ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ

The Sakala Picture
Published On

ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ କରାଯାଇଥିବା ବେଳେ ଆସନ୍ତା ୮ରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ। ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା […]

ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ କରାଯାଇଥିବା ବେଳେ ଆସନ୍ତା ୮ରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ। ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଅନ୍ୟପଟେ ଆଜି ପ୍ରକାଶ ପାଇଛି ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ବିଜ୍ଞାନ ପରୀକ୍ଷାରେ ପାସ୍‌ ହାର ୯୪.୧୨% ରହିଥିବା ବେଳେ ବାଣିଜ୍ୟରେ ୮୯.୨୦%  ପାସ୍‌ ହାର ରହିଛି।ଚଳିତ ବର୍ଷ ବିଜ୍ଞାନରେ ପାସହାର ୯୪.୧୨ ପ୍ରତିଶତ ଥିବାବେଳେ, ୩୯ ହଜାର ୫୮୭ ଜଣ ଛାତ୍ର ଓ ୩୨ ହଜାର ୫୧୯ ଜଣ ଛାତ୍ରୀ ପାସ୍ କରିଛନ୍ତି । ବିଜ୍ଞାନ ବିଭାଗରେ ଚଳିତ ବର୍ଷ ୫୦ ହଜାର ୧୫୭ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୧୪ ହଜାର ୯୩୨ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ୬୯୧୦ ଜଣ ପିଲା ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ତେବେ ନୟାଗଡ ଜିଲ୍ଲାରେ ସବୁଠୁ ଅଧିକ ପିଲା ପାସ୍ କରିଛନ୍ତି । ଫୁଲବାଣୀ ଜିଲ୍ଲାରେ ପାସହାର ସର୍ବନିମ୍ନ ରହିଛି । ରାଜ୍ୟର ୩୯୩ କଲେଜରେ ପାସହାର ଶତ ପ୍ରତିଶତ ରହିଛି ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

ସେହିପରି ବାଣିଜ୍ୟ ବିଭାଗରେ ୨୩ ହଜାର ୭୨୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସେଥିରୁ ୨୧ ହଜାର ୧୬୫ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ଚଳିତବର୍ଷ ବାଣିଜ୍ୟ ବିଭାଗରେ ପାସ୍ ହାର ରହିଛି ୮୯.୨୦ ପ୍ରତିଶତ । ତତ୍‌ମଧ୍ୟରୁ ୧୩ ହଜାର ୨୧୧ ଜଣ ଛାତ୍ର ପାସ୍ କରିଥିବାବେଳେ, ୭୯୫୪ ଜଣ ଛାତ୍ରୀ ପାସ୍ କରିଛନ୍ତି । ବାଣିଜ୍ୟ ବିଭାଗରେ ମୋଟ ୧୦ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ପାସ୍ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୫୦୫୩ ଜଣ ପିଲା ପାସ୍ କରିଛନ୍ତି । ତା ସହିତ ୫୨୪୨ ଜଣ ପରୀକ୍ଷାର୍ଥୀ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ବାଣିଜ୍ୟ ବିଭାଗରେ ୧୩୪ ଟି କଲେଜରେ ପିଲା ଶତ ପ୍ରତିଶତ ପାସ୍ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି। ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର