଙ୍ଖଳା ବ୍ୟବସ୍ଥା ସମ୍ପର୍କରେ ଦିଆଯାଇଛି ପ୍ରଶିକ୍ଷଣ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଆଉ ଦୁଇଟା ଦିନ ପରେ ଆୟୋଜିତ ହେବ ବିଶ୍ୱ ନିଅନ୍ତାଙ୍କ ଘୋଷଯାତ୍ରା । ଏଥିଲାଗି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରଥକାମ । ସୋମବାର ପ୍ରତ୍ୟେକ ରଥରେ ପାର୍ଶ୍ୱଦେବତାଙ୍କୁ ସ୍ଥାପନ କରାଯାଇଛି । ମଙ୍ଗଳବାର ରଥରେ ଠେକରାବାଡ଼ ବୁଲିବ । ଚିତ୍ରକାରମାନେ ପ୍ରଭାରେ ରଙ୍ଗ କାର୍ଯ୍ୟ ସାରିଛନ୍ତି । କୋଠସୁଆଁସିଆ ସେବକମାନେ ରଥରେ କନା ମଣ୍ଡଣୀ କରି ପିତ୍ତଳ ସାଜ ଲଗାଇବେ । ପ୍ରଭା ସ୍ଥାପନ ପରେ ଚକା ସିଂହାସନ ପଡ଼ିଲେ ରଥ ନିର୍ମାଣ କାର୍ଯ୍ୟ ସରିବ ।

28 Jun 2022 By The Sakala

ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ରାତି ପାହିଲେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରମାଣିକ ଦର୍ଶନ ପାଇଁ ଧାର୍ଯ୍ୟ ହୋଇଛି । ସକାଳ ୯ରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ ହେବ । ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ରୁ ସାଢେ ୬, ରାତି ୯ରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ । ବିଶେଷ ନୀତି ପାଇଁ ସକାଳ ୧୦ଟା ୩୦ରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଓ ସନ୍ଧ୍ୟା ୬ଟା ୩୦ରୁ ରାତି ୯ ଟା ଯାଏ ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ଯାଏ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ।

ସେହିପରି ପରଦିନ ଉଭାଯାତ୍ରା । ସକାଳ ୪ରୁ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ଗୋଟାଏ ୩୦ ଓ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ଯାଏ ଜଗାଦର୍ଶନ କରିପାରିବେ ଭକ୍ତ । ସକାଳ ୬ଟା ୩୦ରୁ ଦିନ ୧୨ଟା ୩୦, ଅପରାହ୍ନ ଗୋଟାଏ ୩୦ରୁ ୩ଟା ୩୦ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ସମ୍ପାଦନ ପାଇଁ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ବନକଲାଗି ନୀତି । ସ୍ବତନ୍ତ୍ର ନୀତିକାନ୍ତି ସହ ଅଣସରର ଅନ୍ତିମ ଦିନରେ ମହାପ୍ରଭୁଙ୍କ ବନକଲାଗି ନୀତି ହେଉଛି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଦୁଇଦିନ ପରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଏଥିପାଇଁ ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ମକଡ୍ରିଲ କରିଛି ପୋଲିସ । ରଥଟଣା, ଭିଡ଼ ନିୟନ୍ତ୍ରଣ‌ ଓ ଆଇନଶୃଙ୍ଖଳା ବ୍ୟବସ୍ଥା ସମ୍ପର୍କରେ ଦିଆଯାଇଛି ପ୍ରଶିକ୍ଷଣ ।

ଆଉ ଦୁଇଟା ଦିନ ପରେ ଆୟୋଜିତ ହେବ ବିଶ୍ୱ ନିଅନ୍ତାଙ୍କ ଘୋଷଯାତ୍ରା । ଏଥିଲାଗି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରଥକାମ । ସୋମବାର ପ୍ରତ୍ୟେକ ରଥରେ ପାର୍ଶ୍ୱଦେବତାଙ୍କୁ ସ୍ଥାପନ କରାଯାଇଛି । ମଙ୍ଗଳବାର ରଥରେ ଠେକରାବାଡ଼ ବୁଲିବ । ଚିତ୍ରକାରମାନେ ପ୍ରଭାରେ ରଙ୍ଗ କାର୍ଯ୍ୟ ସାରିଛନ୍ତି । କୋଠସୁଆଁସିଆ ସେବକମାନେ ରଥରେ କନା ମଣ୍ଡଣୀ କରି ପିତ୍ତଳ ସାଜ ଲଗାଇବେ । ପ୍ରଭା ସ୍ଥାପନ ପରେ ଚକା ସିଂହାସନ ପଡ଼ିଲେ ରଥ ନିର୍ମାଣ କାର୍ଯ୍ୟ ସରିବ ।

https://www.thesakala.in/latest-odisha-news/tomorrow-nabajouban-darshan-of-lord-jagannath-in-puri-srimandir/article-12857
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର