‘ଓଡ଼ିଶା ମୋ ପରିବାର’ର ରାଜ୍ୟ ସଂଯୋଜକ ହେଲେ ମିହିର ରାୟ

The Sakala Picture
Published On

ଭୁବନେଶ୍ଵର: ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ “ଓଡ଼ିଶା ମୋ ପରିବାର”ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ “ଓଡ଼ିଶା ମୋ ପରିବାର”ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ ରାୟଙ୍କୁ ଏହି ଦାୟିତ୍ଵ ପ୍ରଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଶ୍ରୀ ରାୟ ପ୍ରାୟ ୨୫ ବର୍ଷ ଧରି ଟାଇମ୍ସ ଅଫ୍ ଇଣ୍ଡିଆ ଓ ଏସିଆନ ଏଜ୍‌ ଭଳି ପ୍ରମୁଖ ଇଂରାଜୀ […]

ଭୁବନେଶ୍ଵର: ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ “ଓଡ଼ିଶା ମୋ ପରିବାର”ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ “ଓଡ଼ିଶା ମୋ ପରିବାର”ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ ରାୟଙ୍କୁ ଏହି ଦାୟିତ୍ଵ ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଉଲ୍ଲେଖଯୋଗ୍ୟ ଯେ, ଶ୍ରୀ ରାୟ ପ୍ରାୟ ୨୫ ବର୍ଷ ଧରି ଟାଇମ୍ସ ଅଫ୍ ଇଣ୍ଡିଆ ଓ ଏସିଆନ ଏଜ୍‌ ଭଳି ପ୍ରମୁଖ ଇଂରାଜୀ ସମ୍ବାଦପତ୍ରର ପଶ୍ଚିମ ଓଡିଶା ପ୍ରତିନିଧି ଭାବେ କାର୍ଯ୍ୟ କରିବା ସହ ରାଉରକେଲାର ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା ସଂଗଠନ ସହ ସଂଯୁକ୍ତ ରହି ନିଜକୁ ସକ୍ରିୟ ଭାବେ ସମାଜସେବାରେ ନିୟୋଜିତ କରିଥିଲେ। ଏବେ “ଓଡ଼ିଶା ମୋ ପରିବାର” ଭଳି ରାଜ୍ୟର ସର୍ବବୃହତ ସ୍ୱେଚ୍ଛାସେବୀ ସଙ୍ଗଠନରେ ତାଙ୍କୁ କାର୍ଯ୍ୟ କରିବାର ସୁଯୋଗ ଦେଇଥିବାରୁ ଶ୍ରୀ ରାୟ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ “ଓଡ଼ିଶା ମୋ ପରିବାର”ର ଆବାହକ ଅରୂପ ପଟ୍ଟନାୟକଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର