ରାଜ୍ୟରେ କାଲିଠୁ ୧୮ ବର୍ଷରୁ ଉର୍ଦ୍ଧ୍ୱଙ୍କୁ ମିଳିବ ମାଗଣା ବୁଷ୍ଟର ଡୋଜ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ମିଳିବ ମାଗଣା ବୁଷ୍ଟର ଡୋଜ । ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ମିଳିବ ଏହି ମାଗଣା ବୁଷ୍ଟର ଡୋଜ । ଆଗାମୀ ୭୫ ଦିନ ପର୍ଯ୍ୟନ୍ତ ଏହି ଡ୍ରାଇଭ ଜାରି ରହିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ଘଟୁଛି, ତେଣୁ ସମସ୍ତ ବର୍ଗର ଲୋକଙ୍କୁ ଟୀକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ୧୨ ରୁ ୧୪ ବର୍ଷର […]

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ମିଳିବ ମାଗଣା ବୁଷ୍ଟର ଡୋଜ । ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ମିଳିବ ଏହି ମାଗଣା ବୁଷ୍ଟର ଡୋଜ । ଆଗାମୀ ୭୫ ଦିନ ପର୍ଯ୍ୟନ୍ତ ଏହି ଡ୍ରାଇଭ ଜାରି ରହିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ଘଟୁଛି, ତେଣୁ ସମସ୍ତ ବର୍ଗର ଲୋକଙ୍କୁ ଟୀକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ୧୨ ରୁ ୧୪ ବର୍ଷର ପିଲାଙ୍କର ପ୍ରଥମ ଡୋଜ ୯୮% ଦ୍ୱିତୀୟ ଡୋଜ ୭୨%। ୧୫ ରୁ ୧୭ ବର୍ଷ ପିଲାଙ୍କୁ ପ୍ରଥମ ଡୋଜ ୯୨% ଏବଂ ଦ୍ୱିତୀୟ ଡୋଜ ୮୨% ଟୀକାକରଣ କରାଯାଇଛି। ୧୮ ରୁ ଅଧିକ ବର୍ଗର ଲୋକଙ୍କର ୯୬% ପ୍ରଥମ ଡୋଜ ଏବଂ ଦ୍ୱିତୀୟ ଡୋଜ ୯୦% ଟୀକାକରଣ ଦିଆସରିଛି। ବର୍ତ୍ତମାନ ପ୍ରିକସନ ଡୋଜ୍ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । କରୋନା ଯୋଦ୍ଧା, ସମ୍ମୁଖ ଧାଡ଼ିର ଯୋଦ୍ଧା, ସ୍ୱାସ୍ଥ୍ୟ କର୍ମୀ ଓ ୬୦ ବର୍ଷର ଅଧିକ ଲୋକମାନେ ୨୮% ଟୀକାକରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

ଆସନ୍ତାକାଲିଠାରୁ ୧୮ରୁ ୫୯ ବର୍ଷର ନାଗରିକମାନଙ୍କୁ ପ୍ରିକସନ ଡୋଜ ମାଗଣାରେ ଦିଆଯିବ । ୭୫ ଦିନ ପର୍ଯ୍ୟନ୍ତ ମାଗଣାରେ ଟୀକାକରଣ ଚାଲିବ । ରାଜ୍ୟରେ ପାଖାପାଖି ୩ ହଜାର ସରକାରୀ ଟୀକାକରଣ କେନ୍ଦ୍ର ରହିଛି । ସେଠାରେ ମାଗଣାରେ ଟୀକାକରଣ କରିପାରିବେ । ଟିକାକରଣ କେନ୍ଦ୍ରଗୁଡିକରେ ଟିକା ଦେବା ପାଇଁ ପ୍ରଯ୍ୟାପ୍ତ ପରିମାଣରେ ସ୍ୱାସ୍ଥ୍ୟ କର୍ମୀ ରହିଛନ୍ତି । ଯଦି ମାଗଣାରେ ଏଭଳି ଟୀକାକରଣ ଦିଆଯିବ ତେବେ ରାଜ୍ୟରେ ସେତିକି ପରିମାଣରେ ଟିକା ନାହିଁ । ତେବେ ଆହୁରି ଟିକା ଆବଶ୍ୟକ ପଡ଼ିବ ।

ଆହୁରି ପଢ଼ନ୍ତୁ: ଦୁର୍ନୀତି ମାମଲାରେ ଭିଜିଲାନ୍ସର କଡା କାର୍ଯ୍ୟାନୁଷ୍ଠାନ: ବାରିପଦା ଜଳସେଚନ ଏସ୍‌ଇ ଅଫିସର ପୂର୍ବତନ କର୍ମଚାରୀଙ୍କୁ ୩ବର୍ଷ ଜେଲ

ଏହି ବର୍ଗର ମୋଟ ୨ କୋଟି ୬୫ ଲକ୍ଷ ୮୫ ହାଜର ହିତାଧିକାରୀ ଅଛନ୍ତି । ସେଥିମଧ୍ୟରୁ ମାତ୍ର ୧ ଲକ୍ଷ ୫୦ ହାଜର ହିତାଧିକାରୀ ପ୍ରିକ୍ସସନ୍ ଡୋଜ ନେଇଛନ୍ତି । ଅର୍ଥାତ ୯୯% ଆହୁରି ଟିକା ନେଇନାହାନ୍ତି । ଏହି ଟୀକାକରଣ ପାଇଁ ଉଭୟ ଅନଲାଇନ ଓ ଅଫଲାଇନ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ସ୍ୱାସ୍ଥ୍ୟ ବିଭାଗକୁ କୌଣସି ଲିଖିତ ଭାବରେ ନିର୍ଦ୍ଦେଶ ଆସିନାହିଁ । ତେବେ ଆଜି କେନ୍ଦ୍ର ସହିତ ବୈଠକ ରହିଛି । ଏହି ବୈଠକରେ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଥିବା ମାଗଣା ଟୀକାକରଣ ନେଇ ଆଲୋଚନା ହେବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

14 Jul 2022 By The Sakala

ରାଜ୍ୟରେ କାଲିଠୁ ୧୮ ବର୍ଷରୁ ଉର୍ଦ୍ଧ୍ୱଙ୍କୁ ମିଳିବ ମାଗଣା ବୁଷ୍ଟର ଡୋଜ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ମିଳିବ ମାଗଣା ବୁଷ୍ଟର ଡୋଜ । ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ମିଳିବ ଏହି ମାଗଣା ବୁଷ୍ଟର ଡୋଜ । ଆଗାମୀ ୭୫ ଦିନ ପର୍ଯ୍ୟନ୍ତ ଏହି ଡ୍ରାଇଭ ଜାରି ରହିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ଘଟୁଛି, ତେଣୁ ସମସ୍ତ ବର୍ଗର ଲୋକଙ୍କୁ ଟୀକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ୧୨ ରୁ ୧୪ ବର୍ଷର ପିଲାଙ୍କର ପ୍ରଥମ ଡୋଜ ୯୮% ଦ୍ୱିତୀୟ ଡୋଜ ୭୨%। ୧୫ ରୁ ୧୭ ବର୍ଷ ପିଲାଙ୍କୁ ପ୍ରଥମ ଡୋଜ ୯୨% ଏବଂ ଦ୍ୱିତୀୟ ଡୋଜ ୮୨% ଟୀକାକରଣ କରାଯାଇଛି। ୧୮ ରୁ ଅଧିକ ବର୍ଗର ଲୋକଙ୍କର ୯୬% ପ୍ରଥମ ଡୋଜ ଏବଂ ଦ୍ୱିତୀୟ ଡୋଜ ୯୦% ଟୀକାକରଣ ଦିଆସରିଛି। ବର୍ତ୍ତମାନ ପ୍ରିକସନ ଡୋଜ୍ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । କରୋନା ଯୋଦ୍ଧା, ସମ୍ମୁଖ ଧାଡ଼ିର ଯୋଦ୍ଧା, ସ୍ୱାସ୍ଥ୍ୟ କର୍ମୀ ଓ ୬୦ ବର୍ଷର ଅଧିକ ଲୋକମାନେ ୨୮% ଟୀକାକରଣ କରାଯାଇଛି ।

ଆସନ୍ତାକାଲିଠାରୁ ୧୮ରୁ ୫୯ ବର୍ଷର ନାଗରିକମାନଙ୍କୁ ପ୍ରିକସନ ଡୋଜ ମାଗଣାରେ ଦିଆଯିବ । ୭୫ ଦିନ ପର୍ଯ୍ୟନ୍ତ ମାଗଣାରେ ଟୀକାକରଣ ଚାଲିବ । ରାଜ୍ୟରେ ପାଖାପାଖି ୩ ହଜାର ସରକାରୀ ଟୀକାକରଣ କେନ୍ଦ୍ର ରହିଛି । ସେଠାରେ ମାଗଣାରେ ଟୀକାକରଣ କରିପାରିବେ । ଟିକାକରଣ କେନ୍ଦ୍ରଗୁଡିକରେ ଟିକା ଦେବା ପାଇଁ ପ୍ରଯ୍ୟାପ୍ତ ପରିମାଣରେ ସ୍ୱାସ୍ଥ୍ୟ କର୍ମୀ ରହିଛନ୍ତି । ଯଦି ମାଗଣାରେ ଏଭଳି ଟୀକାକରଣ ଦିଆଯିବ ତେବେ ରାଜ୍ୟରେ ସେତିକି ପରିମାଣରେ ଟିକା ନାହିଁ । ତେବେ ଆହୁରି ଟିକା ଆବଶ୍ୟକ ପଡ଼ିବ ।

ଏହି ବର୍ଗର ମୋଟ ୨ କୋଟି ୬୫ ଲକ୍ଷ ୮୫ ହାଜର ହିତାଧିକାରୀ ଅଛନ୍ତି । ସେଥିମଧ୍ୟରୁ ମାତ୍ର ୧ ଲକ୍ଷ ୫୦ ହାଜର ହିତାଧିକାରୀ ପ୍ରିକ୍ସସନ୍ ଡୋଜ ନେଇଛନ୍ତି । ଅର୍ଥାତ ୯୯% ଆହୁରି ଟିକା ନେଇନାହାନ୍ତି । ଏହି ଟୀକାକରଣ ପାଇଁ ଉଭୟ ଅନଲାଇନ ଓ ଅଫଲାଇନ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ସ୍ୱାସ୍ଥ୍ୟ ବିଭାଗକୁ କୌଣସି ଲିଖିତ ଭାବରେ ନିର୍ଦ୍ଦେଶ ଆସିନାହିଁ । ତେବେ ଆଜି କେନ୍ଦ୍ର ସହିତ ବୈଠକ ରହିଛି । ଏହି ବୈଠକରେ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଥିବା ମାଗଣା ଟୀକାକରଣ ନେଇ ଆଲୋଚନା ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର