ବୁଧବାର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

The Sakala Picture
Published On

ଭୁବନେଶ୍ବର : ମାଟ୍ରିକ ଫଳାଫଳ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ।  କଟକ ବୋର୍ଡ ଅଫିସରେ ଦିନ ଗୋଟାଏ ସମୟରେ ପ୍ରକାଶ ହେବ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଛାତ୍ରଛାତ୍ରୀ କେଉଁ ସାଇଟ୍‌ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା […]

ଭୁବନେଶ୍ବର : ମାଟ୍ରିକ ଫଳାଫଳ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ।  କଟକ ବୋର୍ଡ ଅଫିସରେ ଦିନ ଗୋଟାଏ ସମୟରେ ପ୍ରକାଶ ହେବ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଛାତ୍ରଛାତ୍ରୀ କେଉଁ ସାଇଟ୍‌ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା। ସୁରୁଖୁରୁାର ପରୀକ୍ଷା ସରିଥିବା ବେଳେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ କରାଯାଇଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ଉଲ୍ଲେଖଯୋଗ୍ୟ ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍‌ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

04 Jul 2022 By The Sakala

ବୁଧବାର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର : ମାଟ୍ରିକ ଫଳାଫଳ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ।  କଟକ ବୋର୍ଡ ଅଫିସରେ ଦିନ ଗୋଟାଏ ସମୟରେ ପ୍ରକାଶ ହେବ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଛାତ୍ରଛାତ୍ରୀ କେଉଁ ସାଇଟ୍‌ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା ।

ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା। ସୁରୁଖୁରୁାର ପରୀକ୍ଷା ସରିଥିବା ବେଳେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ କରାଯାଇଛି।

ଉଲ୍ଲେଖଯୋଗ୍ୟ ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍‌ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।

https://www.thesakala.in/latest-odisha-news/matriculation-results-will-be-released-on-july-6/article-13016
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର