ବଢ଼ିବ ସଂକଟ : ୧୯ରେ ଆଉ ଏକ ଲଘୁଚାପ, ୧୮ରୁ ପ୍ରବଳ ବର୍ଷା

The Sakala Picture
Published On

ଭୁବନେଶ୍ବର :  ଜାରି ରହିଥିବା ଲଘୁଚାପର ପ୍ରଭାବ ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଧା ଓଡ଼ିଶା ବିର୍ତ୍ତମାନ ବନ୍ୟା ଯୋଗୁଁ ହନ୍ତସନ୍ତ ହେଉଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ପୂର୍ବରୁ ଆସିଥିବା ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ସ୍ଥିତି ବେହାଲ ହୋଇଯାଇଥିବା ବେଳେ ଆସୁଥିବା ଆଉ ଏକ ଲଘୁଚାପ ସ୍ଥିତି ସଙ୍ଗୀନ କରିଦେବ। ୧୯ ଅଗଷ୍ଟ ବେଳକୁ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ […]

ଭୁବନେଶ୍ବର :  ଜାରି ରହିଥିବା ଲଘୁଚାପର ପ୍ରଭାବ ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଧା ଓଡ଼ିଶା ବିର୍ତ୍ତମାନ ବନ୍ୟା ଯୋଗୁଁ ହନ୍ତସନ୍ତ ହେଉଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁଚାପ। ପୂର୍ବରୁ ଆସିଥିବା ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ସ୍ଥିତି ବେହାଲ ହୋଇଯାଇଥିବା ବେଳେ ଆସୁଥିବା ଆଉ ଏକ ଲଘୁଚାପ ସ୍ଥିତି ସଙ୍ଗୀନ କରିଦେବ। ୧୯ ଅଗଷ୍ଟ ବେଳକୁ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୯ରେ ବଢିବ ବର୍ଷାର ପରିମାଣ, ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ବର୍ତ୍ତମାନ ରାଜ୍ୟରେ ଯେଉଁ ଲଘୁଚାପ ଜାରି ରହିଛି ତାହା ସାମାନ୍ୟ ଦୁର୍ବଳ ହୋଇଛି। ଗତକାଲିର ଅବପାତ ଗତ ୩ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୩ କିମି ବେଗରେ ଗତିକରି ବର୍ତ୍ତମାନ ପୂର୍ବ ରାଜସ୍ଥାନ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ଏହି ଅବପାତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପର ରୂପ ନେବା ସହ, ବର୍ତ୍ତମାନ ଏହାର ଆଉ କୌଣସି ସିଧାସଳଖ ପ୍ରଭାବ ଓଡିଶା ଉପରେ ନାହିଁ। ବର୍ଷାର ପ୍ରକୋପ କମିଥିବା ବେଳେ ଆଜି ଏବଂ ଆସନ୍ତାକାଲି ବଡ଼ ବର୍ଷା ହେବା ସମ୍ଭାବନା କମ୍ ରହିଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଅନ୍ୟପଟେ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ସଙ୍ଗୀନ ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ବଢିଚାଲିଛି। ଜଳସ୍ତର ବଢ଼ିବା କାରଣରୁ ହୀରାକୁଦ ଜଳଭଣ୍ଡାରରୁ ବର୍ତ୍ତମାନ ୩୬ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ବାମ ପାର୍ଶ୍ବରୁ ୨୮ଟି ଓ ଦକ୍ଷିଣ ପାର୍ଶ୍ବରୁ ୮ଟି ଗେଟ୍‌ ମାଧ୍ୟମରେ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ତେବେ ଆଜି ରାତି ୮ଟା ପରେ ପର୍ଯ୍ୟାୟ କ୍ରମେ ଆହୁରି ୪ ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେବ। ଜଳ ସଂପଦ ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଅର୍ଥାତ ଆଜି ସନ୍ଧ୍ୟା ୮ଟା ପରେ ୪୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେବ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

ଆଗକୁ ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୮ରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୯ ଏବଂ ୨୦ ତାରିଖରେ ରାଜ୍ୟରେ ପୁଣିଥରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଯାହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଝନକା ପଶିଛି। କାରଣ ବର୍ଷା ବଢିଲେ ବନ୍ୟା ସ୍ଥିତି ଆହୁରି ଗମ୍ଭୀର ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର