୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ; ଆଜିଠୁ ଭିଜିବ ସାରା ଓଡିଶା

The Sakala Picture
Published On

ଭୁବନେଶ୍ୱର: ଆଜି ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ବିଶେଷ କରି ଉତ୍ତର ଆଭ୍ୟନ୍ତୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ବର୍ଷା ଦ୍ୱାରା ବିଭିନ୍ନ ଜିଲ୍ଲାରେ ଚାଷ କାର୍ଯ୍ୟ ଆଗେଇବା ପାଇଁ ସହାୟକ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ […]

ଭୁବନେଶ୍ୱର: ଆଜି ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ବିଶେଷ କରି ଉତ୍ତର ଆଭ୍ୟନ୍ତୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ବର୍ଷା ଦ୍ୱାରା ବିଭିନ୍ନ ଜିଲ୍ଲାରେ ଚାଷ କାର୍ଯ୍ୟ ଆଗେଇବା ପାଇଁ ସହାୟକ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବଙ୍ଗଳାଦେଶ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସାରିଛି। ବର୍ତ୍ତମାନ ଏହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟ ରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଅନ୍ୟପଟେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଥିବା ଯୋଗୁଁ ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଭଲ ବର୍ଷା ହୋଇଛି। ଗତ ୩୬ ଘଣ୍ଟାରେ ଝାରସୁଗୁଡ଼ାରେ ୧୦୫ ମିମି ବର୍ଷା ହୋଇଥିବା ବେଳେ ଚାନ୍ଦବାଲିରେ ୮୫ ମିମି, ଟିଟଲାଗଡ଼ରେ ୬୨, କେନ୍ଦ୍ରାପଡ଼ାରେ ୪୭, କୋରାପୁଟରେ ୨୮ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ସୋମବାର ବର୍ଷାର ପ୍ରକୋପ ବଢ଼ିବାକୁ ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାସହିତ ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ସୋନପୁର, ନବରଙ୍ଗପୁର, ଭଦ୍ରକ, ଯାଜପୁର, କଟକ, ଦେବଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, ବାଲେଶ୍ୱର ଓ ଅନୁଗୁଳ ଆଦିରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ପୂର୍ବରୁ ପୁରୀରେ ସମ୍ପନ୍ନ ହେଲା ତିନି ରଥର ଦକ୍ଷିଣ ମୋଡ଼ ନୀତି

ଗତ ୨ ଦିନ ହେବ ହୋଇଥିବା ବର୍ଷା ଯୋଗୁଁ ରାଜ୍ୟରେ ଜାରି ରହିଥିବା ନିଅଣ୍ଟିଆ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବାରେ ଲାଗିଛି। ଗତ ଜୁନ ମାସ ଶେଷ ସୁଦ୍ଧା ରାଜ୍ୟରେ ସ୍ୱାଭାବିଠାରୁ ୪୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ଏଥିରୁ ୮ ପ୍ରତିଶତ ଭରଣା ହୋଇ ବର୍ତ୍ତମାନ ନିଅଣ୍ଟିଆ ବର୍ଷାର ସ୍ଥିତି ୩୨ ପ୍ରତିଶତକୁ ଖସି ଆସିଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

04 Jul 2022 By The Sakala

୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ; ଆଜିଠୁ ଭିଜିବ ସାରା ଓଡିଶା

ଭୁବନେଶ୍ୱର: ଆଜି ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ବିଶେଷ କରି ଉତ୍ତର ଆଭ୍ୟନ୍ତୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ବର୍ଷା ଦ୍ୱାରା ବିଭିନ୍ନ ଜିଲ୍ଲାରେ ଚାଷ କାର୍ଯ୍ୟ ଆଗେଇବା ପାଇଁ ସହାୟକ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବଙ୍ଗଳାଦେଶ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସାରିଛି। ବର୍ତ୍ତମାନ ଏହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟ ରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଅନ୍ୟପଟେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଥିବା ଯୋଗୁଁ ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଭଲ ବର୍ଷା ହୋଇଛି। ଗତ ୩୬ ଘଣ୍ଟାରେ ଝାରସୁଗୁଡ଼ାରେ ୧୦୫ ମିମି ବର୍ଷା ହୋଇଥିବା ବେଳେ ଚାନ୍ଦବାଲିରେ ୮୫ ମିମି, ଟିଟଲାଗଡ଼ରେ ୬୨, କେନ୍ଦ୍ରାପଡ଼ାରେ ୪୭, କୋରାପୁଟରେ ୨୮ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ସୋମବାର ବର୍ଷାର ପ୍ରକୋପ ବଢ଼ିବାକୁ ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାସହିତ ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ସୋନପୁର, ନବରଙ୍ଗପୁର, ଭଦ୍ରକ, ଯାଜପୁର, କଟକ, ଦେବଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, ବାଲେଶ୍ୱର ଓ ଅନୁଗୁଳ ଆଦିରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଗତ ୨ ଦିନ ହେବ ହୋଇଥିବା ବର୍ଷା ଯୋଗୁଁ ରାଜ୍ୟରେ ଜାରି ରହିଥିବା ନିଅଣ୍ଟିଆ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବାରେ ଲାଗିଛି। ଗତ ଜୁନ ମାସ ଶେଷ ସୁଦ୍ଧା ରାଜ୍ୟରେ ସ୍ୱାଭାବିଠାରୁ ୪୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ଏଥିରୁ ୮ ପ୍ରତିଶତ ଭରଣା ହୋଇ ବର୍ତ୍ତମାନ ନିଅଣ୍ଟିଆ ବର୍ଷାର ସ୍ଥିତି ୩୨ ପ୍ରତିଶତକୁ ଖସି ଆସିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର