ମୁଖ୍ଯମନ୍ତ୍ରୀଙ୍କ ବଡ଼ ଘୋଷଣା: ପାଟଣାଗଡ ଓ କୁଚିଣ୍ଡାରେ ଖୋଲାଯିବ ନୂଆ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ

The Sakala Picture
Published On

ଭୁବନେଶ୍ବର: ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ। କୁଚିଣ୍ଡାରେ ନୂଆ ସରକାରୀ ITI ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ। ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡରେ ଏଠାରେ […]

ଭୁବନେଶ୍ବର: ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ। କୁଚିଣ୍ଡାରେ ନୂଆ ସରକାରୀ ITI ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ। ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠିତ ITI Iରେ ମଧ୍ୟ ୪ ଗୋଟି tradeରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍‌ର ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନାଯୋଗ୍ୟ ଯେ ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକ୍‌ର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ରହିଛି । ସେହିପରି ୫୮ଟି ସବ୍‌ଡିଭିଜନ ମଧ୍ୟରୁ ୪୮ଟିରେ ITI ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ITI ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ସୂଚନାଯୋଗ୍ୟ ଯେ Skilled in Odisha କାର୍ଯ୍ୟକ୍ରମ ଜରିଆରେ ଆମର ଯୁବକ ଯୁବତୀ ମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ World Skill Centre ଆମର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର