ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି,କଂଗ୍ରେସ ଓ ବିଜେଡି

The Sakala Picture
Published On

ଭୁବନେଶ୍ବର : ବିଧାନସଭାରେ ଉଠିଲା ବିଧାୟକ ମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି,କଂଗ୍ରେସ ଓ ବିଜେଡି । ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ ପ୍ରସଙ୍ଗ ଉଠାଇ କହିଛନ୍ତି ଶେଷ ଥର ପାଇଁ ୧୩.୦୯.୨୦୧୭ ରେ ବିଧାୟକ ମାନଙ୍କ ଗସ୍ତ ଖର୍ଚ୍ଚ ଓ ଦରମା ବଢିଥିଲା । ଆଉ ଏବେ ସବୁ ରେଟ ବି ବଢିଛି ତେଣୁ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ ବଢ଼ାଇବାକୁ ଦାବି କରିଛନ୍ତି […]

ଭୁବନେଶ୍ବର : ବିଧାନସଭାରେ ଉଠିଲା ବିଧାୟକ ମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି,କଂଗ୍ରେସ ଓ ବିଜେଡି । ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ ପ୍ରସଙ୍ଗ ଉଠାଇ କହିଛନ୍ତି ଶେଷ ଥର ପାଇଁ ୧୩.୦୯.୨୦୧୭ ରେ ବିଧାୟକ ମାନଙ୍କ ଗସ୍ତ ଖର୍ଚ୍ଚ ଓ ଦରମା ବଢିଥିଲା । ଆଉ ଏବେ ସବୁ ରେଟ ବି ବଢିଛି ତେଣୁ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ ବଢ଼ାଇବାକୁ ଦାବି କରିଛନ୍ତି ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ଅନ୍ୟ ରାଜ୍ୟର ବିଧାୟକ ମାନେ ଅଧିକ ଟଙ୍କା ଦରମା ପାଉଥିବା ବେଳେ ଆମ ରାଜ୍ୟରେ ତାହା ବହୁତ କମ ରହିଛି । ଓଡ଼ିଶାରେ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ କୁ ମିଶାଇ ମୋଟ ୯୯ ହଜାର ୮୦୦ ଟଙ୍କା ରହିଛି ତେଣୁ ତାକୁ ବଢାଯାଉ । ସେହିପରି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହୀନିପତି ମଧ୍ୟ ଦରମା ବଢ଼ାଇକୁ ଦାବି କରିଛନ୍ତି । ଅନେକ ସୋସିଆଲ କାର୍ଯ୍ୟକ୍ରମକୁ ଯାଉଛନ୍ତି ତେଣୁ ଖର୍ଚ୍ଚ ବଢୁଛି । ଏହା ସହ ପୂର୍ବତନ ବିଧାୟକ ମାନେ ପେନସନ ମାତ୍ର ୩୦ ହଜାର ପାଉଛନ୍ତି ତେଣୁ ଉଭୟ ପୂର୍ବତନ ବିଧାୟକଙ୍କ ପେନସନ ଏବଂ ବିଧାୟକ ମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ତାରା । ଅନ୍ୟପଟେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ମଧ୍ୟ କହିଛନ୍ତି ଦରମା, ପେନସନ ଏବଂ ମେଡ଼ିକାଲ ଆଲାଉନସ୍ ବଢ଼ାଇବାକୁ ଦାବି କରିଛନ୍ତି । ସେହିପରି ସ୍ଵାଧୀନ ବିଧାୟକ ମକରନ୍ଦ ମୁଦୁଲି ମଧ୍ୟ ବିଧାୟକ ମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର