୧୮ ପରେ ଆସନ୍ତା ୨୩ରେ ପୁଣି ଲଘୁଚାପ ଆଶଙ୍କା; ଲଘୁଚାପ ଆଣିଲା ବନ୍ୟା ଭୟ

The Sakala Picture
Published On

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପୁଣି ଲଘୁଚାପ ବର୍ଷା ଆରମ୍ଭ ହୋଇଯିବ। ପଶ୍ଚିମ ମିଆଁମାର ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଶନିବାର ସୁଦ୍ଧା ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ବିସ୍ତୁୃତ ବର୍ଷା କରାଇବ। ଅନ୍ୟପଟେ ଏହି ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ସମ୍ଭବତଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ […]

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପୁଣି ଲଘୁଚାପ ବର୍ଷା ଆରମ୍ଭ ହୋଇଯିବ। ପଶ୍ଚିମ ମିଆଁମାର ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଶନିବାର ସୁଦ୍ଧା ଲଘୁଚାପ ସୃଷ୍ଟି ହେବ। ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ବିସ୍ତୁୃତ ବର୍ଷା କରାଇବ। ଅନ୍ୟପଟେ ଏହି ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ସମ୍ଭବତଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ଆଶଙ୍କା ରହିଛି। ଅବପାତ ହେଲେ ଏହା ଓଡ଼ିଶା ସମେତ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା କରାଇବ ବୋଲି ଜଣାପଡ଼ିଛି। ସେହିପରି ଏହି ଲଘୁଚାପ ଯିବା ପରେ ପୁଣି ୧୮ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ପରେ ଅର୍ଥାତ ୨୩ ବେଳକୁ ଆଉ ଏକ ଲଘୁଚାପ ଆସିବାର ସମ୍ଭାବନା ରହିଛି। ୨୦୨୦ ମସିହାରେ ଏହିପରି ଅଗଷ୍ଟରେ ୫ ଟି ଲଘୁଚାପ ହୋଇଥିଲା। ଯହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଯଦି ୨୩ ତାରିଖ ଲଘୁଚାପ ସୃଷ୍ଟି ହୁଏ ତେବେ ଚଳିତ ମାସ ସାରା ରାଜ୍ୟରେ ବର୍ଷାର ପ୍ରକୋପ ଲାଗି ରହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଶନିବାର ସୃଷ୍ଟି ହେବାକୁ ଥିବା ଲଘୁଚାପ ଦ୍ୱାରା ପ୍ରଥମ ଦିନରେ ୧୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ୪ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅତ୍ୟନ୍ତ ପ୍ରବଳ (୨୦ ସେମିରୁ ଅଧିକ)ବର୍ଷା ହେବ। ଏହାସହିତ ବାକି ୧୦ ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୨୦ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ସୃଷ୍ଟି ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଫଳରେ ୧୩ ଓ ୧୪ ତାରିଖରେ ରାଜ୍ୟର ସବୁ ଜିଲ୍ଲାରେ ପ୍ରବଳ ବର୍ଷା କରାଇବ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଅନ୍ୟପଟେ ଶନିବାର ସୃଷ୍ଟି ହେବାକୁ ଥିବା ଲଘୁଚାପ ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିବା ଭଳି ସ୍ଥିତି ଉପୁଜିପାରେ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି। ସେହିପରି ୧୩ ତାରିଖରୁ ୧୫ ଯାଏଁ ସମୁଦ୍ର ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିବା ସହ ଏହାର ଝଟକା ୬୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୧୫ ତାରିଖ ଯାଏଁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲା ଟେନ୍ସାରେ ସର୍ବାଧିକ ୧୧୩.୪ ମିମି ବର୍ଷା ରେର୍କଡ କରାଯାଇଥିବା ବେଳେ ଦେବଗଡ଼ ଜିଲ୍ଲାର ବାରକୋଟ୍‍ ୧୧୨.୫, ବରଗଡ଼ରେ ୧୦୭.୦, କୁଚିଣ୍ଡାରେ ୯୦.୩, ମାର୍ଶଘାଇରେ ୭୨.୦, ଦେବଗଡ଼ରେ ୬୬.୦, ହୀରାକୁଦରେ ୬୨.୪ ଓ ଚମ୍ପୁଆରେ ୬୧.୦ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର