ଦଳମତ ନିର୍ବିଶେଷରେ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ପୁଣି ଥରେ ଅପିଲ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଦଳମତ ନିର୍ବିଶେଷରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁଣି ଅପିଲ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନିଜେ ନରସିଂହଙ୍କ ସହିତ ଫୋନରେ କଥା ହୋଇଛନ୍ତି । କଂଗ୍ରେସ ବିଧାୟକ ଓ ସାଂସଦଙ୍କୁ ଦ୍ରୌପଦୀଙ୍କୁ ଭୋଟ୍ ଦେବାକୁ ନିବେଦନ କରିଛନ୍ତି । ଏଥିପାଇଁ ନବୀନଙ୍କ ନିର୍ଦ୍ଦେଶରେ ଆଲୋଚନା […]

ଭୁବନେଶ୍ୱର: ଦଳମତ ନିର୍ବିଶେଷରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁଣି ଅପିଲ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନିଜେ ନରସିଂହଙ୍କ ସହିତ ଫୋନରେ କଥା ହୋଇଛନ୍ତି । କଂଗ୍ରେସ ବିଧାୟକ ଓ ସାଂସଦଙ୍କୁ ଦ୍ରୌପଦୀଙ୍କୁ ଭୋଟ୍ ଦେବାକୁ ନିବେଦନ କରିଛନ୍ତି । ଏଥିପାଇଁ ନବୀନଙ୍କ ନିର୍ଦ୍ଦେଶରେ ଆଲୋଚନା କରିଛନ୍ତି ପ୍ରଣବ ପ୍ରକାଶ ଦାସ ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ଏହାସହ କଂଗ୍ରେସ ବିଧାୟକ, ବଣାଇ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ବୁଝାଇବାକୁ ନବୀନ ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦେଇଛନ୍ତି । ପିସିସି ସଭାପତିଙ୍କୁ ବି ବୁଝାଇବା ପାଇଁ ନବୀନ ଦଳୀୟ ନେତାଙ୍କୁ ଦାୟିତ୍ବ ଦେଇଛନ୍ତି । ଓଡିଶା କଂଗ୍ରେସର ୯ ବିଧାୟକ ଦ୍ରୌପଦୀଙ୍କୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅପିଲ ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

ଏହା ପୂର୍ବରୁ ରାୟଗଡାର ସ୍ୱାଧୀନ ବିଧାୟକ ମକରନ୍ଦ ମୁଦୁଲୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଆଶ୍ୱାସନା ଦେଇଛନ୍ତି ମକରନ୍ଦ ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର