ଆସନ୍ତା ୨୪ ଘଣ୍ଟାରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରି ହେଲା ସତର୍କ ସୂଚନା

The Sakala Picture
Published On

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ରାଜ୍ୟର ୧୧ଟି ଜିଲ୍ଲାର ଅନେକ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୬ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର […]

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ରାଜ୍ୟର ୧୧ଟି ଜିଲ୍ଲାର ଅନେକ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୬ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଂଜାମ, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରପଡ଼ା ଓ ଭଦ୍ରକ ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୧ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସହ କାଳବୈଶାଖୀ ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସହ କାଳବୈଶାଖୀ ହୋଇପାରେ।

ଅନ୍ୟପଟେ ଆସନ୍ତା ୭ ତାରିଖରେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୬ ତାରିଖରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇ ୭ ଓ ୮ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ଅତ୍ୟନ୍ତ ସକ୍ରିୟ ରହିବ। ଏହା ପ୍ରଭାବରେ ସମୁଦ୍ର ମଧ୍ୟରେ ପବନର ଗତି ବୃଦ୍ଧି ହେବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖଠାରୁ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଲଘୁଚାପ ଯୋଗୁଁ ୭ ଓ ୮ ଅଗଷ୍ଟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ମଧ୍ୟରେ ୪୫-୫୫ କିମି ବେଗରେ ପବନ ବହିବ। ଏଥିପାଇଁ ୭ ତାରିଖରୁ ପରବର୍ତ୍ତି ନିର୍ଦ୍ଦେଶନାମା ନ ଆସିବା ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‍ଆର୍‍ସିଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଜଳବନ୍ଦୀ ସମସ୍ୟା ଓ ଭୂସ୍ଖଳନ ଆଦିର ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷାଜନିତ କୌଣସି କ୍ଷୟକ୍ଷତି ଘଟିଲେ ତୁରନ୍ତ ଏହାର ରିପୋର୍ଟ ଦାଖଲ କରିବାକୁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ କହିଛି।

05 Aug 2022 By The Sakala

https://www.thesakala.in/latest-odisha-news/heavy-rain-is-likely-in-11-districts-in-the-next-24-hours-the-warning-issued/article-13888
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର