ଶପଥ ସମାରୋହରେ ଭାଗ ନେଇ ମୁଁ ବହୁତ ଖୁସି: ଓଡିଶା ଓ ପୂରା ଦେଶ ପାଇଁ ଗୌରବର ବିଷୟ- ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର:  ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି ।  ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ଓଡିଶା ଏବଂ ପୂରା ଦେଶ ପାଇଁ ଗର୍ବର ବିଷୟ । ମୋତେ ରାକ୍ଷୀ ବାନ୍ଧି ଥିବାରୁ […]

ଭୁବନେଶ୍ୱର:  ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି ।  ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଆଜିଠୁ ପୁରୀରେ ବ୍ରିକ୍ସ ସମ୍ମିଳନୀ; ଏକାଠି ହେବେ ୧୧ ଦେଶର ପ୍ରତିନିଧି, ତ୍ରିସ୍ତରୀୟ ସୁରକ୍ଷା ବଳୟରେ ସହର

ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ଓଡିଶା ଏବଂ ପୂରା ଦେଶ ପାଇଁ ଗର୍ବର ବିଷୟ । ମୋତେ ରାକ୍ଷୀ ବାନ୍ଧି ଥିବାରୁ ଭାଇ ବୋଲି ସମ୍ବର୍ଦ୍ଧନ କରନ୍ତି । ତାଙ୍କ ଶପଥ ସମାରୋହରେ ଭାଗ ନେଇ ମୁଁ ବହୁତ ଖୁସି ଅଛି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

25 Jul 2022 By The Sakala

ଶପଥ ସମାରୋହରେ ଭାଗ ନେଇ ମୁଁ ବହୁତ ଖୁସି: ଓଡିଶା ଓ ପୂରା ଦେଶ ପାଇଁ ଗୌରବର ବିଷୟ- ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର:  ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି ।  ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି।

ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ଓଡିଶା ଏବଂ ପୂରା ଦେଶ ପାଇଁ ଗର୍ବର ବିଷୟ । ମୋତେ ରାକ୍ଷୀ ବାନ୍ଧି ଥିବାରୁ ଭାଇ ବୋଲି ସମ୍ବର୍ଦ୍ଧନ କରନ୍ତି । ତାଙ୍କ ଶପଥ ସମାରୋହରେ ଭାଗ ନେଇ ମୁଁ ବହୁତ ଖୁସି ଅଛି ।

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର