ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ, ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

The Sakala Picture
Published On

ନୂଆଦିଲ୍ଲୀ: ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି । ଆଜି ସଂସଦ ଭବନ ସେଣ୍ଟ୍ରାଲ୍‌ ହଲ୍‌‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍‌ରୌପଦୀ ମୁର୍ମୁଙ୍କୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏନ୍‌.ଭି. ରମନ୍ନା ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । […]

ନୂଆଦିଲ୍ଲୀ: ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି । ଆଜି ସଂସଦ ଭବନ ସେଣ୍ଟ୍ରାଲ୍‌ ହଲ୍‌‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍‌ରୌପଦୀ ମୁର୍ମୁଙ୍କୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏନ୍‌.ଭି. ରମନ୍ନା ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ଜଣେ ଓଡ଼ିଆ ଝିଅର ଏପରି ସଫଳତା ପାଇଁ ଭୁବନେଶ୍ୱରରୁ ରାଇରଙ୍ଗପୁର ଯାଏ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରେ ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ଯକ୍ରମ ଆୟୋଜନ କରାଯାଇଛି। ସମସ୍ତେ ଆଜି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଗର୍ବ ଅନୁଭବ କରୁଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଶପଥ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଛନ୍ତି।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ  ସିଂହ, ନାତିନ ଗଡକରୀ, ଉପରାଷ୍ଟ୍ରପତି ଭଙ୍କେୟା ନାଇଡୁ ଓ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର