ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା, ୬୫ କି.ମି. ବେଗରେ ବହିବ ପବନ

The Sakala Picture
Published On

ଭୁବନେଶ୍ବର : କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ପଶ୍ଚିମମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର  ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପ ସୃଷ୍ଟି ହେବାର ପରବର୍ତୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି। ଯାହା ପ୍ରଭାବରେ ୧୩ ଓ ୧୪ ତାରିଖରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା […]

ଭୁବନେଶ୍ବର : କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ପଶ୍ଚିମମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର  ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପ ସୃଷ୍ଟି ହେବାର ପରବର୍ତୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି। ଯାହା ପ୍ରଭାବରେ ୧୩ ଓ ୧୪ ତାରିଖରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୫ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳ ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିବା ଭଳି ସ୍ଥିତି ଉପୁଜିପାରେ। ୧୩ ତାରିଖରୁ ୧୫ ଯାଏ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିବା ସହ ସର୍ବାଧିକ ୬୫ କିଲୋମିଟର ହୋଇପାରେ।ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ


ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧରେ ଅର୍ଥାତ୍‌ ୧୩ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ କମଳା ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ମଧ୍ୟମରୁ ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।


ସେପଟେ ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲା ଟେନ୍ସାରେ ସର୍ବାଧିକ ୧୧୩.୪ ମିମି ବର୍ଷା ରେର୍କଡ କରାଯାଇଥିବା ବେଳେ ରାଜ୍ୟରେ ୬ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି ।ଦେବଗଡ଼ ଜିଲ୍ଲାର ବାରକଟ୍‌ରେ ୧୧୨.୫, ବରଗଡ଼ରେ ୧୦୭.୦ମି.ମି, କୁଚିଣ୍ଡାରେ ୯୦.୩ ମି.ମି,ମାର୍ଶଘାଇରେ ୭୨.୦ ମିମି, ଦେବଗଡ଼ରେ ୬୬.୦ ମି.ମି, ହୀରାକୁଦରେ ୬୨.୪ ମିମି ଓ ଚମ୍ପୁଆ ୬୧.୦ମିମି ବର୍ଷା ରେକର୍ଡ କାରାଯାଇଛି। ରାଜ୍ୟର ବର୍ଷା ପରିମାଣ ବଢୁଥିବାୁ ବନ୍ୟାର ଆଶଙ୍କା ଦେଖାଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର