ଖସିଲା ପାରଦ: ଆହୁରି ୩ ଦିନ କାଳବୈଶାଖୀ, ୧୨ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବୃଦ୍ଧି ପାଇଛି। ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଏହି ସମୟରେ ପବନର ବେଗ ମଧ୍ୟ ଅଧିକ ରହୁଛି। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନେର କାଳବୈଶାଖୀ ଜନିତ ବର୍ଷା ପବନ ହୋଇଥିଲା। ପୁରୀରେ ଏହାର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିଥିଲା। ବିଜୁଳି ଘଡ଼ଘଡ଼ି ସହିତ ଜିଲ୍ଲାରେ ୨୮.୮ ମିଲିମିଟର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ସେହିପରି କଟକରେ ବି ବର୍ଷା […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବୃଦ୍ଧି ପାଇଛି। ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଏହି ସମୟରେ ପବନର ବେଗ ମଧ୍ୟ ଅଧିକ ରହୁଛି। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନେର କାଳବୈଶାଖୀ ଜନିତ ବର୍ଷା ପବନ ହୋଇଥିଲା। ପୁରୀରେ ଏହାର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିଥିଲା। ବିଜୁଳି ଘଡ଼ଘଡ଼ି ସହିତ ଜିଲ୍ଲାରେ ୨୮.୮ ମିଲିମିଟର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ସେହିପରି କଟକରେ ବି ବର୍ଷା ପବନ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଏଠାରେ ୧୭.୪ ମିମି ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୧୩.୪ ବାରିପଦାରେ ୧୧.୬ ମିମି ବର୍ଷା ରେକର୍ଡ କରାଯାଇଛି। ଏହି ସହର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ବି କାଳ ବୈଶାଖୀ ପ୍ରଭାବ ଦେଖିବାକୁ ମିଳିଥିଲା।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ଅନ୍ୟପଟେ କାଳବୈଶାଖୀ ଯୋଗୁଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ରାଜ୍ୟର ଏକମାତ୍ର ସହର ଭାବେ ସୁନ୍ଦରଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଅନ୍ୟ ସମସ୍ତ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଗକୁ କାଳବୈଶାଖୀ ଜାରି ରହିବ। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଆହୁରି ୨ ଡିଗ୍ରୀ ହ୍ରାସ ପାଇବ। ଅନ୍ୟପଟେ ଆସନ୍ତା କିଛି ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିବାରୁ ଏହି ସ୍ଥିତି ଜାରି ରହିବ ବୋଲି ପାଣପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‍ଆର୍‍ ବିଶ୍ୱାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

ସେହିପରି ବିହାର ଓ ସଂଲଗ୍ନ ଉତ୍ତର ପ୍ରଦେଶ ଉପରେ ରହିଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ଶନିବାର ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ କାଳବୈଶାଖୀର ପ୍ରଭାବ ରହିବ। ଏହି ୧୨ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ହେବ। ଏହାସହିତ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କମି ପର୍ଯ୍ୟନ୍ତ ବହିବ। ତେଣୁ ଏହି ୧୨ ଜିଲ୍ଲାପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

10 Apr 2021 By The Sakala

ଖସିଲା ପାରଦ: ଆହୁରି ୩ ଦିନ କାଳବୈଶାଖୀ, ୧୨ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବୃଦ୍ଧି ପାଇଛି। ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଏହି ସମୟରେ ପବନର ବେଗ ମଧ୍ୟ ଅଧିକ ରହୁଛି। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନେର କାଳବୈଶାଖୀ ଜନିତ ବର୍ଷା ପବନ ହୋଇଥିଲା। ପୁରୀରେ ଏହାର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିଥିଲା। ବିଜୁଳି ଘଡ଼ଘଡ଼ି ସହିତ ଜିଲ୍ଲାରେ ୨୮.୮ ମିଲିମିଟର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ସେହିପରି କଟକରେ ବି ବର୍ଷା ପବନ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଏଠାରେ ୧୭.୪ ମିମି ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୧୩.୪ ବାରିପଦାରେ ୧୧.୬ ମିମି ବର୍ଷା ରେକର୍ଡ କରାଯାଇଛି। ଏହି ସହର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ବି କାଳ ବୈଶାଖୀ ପ୍ରଭାବ ଦେଖିବାକୁ ମିଳିଥିଲା।

ଅନ୍ୟପଟେ କାଳବୈଶାଖୀ ଯୋଗୁଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ରାଜ୍ୟର ଏକମାତ୍ର ସହର ଭାବେ ସୁନ୍ଦରଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଅନ୍ୟ ସମସ୍ତ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଗକୁ କାଳବୈଶାଖୀ ଜାରି ରହିବ। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଆହୁରି ୨ ଡିଗ୍ରୀ ହ୍ରାସ ପାଇବ। ଅନ୍ୟପଟେ ଆସନ୍ତା କିଛି ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିବାରୁ ଏହି ସ୍ଥିତି ଜାରି ରହିବ ବୋଲି ପାଣପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‍ଆର୍‍ ବିଶ୍ୱାସ କହିଛନ୍ତି।

ସେହିପରି ବିହାର ଓ ସଂଲଗ୍ନ ଉତ୍ତର ପ୍ରଦେଶ ଉପରେ ରହିଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ଶନିବାର ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ କାଳବୈଶାଖୀର ପ୍ରଭାବ ରହିବ। ଏହି ୧୨ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ହେବ। ଏହାସହିତ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କମି ପର୍ଯ୍ୟନ୍ତ ବହିବ। ତେଣୁ ଏହି ୧୨ ଜିଲ୍ଲାପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର