୧୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା : ୬ଜିଲ୍ଲାକୁ ଅରେଞ୍ଜ, ୯ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଯୋଗୁଁ ଏବେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି। ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି।ସକ୍ରିୟ ମୌସୁମୀ ଏବଂ ଏବଂ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ରେ ରାଜ୍ୟରେ ୩୭.୩ […]

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ଯୋଗୁଁ ଏବେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି। ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି।ସକ୍ରିୟ ମୌସୁମୀ ଏବଂ ଏବଂ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ରେ ରାଜ୍ୟରେ ୩୭.୩ ମିମି ବର୍ଷା ରେକାର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୧୧.୮ ମିମି ତୁଳନାରେ ୨୧୫% ଅଧିକ ରହିଛି । ୨୪ ଘଣ୍ଟା ମଧ୍ୟରେ ଗଜପତି ଜିଲ୍ଲାରେ ୧୪୨୪ % ଅଧିକ ବର୍ଷା ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଉତ୍ତର-ପୂର୍ବ ଆରବ ସାଗର କେନ୍ଦ୍ର ଉପରେ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି ଏବଂ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଅପରପକ୍ଷେ  ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୮ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୬ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ଗଜପତି, ଗଂଜାମ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଅନ୍ୟପଟେ  ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ବରଗଡ଼ ଜିଲ୍ଲାରେ ସର୍ବାଧିକ ୧୦୩.୦୨ ମିଲିମିଟର ବର୍ଷା ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୪୯.୧ ମିଲିମିଟର ବର୍ଷା ହୋଇଛି। ଜୁଲାଇ ୧ରୁ ଜୁଲାଇ ୧୬ ତାରିଖ ଭିତରେ ରାଜ୍ୟରେ ୩୭୪.୭ ମିଲିମିଟର ବର୍ଷା ହୋଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ ୧ ପ୍ରତିଶତ ଅଧିକ। ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। ୫ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଓ ୪ଟି ଜିଲ୍ଲାରେ କମ୍‍ ବର୍ଷା ହୋଇଛି। ଆସନ୍ତା ୧୭ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳ ସଂଲଗ୍ନ ଜିଲ୍ଲା ଯଥା ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ କମ୍‍ ରହିବ। ତେବେ ଆଜି ପରଠାରୁ ରାଜ୍ୟରେ ବର୍ଷା କମିବ। ଓଡ଼ିଶା ଉପରେ ଲଘୁଚାପର ପ୍ରଭାବ ୧୭ ତାରିଖ ପର୍ଯ୍ୟନ୍ତ ରହିଛି। ଏହାପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଭାରତ ଆଡକୁ ମୁହାଁଇବ। ଜୁଲାଇ ୧୮ରୁ ୨୦ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ସ୍ଥାନେ ସ୍ଥାନେ ମଧ୍ୟମ ବର୍ଷା ହେବାର ସମ୍ଭବାନା ରହିଛି। ୨୧ରୁ ଆଭ୍ୟନ୍ତରୀଣ ଓଡ଼ିଶା ଓ ୨୩ରୁ ଭୁବନେଶ୍ୱର ସମତେ ଉପକୂଳ ଓଡ଼ିଶାରେ ବର୍ଷା ବଢ଼଼ିବ।

17 Jul 2022 By The Sakala

https://www.thesakala.in/latest-odisha-news/heavy-to-very-heavy-rainfall-15-districts-orange-warning-to-6-districts-and-yellow-warning-to-9-districts/article-13373
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର