ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

The Sakala Picture
Published On

ଓଡ଼ିଶାର ମିଷ୍ଟାନ୍ନଗୁଡ଼ିକ ଭିତରେ ରସଗୋଲା ଯେ, କେତେ ଗୁରୁତ୍ୱ ବହନ କରେ ଏକଥା କୌଣସି ଓଡ଼ିଆକୁ ବୁଝାଇବା ଦରକାର ନାହିଁ। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ଗୁରୁତ୍ବ ଢେର୍ ଅଧିକ। ରସଗୋଲା ଦିବସ ପ୍ରତିବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀଳାଦ୍ରିବିଜେ ଅବସରରେ ପାଳିତ ହୁଏ । ସାରା ବିଶ୍ବରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଏ। ୨୦୧୫ ଜୁଲାଇ ୩୦ ନୀଳାଦ୍ରିବିଜେ ଦିନ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ […]

ଓଡ଼ିଶାର ମିଷ୍ଟାନ୍ନଗୁଡ଼ିକ ଭିତରେ ରସଗୋଲା ଯେ, କେତେ ଗୁରୁତ୍ୱ ବହନ କରେ ଏକଥା କୌଣସି ଓଡ଼ିଆକୁ ବୁଝାଇବା ଦରକାର ନାହିଁ। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ଗୁରୁତ୍ବ ଢେର୍ ଅଧିକ। ରସଗୋଲା ଦିବସ ପ୍ରତିବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀଳାଦ୍ରିବିଜେ ଅବସରରେ ପାଳିତ ହୁଏ । ସାରା ବିଶ୍ବରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଏ। ୨୦୧୫ ଜୁଲାଇ ୩୦ ନୀଳାଦ୍ରିବିଜେ ଦିନ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ ମିଡିଆ ପ୍ରଚାରରୁ ଆରମ୍ଭ ହୋଇଥିଲା । ଏହାପରେ ୧୭ ଜୁଲାଇ ୨୦୧୬ଠାରୁ ଏହି ଦିବସ ପାଳନ ହେଉଛି । ରସଗୋଲାକୁ ନେଇ ପଶ୍ଚିମବଙ୍ଗ ଓ ଓଡ଼ିଶା ମଧ୍ୟରେ ‘ମିଠାଯୁଦ୍ଧ’ ଆରମ୍ଭ ହୋଇଥିଲା । ପଶ୍ଚିମବଙ୍ଗ ‘ରସଗୁଲ୍ଲା’ ତାଙ୍କର ବୋଲି ଦାବି କରିଥିଲା । ୧୮୬୮ ମସିହାରେ କଲିକତାରେ ନବୀନ ଚନ୍ଦ୍ର ଦାସ ପ୍ରଥମେ ‘ରସଗୁଲ୍ଲା’ ତିଆରି କରିଥିଲେ ବୋଲି ଯୁକ୍ତି କରିଥିଲା ପଶ୍ଚିମବଙ୍ଗ । ତେବେ ୨୦୧୯ ମସିହା ଜୁଲାଇ ମାସ ୨୯ ତାରିଖରେ ଓଡ଼ିଶାର ରସଗୋଲାକୁ ଜିଆଇ ଟ୍ୟାଗ୍‌ ମିଳିଥିଲା ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ‘ନୀଳାଦ୍ରିବିଜେ’। ଶ୍ରୀଗୁଣ୍ଡିଚା ମନ୍ଦିରରେ ରହଣି ପରେ, ବାହୁଡ଼ା ଦଶମୀ ଦିନ ଠାକୁରମାନେ ଶ୍ରୀମନ୍ଦିର ସିଂହଦ୍ବାରକୁ ଫେରନ୍ତି । ସୁନାବେଶ ଓ ଅଧରପଣା ପରେ ଚତୁର୍ଦ୍ଧାମୂର୍ତ୍ତି ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି । ଏହାକୁ ‘ନୀଳାଦ୍ରି ବିଜୟ’ ବା ‘ନୀଳାଦ୍ରିବିଜେ’ କୁହାଯାଏ। ରଥଯାତ୍ରାରେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନ ନେଇ ପ୍ରଭୁ ଜଗନ୍ନାଥ, ଭାଇ ଓ ଭଉଣୀଙ୍କ ସହ ଗୁଣ୍ଡିଚା ମନ୍ଦିରକୁ ଚାଲିଯାଇଥାନ୍ତି । ଯାହାକୁ ନେଇ ମା’ ଲକ୍ଷ୍ମୀ କାଳିଆ ଠାକୁରଙ୍କ ଉପରେ ଅଭିମାନ କରିଥାନ୍ତି । ଜଗନ୍ନାଥ ବଡ଼ଦେଉଳକୁ ଫେରୁଥିବା ଜାଣି ମା’ ଲକ୍ଷ୍ମୀ ଠାକୁରାଣୀ ଅଭିମାନରେ ଜୟବିଜୟ ଦ୍ୱାର ବନ୍ଦ କରି ଦେଇଥାନ୍ତି।

ଆହୁରି ପଢ଼ନ୍ତୁ: ଓରାଙ୍ଗଉଟାନ ଚାଲାଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଜଙ୍ଗଲ ମନ୍ତ୍ରୀ

ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବା ଲାଗି ମହାପ୍ରଭୁଙ୍କ ପକ୍ଷରୁ ରସଗୋଲା ଅର୍ପଣ କରାଯାଇଥାଏ। ଓଡ଼ିଶାର ପ୍ରସିଦ୍ଧ ରସଗୋଲା ଭିତରେ ରହିଛି ପାହାଳରେ ପ୍ରସ୍ତୁତ ରସଗୋଲା ଓ ବିକଳାନନ୍ଦ କରଙ୍କ ସାଲେପୁର ରସଗୋଲା ଯାହାକି ଦେଶ ବିଦେଶରେ ବେଶ୍ ପରିଚିତ । ଊନ୍ନବିଂଶ ଶତାବ୍ଦୀର ଶେଷାର୍ଦ୍ଧ ବେଳକୁ “କେଳୁ ଚରଣ ବେହେରା’’ ପାହାଳଠାରେ ରସଗୋଲା ପ୍ରସ୍ତୁତ କରି ବ୍ୟବସାୟ ଆରମ୍ଭ କରିଥିଲେ । ଦ୍ବାଦଶ ଶତାବ୍ଦୀରୁ ଶ୍ରୀମନ୍ଦିରରେ ରସଗୋଲା ଭୋଗ ହେଉଥିବାର ପରମ୍ପରା ରହିଆସିଛି ବୋଲି ଐତିହାସିକ ଓ ଗବେଷକମାନେ ମତ ଦିଅନ୍ତି। ଓଡ଼ିଶା ଓ ପଶ୍ଚିମବଙ୍ଗର ରସଗୋଲାର ସ୍ୱାଦ ବି ଭିନ୍ନ । ଓଡ଼ିଶାର ରସଗୋଲା ରସରେ ଭର୍ତ୍ତି ହୋଇଥିବା ବେଳେ ପାଟିରେ ମିଳାଇଯାଏ । ହେଲେ ବଙ୍ଗଳାର ରସଗୁଲ୍ଲା ସ୍ପଞ୍ଜି ହୋଇଥିବା ବେଳେ ଏହାକୁ ଚୋବେଇବାକୁ ପଡ଼େ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଗୁଜରାଟରୁ ଆସିଲେ ୧୪ଟି ବିଦେଶୀ ପ୍ରଜାତିର ୫୮ଟି ବନ୍ୟଜନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର