ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି, ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ : ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି। ଗୁରୁବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଦିବା ଘ.୨.୦୦ ଟାରୁ ସନ୍ଧ୍ୟା ଘ.୬.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା […]

ପୁରୀ : ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି। ଗୁରୁବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଦିବା ଘ.୨.୦୦ ଟାରୁ ସନ୍ଧ୍ୟା ଘ.୬.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି ।

ଆହୁରି ପଢ଼ନ୍ତୁ: ‘ଏପିକେ’ ଆତଙ୍କ: ଫାଇଲ୍‌‌ ଖୋଲିଲେ ହ୍ୟାକରଙ୍କ ନିୟନ୍ତ୍ରଣକୁ ଚାଲିଯିବ ଆପଣଙ୍କ ମୋବାଇଲ, ଖାଲି ହୋଇଯିବ ଆକାଉଣ୍ଟ

ଏହି ଦିନ ଗେଣ୍ଡା ଆଦି ଜଳଚର ପ୍ରାଣୀଙ୍କ ଉଦ୍ଦେଶ୍ୟରେ ଚିତଉ ଓ ଗଇଁଠା ଆଦି ପିଠା ଅର୍ପଣ କରାଯାଇଥାଏ । ଏହି ପ୍ରଥା ଶବର ପରମ୍ପରାରୁ ଆନୀତ ବୋଲି ବିଦିତ । ଏଥିରେ ଚିତଉ ପିଠା କରି ଜୀବଜନ୍ତୁମାନଙ୍କୁ ଖୁଆଇ ସନ୍ତୁଷ୍ଟ କରିବାର ପ୍ରଥା ରହିଛି । ସେଥି ପାଇଁ “ଗେଣ୍ଡେଇକଟା ଓଷା” ନାମରେ ମଧ୍ୟ ଜଣା । ବାଲେଶ୍ୱର, ମୟୁରଭଞ୍ଜ ଓ କେଉଁଝର ଆଦି ଅଞ୍ଚଳରେ ଏହି ପର୍ବକୁ “ଗେଣ୍ଡାକଟା ଅମାବାସ୍ୟା” କୁହାଯାଏ । ଏହା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଦିବାସୀମାନଙ୍କ ମଧ୍ୟରେ ଜନ୍ତୁଆଦିଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ପାଳିତ ପର୍ବମାନଙ୍କ ମଧ୍ୟରେ ଗୋଟିଏ । ସାଧାରଣତଃ ଚାଷୀମାନେ ବର୍ଷା ଋତୁ ସମୟରେ ଧାନ ଫସଲ କରିବା ସମୟରେ, ବିଲରେ ଗେଣ୍ଡା ଯୋଗୁଁ ଗୋଡ଼ କାଟି ହୋଇ କ୍ଷତି ହୋଇଥାଏ ଏଣୁ ଏହି ସମ୍ବାବନାକୁ ଏଡ଼େଇବା ନିମନ୍ତେ ଚିତଉ ପିଠାକୁ ସାରୁ ପତ୍ରରେ ରଖି ଗେଣ୍ଡାମାନଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଜଳାଶ୍ରୟରେ ଭସା ଯାଏ।

ଆହୁରି ପଢ଼ନ୍ତୁ: ଅନୈତିକ କାର୍ଯ୍ୟରେ ଲିପ୍ତ ସେବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସେବାରୁ ନିଲମ୍ବନ, ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

ଏହି ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ତିନିଠାକୁରଙ୍କ ଲଲାଟରେ ଦଇତାପତିମାନେ ଚିତା ଲାଗି କରୁଥିବାରୁ ଏହାର ନାମ ଚିତାଲାଗି ଅମାବାସ୍ୟା ।ସ୍ନାନ ପୂର୍ଣ୍ଣିମାଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳାଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ । ପରମ୍ପରା ଏବଂ ବିଧିମୁତାବକ ପତିମହାପାତ୍ର ସେବାୟତ ଏହି ଚିତାକୁ ସଂସ୍କାର କରିବା ପରେ ଦଇତାପତି ସେବାୟତ। ଶ୍ରୀବିଗ୍ରହଙ୍କ ମସ୍ତକରେ ପରିଧାନ କରାଇଥାନ୍ତି । ଏହି ଚିତା ଶ୍ରୀବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ । ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୧୩ଶ ଶତାବ୍ଦୀରୁ ପାଳିତ ହୋଇଆସୁଛି ବୋଲି ଜଣାଯାଏ ।

27 Jul 2022 By The Sakala

ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି, ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି। ଗୁରୁବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଦିବା ଘ.୨.୦୦ ଟାରୁ ସନ୍ଧ୍ୟା ଘ.୬.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି ।

ଏହି ଦିନ ଗେଣ୍ଡା ଆଦି ଜଳଚର ପ୍ରାଣୀଙ୍କ ଉଦ୍ଦେଶ୍ୟରେ ଚିତଉ ଓ ଗଇଁଠା ଆଦି ପିଠା ଅର୍ପଣ କରାଯାଇଥାଏ । ଏହି ପ୍ରଥା ଶବର ପରମ୍ପରାରୁ ଆନୀତ ବୋଲି ବିଦିତ । ଏଥିରେ ଚିତଉ ପିଠା କରି ଜୀବଜନ୍ତୁମାନଙ୍କୁ ଖୁଆଇ ସନ୍ତୁଷ୍ଟ କରିବାର ପ୍ରଥା ରହିଛି । ସେଥି ପାଇଁ “ଗେଣ୍ଡେଇକଟା ଓଷା” ନାମରେ ମଧ୍ୟ ଜଣା । ବାଲେଶ୍ୱର, ମୟୁରଭଞ୍ଜ ଓ କେଉଁଝର ଆଦି ଅଞ୍ଚଳରେ ଏହି ପର୍ବକୁ “ଗେଣ୍ଡାକଟା ଅମାବାସ୍ୟା” କୁହାଯାଏ । ଏହା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଦିବାସୀମାନଙ୍କ ମଧ୍ୟରେ ଜନ୍ତୁଆଦିଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ପାଳିତ ପର୍ବମାନଙ୍କ ମଧ୍ୟରେ ଗୋଟିଏ । ସାଧାରଣତଃ ଚାଷୀମାନେ ବର୍ଷା ଋତୁ ସମୟରେ ଧାନ ଫସଲ କରିବା ସମୟରେ, ବିଲରେ ଗେଣ୍ଡା ଯୋଗୁଁ ଗୋଡ଼ କାଟି ହୋଇ କ୍ଷତି ହୋଇଥାଏ ଏଣୁ ଏହି ସମ୍ବାବନାକୁ ଏଡ଼େଇବା ନିମନ୍ତେ ଚିତଉ ପିଠାକୁ ସାରୁ ପତ୍ରରେ ରଖି ଗେଣ୍ଡାମାନଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଜଳାଶ୍ରୟରେ ଭସା ଯାଏ।

ଏହି ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ତିନିଠାକୁରଙ୍କ ଲଲାଟରେ ଦଇତାପତିମାନେ ଚିତା ଲାଗି କରୁଥିବାରୁ ଏହାର ନାମ ଚିତାଲାଗି ଅମାବାସ୍ୟା ।ସ୍ନାନ ପୂର୍ଣ୍ଣିମାଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳାଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ । ପରମ୍ପରା ଏବଂ ବିଧିମୁତାବକ ପତିମହାପାତ୍ର ସେବାୟତ ଏହି ଚିତାକୁ ସଂସ୍କାର କରିବା ପରେ ଦଇତାପତି ସେବାୟତ। ଶ୍ରୀବିଗ୍ରହଙ୍କ ମସ୍ତକରେ ପରିଧାନ କରାଇଥାନ୍ତି । ଏହି ଚିତା ଶ୍ରୀବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ । ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୧୩ଶ ଶତାବ୍ଦୀରୁ ପାଳିତ ହୋଇଆସୁଛି ବୋଲି ଜଣାଯାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର