ଜୀବନ ଯୁଦ୍ଧରେ ହାରିଗଲେ ଟେଲି ଅଭିନେତ୍ରୀ ରାଜେଶ୍ବରୀ ରାୟ

The Sakala Picture
Published On

ଭୁବନେଶ୍ୱର: ଜୀବନ ଯୁଦ୍ଧରେ ହାରିଗଲେ କ୍ୟାନସର ପିଡ଼ିତା ଟେଲି ଅଭିନେତ୍ରୀ ରାଜେଶ୍ବରୀ ରାୟ। ଗତକାଲି ବିଳମ୍ବିତ ରାତିରେ ସେ ମେଡିକାଲେର ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ରାତି ୨ଟା ୨୫ରେ ତାଙ୍କର ବିୟୋଗ ହୋଇଥିବା ସୂଚନା ମିଳିଛି। ବ୍ରେନ୍ ଓ ଲଗ୍ସ କ୍ୟାନସରରେ ପୀଡିତ ଥିଲେ ରାଜେଶ୍ବରୀ । କ୍ୟାନସରରୁ ଭଲ ମଧ୍ୟ ହୋଇଯାଇଥିଲେ । ହେଲେ ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ମେଡିକାଲ ଭର୍ତ୍ତି କରାଯାଇଥିଲା । ପରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। […]

ଭୁବନେଶ୍ୱର: ଜୀବନ ଯୁଦ୍ଧରେ ହାରିଗଲେ କ୍ୟାନସର ପିଡ଼ିତା ଟେଲି ଅଭିନେତ୍ରୀ ରାଜେଶ୍ବରୀ ରାୟ। ଗତକାଲି ବିଳମ୍ବିତ ରାତିରେ ସେ ମେଡିକାଲେର ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ରାତି ୨ଟା ୨୫ରେ ତାଙ୍କର ବିୟୋଗ ହୋଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ବ୍ରେନ୍ ଓ ଲଗ୍ସ କ୍ୟାନସରରେ ପୀଡିତ ଥିଲେ ରାଜେଶ୍ବରୀ । କ୍ୟାନସରରୁ ଭଲ ମଧ୍ୟ ହୋଇଯାଇଥିଲେ । ହେଲେ ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ମେଡିକାଲ ଭର୍ତ୍ତି କରାଯାଇଥିଲା । ପରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଟେଲି ଧାରାବାହିକରେ ଖଳ ନାୟିକା ଭୂମିକାରେ ଅଭିନୟ କରି ସେ ଘରେ ଘରେ ପରିଚିତ ଥିଲେ ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ସେ ପ୍ରଥମେ ଆଙ୍କରିଂ ଜରିଆରେ ଟେଲି ଜଗତକୁ ପ୍ରବେଶ କରିଥିଲେ। ପରେଧାରାବାହିକରେ ହିଁ ବିଶେଷ ଲୋକପ୍ରିୟତା ହାସଲ କରିଥିଲେ। ରାଜେଶ୍ୱରୀଙ୍କୁ କେତୋଟି ଚଳଚ୍ଚିତ୍ରରେ ବି ଦେଖିବାକୁ ମିଳିଥିଲା। ତାଙ୍କ ପ୍ରଥମ ଚଳଚ୍ଚିତ୍ର ହେଉଛି ବସନ୍ତ ସାହୁଙ୍କ ନିର୍ଦେଶିତ ‘ସତ୍ୟମେବ ଜୟତେ’। ଏହାପରେ ସେ ଏନ୍ ପାଢ଼ୀ ଙ୍କ ନିର୍ଦେଶିତ ‘ଆରେ ସାଥୀ ଆ’ ଓ ଅମିତ ନାୟକଙ୍କ ନିର୍ଦେଶିତ ‘ବ୍ଲାକମେଲ୍’ ଚଳଚ୍ଚିତ୍ରରେ ବି ନଜର ଆସିଥିଲେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ସେହିପରି ଧାରାବାହିକ ‘ଉଆଁସୀ କନ୍ୟା’, ‘ବସୁନ୍ଧରା’, ‘ସଂସ୍କାର’, ‘ସ୍ୱାଭିମାନ’, ‘ଦେବୀ’, ‘କୁମ୍‌କୁମ୍‌’ ଇତ୍ୟାଦିରେ ରାଜେଶ୍ୱରୀଙ୍କ ଅଭିନୟ ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିଲା। ଧାରାବାହିକ ଉଆଁସି କନ୍ୟାରେ ଅଳକା ଚରିତ୍ରରେ ସେ ଅଭିନୟ କରିଥିଲେ। ଅଳକା ନାଁରେ ଘରେ ଘରେ ପରିଚିତ ଥିଲେ। ଘରଘରେ ଲେଡି ଭିଲିଆନ ଭାବେ ମଧ୍ଯ ପରିଚିତ ଥିଲେ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର