ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ ବଡଦାଣ୍ଡରେ ଗଡିଲା ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

The Sakala Picture
Published On

ପୁରୀ : ସିଂହଦ୍ୱାର ଛାଡି ଗୁଣ୍ଡିଚା ମନ୍ଦିର ଅଭିମୁଖେ ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏବେ ବଡ଼ଦାଣ୍ଡରେ ଗଡିଛି ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି । ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପ୍ରାୟ ଦେଢ ଘଣ୍ଟା ପୂର୍ବରୁ ତାଳଧ୍ୱଜ ରଥ ମାଉସୀ […]

ପୁରୀ : ସିଂହଦ୍ୱାର ଛାଡି ଗୁଣ୍ଡିଚା ମନ୍ଦିର ଅଭିମୁଖେ ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏବେ ବଡ଼ଦାଣ୍ଡରେ ଗଡିଛି ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି । ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପ୍ରାୟ ଦେଢ ଘଣ୍ଟା ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଲମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି । ରଥ ଗଡିବା ଆରମ୍ଭ ହେବା ମାତ୍ରେ ବଡଦାଣ୍ଡ ହରିବୋଲ ଓ ହୁଳହୁଳି ପ୍ରକମ୍ପିତ ହୋଇ ଉଠିଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ପ୍ରଥମେ ବଡଭାଇ ପ୍ରଭୁ ଶ୍ରୀବଳଭଦ୍ରଙ୍କ ରଥଟଣା ଯିବା ପରେ ଆରମ୍ଭ ହୋଇଛି ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ରଥ ।ଏହାପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହେବ।ସର୍ବ ଧର୍ମ ନିର୍ବିଶେଷରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତ ରଥ ଦଉଡ଼ି ଧାରଣ ପୂର୍ବକ ଆନନ୍ଦ ମନରେ ରଥକୁ ଟାଣିଥାନ୍ତି । ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ। ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥାଏ ।ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ କାଳିଆ ଠାକୁର । ଗୁଣ୍ଡିଚା ମନ୍ଦିରରେ ଚାଲିବ ତିନି ଠାକୁରଙ୍କ ଲୀଳାଖେଳା ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଏହା ପୂର୍ବରୁ ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ତିନି ରଥରେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ ‘ଛେରାପହଁରା’ କରିଥିଲେ। ଗଜପତି ମହରାଜ ଦିବ୍ୟସିଂହ ଦେବ ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିବା ପରେ ରାଜାବେଶରେ ରଥ ଉପରେ ଛେରାପହଁରା ନୀତି କରିଥିଲେ। ପରମ୍ପରା ଅନୁଯାୟୀ ସେ ପ୍ରଥମେ ତାଳଧ୍ବଜ ରଥରେ ଛେରାପହଁରା ସଂପନ୍ନ କରିଥିଲେ। ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ସୁବାସିତ ଜଳ ସିଞ୍ଚନ କରି ରଥକୁ ସୁବର୍ଣ୍ଣ ସମାର୍ଜନୀରେ ପରିଷ୍କୃତ କରିଥିଲେ।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର