ସରିଲା ପହଣ୍ଡି: ଝୁଲି ଝୁଲି ଆସି ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି, ଜୟ ଜଗନ୍ନାଥ ଧ୍ବନିରେ କମ୍ପୁଛି ବଡ଼ଦାଣ୍ଡ

The Sakala Picture
Published On

ପୁରୀ : ଶେଷ ହେଲା ପହଣ୍ଡି ଯାତ୍ରା। ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ସମୟରେ ଶେଷ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି। ପହଣ୍ଡିରେ ଆସି ରଥାରୂଢ଼ ହୋଇସାରିଛନ୍ତି ଶ୍ରୀଜିଉ। ବାକି ନୀତିକାନ୍ତି ସହିତ ଛେରା ପହଁରା ସରିଲେ ହେବ ରଥଟଣା। ସବୁ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଥିବାରୁ ରଥଟଣା ବି ଧାର୍ଯ୍ୟ ସମୟ ପୂର୍ବରୁ ହେବ ବୋଲି ଆଶା କରାଯାଉଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଦେବଦଳନ ରଥରେ ବିଜେ କରାଯାଇଥିଲା । […]

ପୁରୀ : ଶେଷ ହେଲା ପହଣ୍ଡି ଯାତ୍ରା। ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ସମୟରେ ଶେଷ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି। ପହଣ୍ଡିରେ ଆସି ରଥାରୂଢ଼ ହୋଇସାରିଛନ୍ତି ଶ୍ରୀଜିଉ। ବାକି ନୀତିକାନ୍ତି ସହିତ ଛେରା ପହଁରା ସରିଲେ ହେବ ରଥଟଣା। ସବୁ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଥିବାରୁ ରଥଟଣା ବି ଧାର୍ଯ୍ୟ ସମୟ ପୂର୍ବରୁ ହେବ ବୋଲି ଆଶା କରାଯାଉଛି।

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଦେବଦଳନ ରଥରେ ବିଜେ କରାଯାଇଥିଲା । ଏହା ପରେ ବଡ଼ ଭାଇ ଶ୍ରୀ ବଳଭଦ୍ର ଧାଡ଼ ପହଣ୍ଡିରେ ଆସି ତାଳଧ୍ୱଜ ରଥରେ ବିଜେ ହେବା ପରେ ମା’ ସୁଭଦ୍ରାଙ୍କୁ ପହଣ୍ଡିରେ ଆଣି ଦେବଦଳନ ରଥରେ ବିଜେ କରିଥିଲେ । ଏହା ପରେ ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିଥିଲେ କାଳିଆ ସାଆନ୍ତେ । ପହଣ୍ଡି ସମୟରେ ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନିରେ ଗଗନପବନ ମୁଖରିତ ହୋଇଉଠିଥିଲା । ତେବେ ଏହାରି ମଧ୍ୟରେ ରଥାରୁଢ଼ ହୋଇସାରିଛନ୍ତି ତିନି ଠାକୁର ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

ଭୋର ୩ଟାରେ ମଙ୍ଗଳ ଆଳତି ଓ ସାଢେ ୩ଟାରେ ମଇଲମ ନୀତି ଶେଷ ହୋଇଥିଲା। ସକାଳ ପ୍ରାୟ ୬ଟା ବେଳକୁ ରଥ ପ୍ରତିଷ୍ଠା କାର୍ୟ୍ୟ ମଧ୍ୟ ଶେଷ ହୋଇଯାଇଥିଲା। ସକାଳ ସାଢ଼େ ୯ଟାରେ ପହଣ୍ଡି ଆରମ୍ଭ ହେବାକୁ ଥିବା ବେଳେ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିବାରୁ ପ୍ରାୟ ସାଢ଼େ ୬ଟାରୁ ଆରମ୍ଭ ହୋଇଯାଇଥିଲା ଏହି ନୀତି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ତାଙ୍କ ପରେ ପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ଦେବୀ ସୁଭଦ୍ରଙ୍କ ପହଣ୍ଡି ଶେଷ ହୋଇସାରିଥିବା ବେଳେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ହୋଇଥିଲା । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଶ୍ରୀନଅରରୁ ଝୁଲିଝୁଲି ରଥରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟରେ ବିମୋହିତ କରିଥିଲା।

ଦୁଇ ବର୍ଷ କାଳ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରି ସାଜିଥିଲା କରୋନା । ଦୁଇବର୍ଷ ପରେ ଘଣ୍ଟ, ଘଣ୍ଟା, କାହାଳୀ ନାଦରେ ପୁଣି ଦୁଲୁକୁଛି ବଡ଼ଦାଣ୍ଡ । ପତିତପାବନ ଯାତ୍ରାରେ ଶରଧାବାଲି ଜନ୍ମବେଦିକୁ ବିଜେ କରିବେ ଶ୍ରୀଜିଉ। ଲୀଳାମୟ ପୁରୁଷ ଶ୍ରୀଜଗନ୍ନାଥଙ୍କ ଏହି ଗୁଣ୍ଡିଚା ଯାତ୍ରା ଦେଖିବା ପାଇଁ ଲୋକାରଣ୍ୟ ହୋଇ ଉଠିଛି ବଡ଼ଦାଣ୍ଡ। ହରିବୋଲ ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନିରେ ଗଗନପବନ ମୁଖରିତ ହୋଇଛି ବଡ଼ଦାଣ୍ଡ।

ରଥଯାତ୍ରା ପାଇଁ ପୁରୀରେ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପୁରୀର ସମସ୍ତ ପ୍ରବେଶ ପଥରେ ଯାଞ୍ଚ ପ୍ରକ୍ରିୟା ଜାରି ରହିଥିବା ବେଳେ ପୂରା ସହର ଉପରେ ନଜର ରଖିଛି ସିସିଟିଭି । ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ରେ ପ୍ରତିଟି ଗାଡ଼ି ସହ ପ୍ରତ୍ୟେକ ଯାତ୍ରୀଙ୍କ ଉପରେ ନଜର ରଖିଛନ୍ତି ପୁଲିସ ଟିମ୍‌ । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ପୁରୀରେ ୧୮୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଥିବା ବେଳେ ୧ ହଜାର ବଛା ବଛା ଅଧିକାରୀ, ସାଧା ପୋଷାକଧାରୀ ପୋଲିସ, ବମ୍‌ ସ୍କ୍ବାର୍ଡ଼, ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ ମୁତୟନ ହୋଇଛନ୍ତି ।

01 Jul 2022 By The Sakala

ସରିଲା ପହଣ୍ଡି: ଝୁଲି ଝୁଲି ଆସି ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି, ଜୟ ଜଗନ୍ନାଥ ଧ୍ବନିରେ କମ୍ପୁଛି ବଡ଼ଦାଣ୍ଡ

ପୁରୀ : ଶେଷ ହେଲା ପହଣ୍ଡି ଯାତ୍ରା। ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ସମୟରେ ଶେଷ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି। ପହଣ୍ଡିରେ ଆସି ରଥାରୂଢ଼ ହୋଇସାରିଛନ୍ତି ଶ୍ରୀଜିଉ। ବାକି ନୀତିକାନ୍ତି ସହିତ ଛେରା ପହଁରା ସରିଲେ ହେବ ରଥଟଣା। ସବୁ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଥିବାରୁ ରଥଟଣା ବି ଧାର୍ଯ୍ୟ ସମୟ ପୂର୍ବରୁ ହେବ ବୋଲି ଆଶା କରାଯାଉଛି।

ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଦେବଦଳନ ରଥରେ ବିଜେ କରାଯାଇଥିଲା । ଏହା ପରେ ବଡ଼ ଭାଇ ଶ୍ରୀ ବଳଭଦ୍ର ଧାଡ଼ ପହଣ୍ଡିରେ ଆସି ତାଳଧ୍ୱଜ ରଥରେ ବିଜେ ହେବା ପରେ ମା’ ସୁଭଦ୍ରାଙ୍କୁ ପହଣ୍ଡିରେ ଆଣି ଦେବଦଳନ ରଥରେ ବିଜେ କରିଥିଲେ । ଏହା ପରେ ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିଥିଲେ କାଳିଆ ସାଆନ୍ତେ । ପହଣ୍ଡି ସମୟରେ ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନିରେ ଗଗନପବନ ମୁଖରିତ ହୋଇଉଠିଥିଲା । ତେବେ ଏହାରି ମଧ୍ୟରେ ରଥାରୁଢ଼ ହୋଇସାରିଛନ୍ତି ତିନି ଠାକୁର ।

ଭୋର ୩ଟାରେ ମଙ୍ଗଳ ଆଳତି ଓ ସାଢେ ୩ଟାରେ ମଇଲମ ନୀତି ଶେଷ ହୋଇଥିଲା। ସକାଳ ପ୍ରାୟ ୬ଟା ବେଳକୁ ରଥ ପ୍ରତିଷ୍ଠା କାର୍ୟ୍ୟ ମଧ୍ୟ ଶେଷ ହୋଇଯାଇଥିଲା। ସକାଳ ସାଢ଼େ ୯ଟାରେ ପହଣ୍ଡି ଆରମ୍ଭ ହେବାକୁ ଥିବା ବେଳେ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିବାରୁ ପ୍ରାୟ ସାଢ଼େ ୬ଟାରୁ ଆରମ୍ଭ ହୋଇଯାଇଥିଲା ଏହି ନୀତି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ତାଙ୍କ ପରେ ପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ଦେବୀ ସୁଭଦ୍ରଙ୍କ ପହଣ୍ଡି ଶେଷ ହୋଇସାରିଥିବା ବେଳେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ହୋଇଥିଲା । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଶ୍ରୀନଅରରୁ ଝୁଲିଝୁଲି ରଥରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟରେ ବିମୋହିତ କରିଥିଲା।

ଦୁଇ ବର୍ଷ କାଳ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରି ସାଜିଥିଲା କରୋନା । ଦୁଇବର୍ଷ ପରେ ଘଣ୍ଟ, ଘଣ୍ଟା, କାହାଳୀ ନାଦରେ ପୁଣି ଦୁଲୁକୁଛି ବଡ଼ଦାଣ୍ଡ । ପତିତପାବନ ଯାତ୍ରାରେ ଶରଧାବାଲି ଜନ୍ମବେଦିକୁ ବିଜେ କରିବେ ଶ୍ରୀଜିଉ। ଲୀଳାମୟ ପୁରୁଷ ଶ୍ରୀଜଗନ୍ନାଥଙ୍କ ଏହି ଗୁଣ୍ଡିଚା ଯାତ୍ରା ଦେଖିବା ପାଇଁ ଲୋକାରଣ୍ୟ ହୋଇ ଉଠିଛି ବଡ଼ଦାଣ୍ଡ। ହରିବୋଲ ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନିରେ ଗଗନପବନ ମୁଖରିତ ହୋଇଛି ବଡ଼ଦାଣ୍ଡ।

ରଥଯାତ୍ରା ପାଇଁ ପୁରୀରେ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପୁରୀର ସମସ୍ତ ପ୍ରବେଶ ପଥରେ ଯାଞ୍ଚ ପ୍ରକ୍ରିୟା ଜାରି ରହିଥିବା ବେଳେ ପୂରା ସହର ଉପରେ ନଜର ରଖିଛି ସିସିଟିଭି । ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ରେ ପ୍ରତିଟି ଗାଡ଼ି ସହ ପ୍ରତ୍ୟେକ ଯାତ୍ରୀଙ୍କ ଉପରେ ନଜର ରଖିଛନ୍ତି ପୁଲିସ ଟିମ୍‌ । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ପୁରୀରେ ୧୮୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଥିବା ବେଳେ ୧ ହଜାର ବଛା ବଛା ଅଧିକାରୀ, ସାଧା ପୋଷାକଧାରୀ ପୋଲିସ, ବମ୍‌ ସ୍କ୍ବାର୍ଡ଼, ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ ମୁତୟନ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର