ଆଜି ସର୍ବୋଚ୍ଚ ସାମ୍ବିଧାନିକ ପଦରେ ବସିବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

The Sakala Picture
Published On

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ଦେଶର ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିବେ। ଶପଥ ନେବା ପୂର୍ବରୁ ରାଜଘାଟରେ ପହଞ୍ଚି ପୁଷ୍ପମାଲ୍ୟ ଦେଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଦ୍ରୌପଦୀ ମୁର୍ମୁ। ସଂସଦର ସେଣ୍ଟ୍ରାଲ ହଲରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ପ୍ରଧାନବିଚାରପତି ଜଷ୍ଟିସ୍‌ ଏନ ଭି ରମଣା ଦ୍ରୌପଦୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ। ଏହାପରେ ପରେ ତାଙ୍କୁ ୨୧ ତୋପ […]

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ଦେଶର ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିବେ। ଶପଥ ନେବା ପୂର୍ବରୁ ରାଜଘାଟରେ ପହଞ୍ଚି ପୁଷ୍ପମାଲ୍ୟ ଦେଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଦ୍ରୌପଦୀ ମୁର୍ମୁ। ସଂସଦର ସେଣ୍ଟ୍ରାଲ ହଲରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ପ୍ରଧାନବିଚାରପତି ଜଷ୍ଟିସ୍‌ ଏନ ଭି ରମଣା ଦ୍ରୌପଦୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ। ଏହାପରେ ପରେ ତାଙ୍କୁ ୨୧ ତୋପ ସଲାମୀ ଦିଆଯିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ସ୍ବତନ୍ତ୍ର ପଟୁଆରରେ ସଂସଦ ନିକଟକୁ ଅଣାଯିବ। ପରେ ପରେ ପୂର୍ବାହ୍ନ ୧୦ଟା ୧୫ ମିନିଟ୍‌ରେ ଶପଥପାଠ ଉତ୍ସବ ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଏହି କାର୍ଯ୍ୟକ୍ରମରେ ଉପ ରାଷ୍ଟ୍ରପତି ଏମ ଭେଙ୍କିଆ ନାଇଡୁ, ଲୋକସଭା ଅଧ୍ୟକ୍ଷ ଓମ୍‌ ବିର୍ଲା ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ କୂଟନୈତିକ ମିଶନ ମୁଖ୍ୟମାନେ ଉପସ୍ଥିତ ରହିବେ। ସମ୍ବୋଧନ କରିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ରାଷ୍ଟ୍ରପତି ଭବନ ଅଭିମୁଖେ ଯାତ୍ରା କରିବେ ଏବଂ ତାଙ୍କୁ ଫୋର୍‌ କୋର୍ଟରେ ପୁଣିଥରେ ଗାର୍ଡ ଅଫ୍‌ ଅନର ଦିଆଯିବ। ଏଥÒସହିତ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ଶେଷ ସମ୍ମାନ ପ୍ରଦାନ କରାଯିବ। ଏହି ଶପଥ ଗ୍ରହଣ ଉତ୍ସବ ପାଇଁ ପାଖାପାଖି ୩୦ ଟି ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଶପଥ ଗ୍ରହଣ କାର୍ଯ୍ୟକ୍ରମ ଶେଷ ହେବା ଯାଏ ସାଉଥ ବ୍ଲକ, ନର୍ଥ ବ୍ଲକ, ରେଳ ଭବନ, କୃଷି ଭବନ, ଶାସ୍ତ୍ରୀ ଭବନ, ସଞ୍ଚାର ଭବନ, ପିଟିଆଇ ବିଲଡିଂ, ସେନା ଭବନ, ବାୟୁ ଭବନ, ଉଦ୍ୟୋଗ ଭବନ, ନିର୍ମାଣ ଭବନ ସକାଳ ୬ଟାରୁ ୨ଟା ଯାଏ ବନ୍ଦ ରହିବ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

25 Jul 2022 By The Sakala

ଆଜି ସର୍ବୋଚ୍ଚ ସାମ୍ବିଧାନିକ ପଦରେ ବସିବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ଦେଶର ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିବେ। ଶପଥ ନେବା ପୂର୍ବରୁ ରାଜଘାଟରେ ପହଞ୍ଚି ପୁଷ୍ପମାଲ୍ୟ ଦେଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଦ୍ରୌପଦୀ ମୁର୍ମୁ। ସଂସଦର ସେଣ୍ଟ୍ରାଲ ହଲରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ପ୍ରଧାନବିଚାରପତି ଜଷ୍ଟିସ୍‌ ଏନ ଭି ରମଣା ଦ୍ରୌପଦୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ। ଏହାପରେ ପରେ ତାଙ୍କୁ ୨୧ ତୋପ ସଲାମୀ ଦିଆଯିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ସ୍ବତନ୍ତ୍ର ପଟୁଆରରେ ସଂସଦ ନିକଟକୁ ଅଣାଯିବ। ପରେ ପରେ ପୂର୍ବାହ୍ନ ୧୦ଟା ୧୫ ମିନିଟ୍‌ରେ ଶପଥପାଠ ଉତ୍ସବ ଆରମ୍ଭ ହେବ।

ଏହି କାର୍ଯ୍ୟକ୍ରମରେ ଉପ ରାଷ୍ଟ୍ରପତି ଏମ ଭେଙ୍କିଆ ନାଇଡୁ, ଲୋକସଭା ଅଧ୍ୟକ୍ଷ ଓମ୍‌ ବିର୍ଲା ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ କୂଟନୈତିକ ମିଶନ ମୁଖ୍ୟମାନେ ଉପସ୍ଥିତ ରହିବେ। ସମ୍ବୋଧନ କରିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ରାଷ୍ଟ୍ରପତି ଭବନ ଅଭିମୁଖେ ଯାତ୍ରା କରିବେ ଏବଂ ତାଙ୍କୁ ଫୋର୍‌ କୋର୍ଟରେ ପୁଣିଥରେ ଗାର୍ଡ ଅଫ୍‌ ଅନର ଦିଆଯିବ। ଏଥÒସହିତ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ଶେଷ ସମ୍ମାନ ପ୍ରଦାନ କରାଯିବ। ଏହି ଶପଥ ଗ୍ରହଣ ଉତ୍ସବ ପାଇଁ ପାଖାପାଖି ୩୦ ଟି ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଶପଥ ଗ୍ରହଣ କାର୍ଯ୍ୟକ୍ରମ ଶେଷ ହେବା ଯାଏ ସାଉଥ ବ୍ଲକ, ନର୍ଥ ବ୍ଲକ, ରେଳ ଭବନ, କୃଷି ଭବନ, ଶାସ୍ତ୍ରୀ ଭବନ, ସଞ୍ଚାର ଭବନ, ପିଟିଆଇ ବିଲଡିଂ, ସେନା ଭବନ, ବାୟୁ ଭବନ, ଉଦ୍ୟୋଗ ଭବନ, ନିର୍ମାଣ ଭବନ ସକାଳ ୬ଟାରୁ ୨ଟା ଯାଏ ବନ୍ଦ ରହିବ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

https://www.thesakala.in/latest-odisha-news/droupadi-murmu-set-to-take-oath-as-the-15th-president-of-india/article-13577
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର