ରାଷ୍ଟ୍ରୀୟ ସମ୍ମାନ ସହ ଡାକ୍ତର ଅଜୟ ପରିଡାଙ୍କ ଶେଷକୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

The Sakala Picture
Published On

ଭୁବନେଶ୍ବର : ଦେଶର ଜଣାଶୁଣା ଜୀବବିଜ୍ଞାନୀ ତଥା ଆଇଏଲଏସ୍ ନିର୍ଦ୍ଦେଶକ ପଦ୍ମଶ୍ରୀ ଡକ୍ଟର ଅଜୟ କୁମାର ପରିଡ଼ାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପରିଡା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ । ଗବେଷଣା କ୍ଷେତ୍ରରେ ଓଡିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସ୍ବୀକୃତି ମିଳିବା କ୍ଷେତ୍ରରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । କରୋନା […]

ଭୁବନେଶ୍ବର : ଦେଶର ଜଣାଶୁଣା ଜୀବବିଜ୍ଞାନୀ ତଥା ଆଇଏଲଏସ୍ ନିର୍ଦ୍ଦେଶକ ପଦ୍ମଶ୍ରୀ ଡକ୍ଟର ଅଜୟ କୁମାର ପରିଡ଼ାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପରିଡା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ । ଗବେଷଣା କ୍ଷେତ୍ରରେ ଓଡିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସ୍ବୀକୃତି ମିଳିବା କ୍ଷେତ୍ରରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । କରୋନା ସମୟରେ ଡଃ ପରିଡା ଓ ଜୀବ ବିଜ୍ଞାନ ପ୍ରତିଷ୍ଠାନ ଗୁରୁତ୍ବପୂର୍ଣ୍ଣ ବୈଜ୍ଞାନିକ ସହାୟତା ଯୋଗାଇ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ବିୟୋଗରେ ଦେଶ ଜଣେ ବିଶିଷ୍ଟ ବୈଜ୍ଞାନିକଙ୍କୁ ହରାଇଲା ବୋଲି ପ୍ରକାଶ କରିବା ସହିତ ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂପାଦନ କରାଯିବ ବୋଲି ଘୋଷଣା କରିଛନ୍ତି । ଏଥି ସହିତ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଦିଗ ବଦଳାଉଛି ଘୂର୍ଣ୍ଣିବଳୟ: ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା

ସୂଚନାଯୋଗ୍ୟ ଆଜି ଜୀବ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ପଦ୍ମଶ୍ରୀ ଡାକ୍ତର ଅଜୟ ପରିଡାଙ୍କର ଗୌହାଟୀରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ସେ କେନ୍ଦ୍ର ସରକାରଙ୍କ ଏକ ସମ୍ମିଳନୀରେ ଯୋଗ ଦେବା ପାଇଁ ଗୌହାଟୀ ଯାଇଥିଲେ। ରାତିରେ ଶୋଇଥିବା ସମୟରେ ତାଙ୍କର ହୃତଘାତ ହୋଇଥିଲା ଏବଂ ସେ ଶେଷନିଶ୍ବାସ ତ୍ୟାଗ କରିଥିଲେ। ଏ ସଂପର୍କରେ ଖବର ପାଇ ତାଙ୍କ ପରିବାର ଲୋକେ ଗୌହାଟୀ ଯାଇଛନ୍ତି। ପରିବାର ଲୋକ ପହଞ୍ଚିବା ପରେ ମରଶରୀରର ପୋଷ୍ଟମଟର୍ମ ହେବ ଏବଂ ଆସନ୍ତାକାଲି ତାଙ୍କ ମରଶଣୀର ଭୁବନେଶ୍ବରରେ ପହଞ୍ଚିବ।

ଆହୁରି ପଢ଼ନ୍ତୁ: ମନଇଛା ଗଛ କାଟିବା ଅଭିଯୋଗରେ ଡାବୁଗାଁ ରେଞ୍ଜ ମୈଦଲପୁର ସେକ୍ସନ ଫରେଷ୍ଟର ନିଲମ୍ବିତ

ଉଲ୍ଲେଖଯୋଗ୍ୟ ଡକ୍ଟର ଅଜୟ ପରିଡ଼ା ଯାଜପୁର ଜିଲ୍ଲାର ଭଗବାନପୁରରେ ଜନ୍ମଗ୍ରହଣ କରିଥିଲେ। ସେ ୨୦୦୯ରୁ ୨୦୧୭ ଯାଏ ଏମଏସ ସ୍ବାମୀନାଥନ୍ ଇନଷ୍ଟିଟ୍ୟୁଟର କାର୍ଯ୍ୟବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ। ଭାରତୀୟ ଜୀବବିଜ୍ଞାନୀ ଭାବେ ଡକ୍ଟର ଅଜୟ ପରିଡ଼ାଙ୍କର କୃଷି, ଉଦ୍ଭିଦ ମଲିକୁଲାର ବାୟୋଲୋଜି ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଯଥେଷ୍ଟ ସୁନାମ ଥିଲା। ୨୦୧୪ ମସିହାରେ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ ବିଭାଗରେ ଉତ୍କର୍ଷତା ପ୍ରତିପାଦନ କରିଥିବାରୁ ଡକ୍ଟର ଅଜୟ ପରିଡ଼ା ତତକାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କଠାରୁ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୭ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର