ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ କଟକଣା, ମାସ୍କ ବ୍ୟବହାର ବାଧ୍ୟତାମୂଳକ କଲା ସିଏମସି

The Sakala Picture
Published On

କଟକ: କଟକରେ ମାସ୍କ ବାଧ୍ୟତାମୂଳକ । ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ କଟକଣା । ସିଏମସି ଅଞ୍ଚଳରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ । କଟକରେ ରହୁଥିବା ଲୋକ ଏବଂ ବାହାରୁ କଟକକୁ ଯାଉଥିବା ଲୋକଙ୍କ ପାଇଁ ମଧ୍ୟ ମାସ୍କ ବାଧ୍ୟତାମୂଳକ ହୋଇଛି । ଏହାସହ ସାମାଜିକ ଦୂରତା ରକ୍ଷା କରିବାକୁ ସିଏମସି ପକ୍ଷରୁ ପରାମର୍ଶ ଦିଆଯାଇଛି । କୋଭିଡ଼ ସଂକ୍ରମଣ ବଢ଼ିବାରୁ କଟକଣା କଡ଼ା କଲା ପ୍ରଶାସନ । ବର୍ତ୍ତମାନ […]

କଟକ: କଟକରେ ମାସ୍କ ବାଧ୍ୟତାମୂଳକ । ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ କଟକଣା । ସିଏମସି ଅଞ୍ଚଳରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ । କଟକରେ ରହୁଥିବା ଲୋକ ଏବଂ ବାହାରୁ କଟକକୁ ଯାଉଥିବା ଲୋକଙ୍କ ପାଇଁ ମଧ୍ୟ ମାସ୍କ ବାଧ୍ୟତାମୂଳକ ହୋଇଛି । ଏହାସହ ସାମାଜିକ ଦୂରତା ରକ୍ଷା କରିବାକୁ ସିଏମସି ପକ୍ଷରୁ ପରାମର୍ଶ ଦିଆଯାଇଛି । କୋଭିଡ଼ ସଂକ୍ରମଣ ବଢ଼ିବାରୁ କଟକଣା କଡ଼ା କଲା ପ୍ରଶାସନ । ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ୨୦୦ ଉପରେ ରହୁଛି । ଏହାକୁ ଦୃଷ୍ଟିରେ ରଖି କରୋନା କଟକଣାକୁ କଡା କରିଛି ସିଏମସି । ଗତକାଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିଲା । ଆଇନ୍ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ ନିଆଯିବାର ସଙ୍କେତ ଦେଇଥିଲା ବିଏମସି ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

କିଛି ଦିନର ବ୍ୟବଧନ ପରେ ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହୋଇଛି । ଏହାସହ ରାଜ୍ୟରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଶେଷ କରି ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ହାର ଅଧିକ ରହିଛି । ରାଜ୍ୟରେ ଚିହ୍ନଟ ହେଉଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ଅଧିକାଂଶ ଖୋର୍ଦ୍ଧା ଓ ରାଜଧାନୀରୁ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରହି ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ବିଏମସି ପକ୍ଷରୁ ଜୁଲାଇ ଗାଇଡଲାଇନ ଜାରି କରାଯାଇଛି । ଏଥିରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ ଲୋକଙ୍କୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

02 Jul 2022 By The Sakala

ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ କଟକଣା, ମାସ୍କ ବ୍ୟବହାର ବାଧ୍ୟତାମୂଳକ କଲା ସିଏମସି

କଟକ: କଟକରେ ମାସ୍କ ବାଧ୍ୟତାମୂଳକ । ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ କଟକଣା । ସିଏମସି ଅଞ୍ଚଳରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ । କଟକରେ ରହୁଥିବା ଲୋକ ଏବଂ ବାହାରୁ କଟକକୁ ଯାଉଥିବା ଲୋକଙ୍କ ପାଇଁ ମଧ୍ୟ ମାସ୍କ ବାଧ୍ୟତାମୂଳକ ହୋଇଛି । ଏହାସହ ସାମାଜିକ ଦୂରତା ରକ୍ଷା କରିବାକୁ ସିଏମସି ପକ୍ଷରୁ ପରାମର୍ଶ ଦିଆଯାଇଛି । କୋଭିଡ଼ ସଂକ୍ରମଣ ବଢ଼ିବାରୁ କଟକଣା କଡ଼ା କଲା ପ୍ରଶାସନ । ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ୨୦୦ ଉପରେ ରହୁଛି । ଏହାକୁ ଦୃଷ୍ଟିରେ ରଖି କରୋନା କଟକଣାକୁ କଡା କରିଛି ସିଏମସି । ଗତକାଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିଲା । ଆଇନ୍ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ ନିଆଯିବାର ସଙ୍କେତ ଦେଇଥିଲା ବିଏମସି ।

କିଛି ଦିନର ବ୍ୟବଧନ ପରେ ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହୋଇଛି । ଏହାସହ ରାଜ୍ୟରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଶେଷ କରି ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ହାର ଅଧିକ ରହିଛି । ରାଜ୍ୟରେ ଚିହ୍ନଟ ହେଉଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ଅଧିକାଂଶ ଖୋର୍ଦ୍ଧା ଓ ରାଜଧାନୀରୁ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରହି ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ବିଏମସି ପକ୍ଷରୁ ଜୁଲାଇ ଗାଇଡଲାଇନ ଜାରି କରାଯାଇଛି । ଏଥିରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ ଲୋକଙ୍କୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର