ବିରୋଧୀ ଦଳ ନେତା ହେଲେ ଜୟନାରାୟଣ ମିଶ୍ର, ଘୋଷଣା କଲେ ବିଜେପି ରାଜ୍ୟ ସହପ୍ରଭାରୀ

The Sakala Picture
Published On

ଭୁବନେଶ୍ୱର: ବିରୋଧୀ ଦଳ ନେତା ହେଲେ ସମ୍ୱଲପୁର ବିଧାୟକ ଜୟନାରାୟଣ ମିଶ୍ର। ବିଜେପି ପକ୍ଷରୁ ଏନେଇ ଆନୁଷ୍ଠାନିକ ଭାବେ ତାଙ୍କ ନାଁ ଘୋଷଣା ହୋଇଛି । ବିଜେପିର ଓଡ଼ିଶା ଦାୟିତ୍ୱରେ ଥିବା ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ଘୋଷଣା କରିଛନ୍ତି। ବର୍ତ୍ତମାନର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଦୀର୍ଘ ଦିନ ହେବ ଅସୁସ୍ଥ ଅଛନ୍ତି । ଯେଉଁଥିପାଇଁ ସେ ଦୁଇ ବର୍ଷ ଧରି ବିଧାନସଭାକୁ ଆସିପାରୁ ନାହାନ୍ତି। ଦିଲ୍ଲୀରେ ତାଙ୍କର ଚିକିତ୍ସା […]

ଭୁବନେଶ୍ୱର: ବିରୋଧୀ ଦଳ ନେତା ହେଲେ ସମ୍ୱଲପୁର ବିଧାୟକ ଜୟନାରାୟଣ ମିଶ୍ର। ବିଜେପି ପକ୍ଷରୁ ଏନେଇ ଆନୁଷ୍ଠାନିକ ଭାବେ ତାଙ୍କ ନାଁ ଘୋଷଣା ହୋଇଛି । ବିଜେପିର ଓଡ଼ିଶା ଦାୟିତ୍ୱରେ ଥିବା ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ଘୋଷଣା କରିଛନ୍ତି। ବର୍ତ୍ତମାନର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଦୀର୍ଘ ଦିନ ହେବ ଅସୁସ୍ଥ ଅଛନ୍ତି । ଯେଉଁଥିପାଇଁ ସେ ଦୁଇ ବର୍ଷ ଧରି ବିଧାନସଭାକୁ ଆସିପାରୁ ନାହାନ୍ତି। ଦିଲ୍ଲୀରେ ତାଙ୍କର ଚିକିତ୍ସା ଜାରି ରହିଥିବା ବେଳେ ବର୍ତ୍ତମାନ ସମ୍ୱଲପୁର ବିଧାୟକ ଜୟନାରାୟଣଙ୍କୁ ବିରୋଧୀ ଦଳ ନେତା ଭାବେ ବିଜେପି ଘୋଷଣା କରିଛି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଅନ୍ୟପକ୍ଷରେ ନୂଆ ଦାୟିତ୍ୱ ପାଇବା ପରେ ଜୟନାରାୟଣ ରାଜ୍ୟ ବିଜେପି ନେତାଙ୍କୁ ଧନ୍ୟବାଦ ଦେଇଛନ୍ତି । କହିଛନ୍ତି ଏହି ଗୁରୁଦାୟିତ୍ବକୁ ସମ୍ପୂର୍ଣ୍ଣ ନିଷ୍ଠାର ସହ ପୂରଣ କରିବି । ସମ୍ବଲପୁରରରୁ ଚାରି ଚାରି ଥର ବିଧାୟକ ହୋଇଛନ୍ତି ଜୟନାରାୟଣ ମିଶ୍ର । ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ନବୀନ ମେଣ୍ଟ ସରକାରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଥିଲେ । ସେହିପରି ପିଏସି କମିଟି ଅଧ୍ୟକ୍ଷ ହେବେ ମୋହନ ମାଝୀ । ବିରୋଧୀ ଦଳର ମୁଖ୍ୟ ସଚେତକ ଅଛନ୍ତି ମୋହନ ମାଝୀ ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର