ଆସିଲା ବିଜେବି କଲେଜ ଛାତ୍ରୀ ରୁଚିକାଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ: ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା

The Sakala Picture
Published On

ଭୁବନେଶ୍ୱର: ଆସିଲା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ । ଗଳାରେ ରଶି ଲଗାଇ ଝୁଲି ପଡିଥିବାରୁ ରୁଚିକାଙ୍କୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ପୋଲିସର ହସ୍ତଗତ ହୋଇଛି ପୋଷ୍ଟମର୍ଟମ ରିପୋର୍ଟ । ଅଧିକ ତଥ୍ୟ ପାଇଁ ଭିସେରା ନମୂନା ଲ୍ୟାବକୁ ଯାଇଥିବା ସୂଚନା ରହିଛି । ସୂଚନାଯୋଗ୍ୟ, ବିଜେବି କଲେଜ ଯୁକ୍ତ ୩ କଳାର ପ୍ରଥମ ବର୍ଷର ଇତିହାସ ସମ୍ମାନର […]

ଭୁବନେଶ୍ୱର: ଆସିଲା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ । ଗଳାରେ ରଶି ଲଗାଇ ଝୁଲି ପଡିଥିବାରୁ ରୁଚିକାଙ୍କୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ପୋଲିସର ହସ୍ତଗତ ହୋଇଛି ପୋଷ୍ଟମର୍ଟମ ରିପୋର୍ଟ । ଅଧିକ ତଥ୍ୟ ପାଇଁ ଭିସେରା ନମୂନା ଲ୍ୟାବକୁ ଯାଇଥିବା ସୂଚନା ରହିଛି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

ସୂଚନାଯୋଗ୍ୟ, ବିଜେବି କଲେଜ ଯୁକ୍ତ ୩ କଳାର ପ୍ରଥମ ବର୍ଷର ଇତିହାସ ସମ୍ମାନର ଛାତ୍ରୀ ରୁଚିକା ମହାନ୍ତି (୧୯) ଶନିବାର ଆତ୍ମହତ୍ୟା କରିଥିଲେ। କାରୁବାକୀ ଛାତ୍ରୀ ନିବାସର ତୃତୀୟ ମହଲା ରୁମ୍‍ ନମ୍ୱର ନଂ ୨୦୧ରେ ବେକରେ ଫାଶୀ ଲଗାଇ ସେ ଆତ୍ମହତ୍ୟା କରିଥିବା ପୁଲିସ ସୂଚନା ଦେଇଥିଲା। ତାଙ୍କ ପକେଟରୁ ପୁଲିସ ଏକ ସୁଇସାଇଡ଼୍‍ ନୋଟ ଜବତ କରାଯାଇଥିଲା । ଯେଉଁଥିରେ ୩ଜଣ ସିନିୟର ଛାତ୍ରୀଙ୍କ ମାନସିକ ନିର୍ଯାତନା ସହିନପାରି ସେ ଆତ୍ମହତ୍ୟା କରିଥିବା ଉଲ୍ଲେଖ କରିଥିଲେ ରୁଚିକା। ତେବେ ଆଜି ଆସିଛି ରୁଚିକାଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ।ପୋଷ୍ଟମର୍ଟମରେ ରିପୋର୍ଟରେ ସ୍ପଷ୍ଟ ହୋଇଛି ଯେ, ଶ୍ୱାସ ରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର