ଆଜି ମହାପ୍ରଭୁଙ୍କ ବନକଲାଗି : ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର […]

ପୁରୀ: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ ଟାରୁ ରାତି୧୦ ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ।

ଆହୁରି ପଢ଼ନ୍ତୁ: ୧୪.୨୨ ଲକ୍ଷ ଟଙ୍କା ଆତ୍ମସାତ୍ ଅଭିଯୋଗରେ ଯୁବା ପ୍ୟାକ୍ସର ପୂର୍ବତନ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର